ବଜେଟରେ ଆୟକରକୁ ନେଇ ବଡ ଘୋଷଣା, ମଧ୍ୟବିତ୍ତଙ୍କୁ ଆଶ୍ବସ୍ତି…

The Sakala Picture
Published On

ନୂଆଦିଲ୍ଲୀ: ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌-୨୦୨୫-୨୬ ।  ବଜେଟ ଅଭିଭାଷଣ ବେଳେ ବଡ ଖବର ସାମ୍ନାକୁ ଆସିଛି । ବଜେଟରେ ଆୟକରକୁ ନେଇ ଏକ ବଡ ଘୋଷଣା କରିଛନ୍ତି  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରଯାଇଛି। ଫଳରେ ମଧ୍ୟବିତ୍ତଙ୍କୁ ଆଶ୍ବସ୍ତି ମିଳିଛି। କ୍ୟାପିଟାଲ ଗେନ୍ ଛଡା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ କରାଯାଇଛି। କ୍ୟାପିଟାଲ ଗେନ୍‌ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ […]

ନୂଆଦିଲ୍ଲୀ: ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌-୨୦୨୫-୨୬ ।  ବଜେଟ ଅଭିଭାଷଣ ବେଳେ ବଡ ଖବର ସାମ୍ନାକୁ ଆସିଛି । ବଜେଟରେ ଆୟକରକୁ ନେଇ ଏକ ବଡ ଘୋଷଣା କରିଛନ୍ତି  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରଯାଇଛି। ଫଳରେ ମଧ୍ୟବିତ୍ତଙ୍କୁ ଆଶ୍ବସ୍ତି ମିଳିଛି। କ୍ୟାପିଟାଲ ଗେନ୍ ଛଡା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

କ୍ୟାପିଟାଲ ଗେନ୍‌ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦ ପ୍ରତିଶତ ରହିବ । ସେହିପରି ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫% ଟିକସ । ୧୬ ଲକ୍ଷରୁ ୨୦ ଲକ୍ଷ ପର୍ୟ୍ୟନ୍ତ ଆୟ ପାଇଁ ୨୦ %, ୨୦ରୁ ୨୪ ଲକ୍ଷ ପର୍ୟ୍ୟନ୍ତ ଆୟ ପାଇଁ ୨୫%, ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦ % ଟିକସ ଦେବାକୁ ପଡ଼ିବ ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ଅନ୍ୟପକ୍ଷରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୮୦ ହଜାର ଟଙ୍କା ବଞ୍ଚିବ । ସେହିପରି ୧୮ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୭୦ ହଜାର ଓ ୨୫ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୧.୨୫ ଲକ୍ଷ ଟଙ୍କା ବଞ୍ଚିବ ।

ଆହୁରି ପଢ଼ନ୍ତୁ: ପ୍ରତିରକ୍ଷା ବାହିନୀ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର ଓ ଉପକରଣ କ୍ରୟ ପ୍ରସ୍ତାବକୁ DACର ମଞ୍ଜୁରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର