ଅନ୍ତିମଯାତ୍ରାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂହଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ: ଗୁରୁବାର ରାତିରେ ୯୨ବର୍ଷ ବୟସରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଦେହାନ୍ତ ହୋଇଥିଲା । ଦେହାନ୍ତ ପରେ ତାଙ୍କ ଝିଅ ଆସିପାରି ନ ଥିବାରୁ ଶୁକ୍ରବାର ପରିବର୍ତ୍ତେ ଆଜି ତାଙ୍କର ଶେଷକୃତ୍ୟ ହେବ। ଏବେ ତାଙ୍କର ଅନ୍ତିମ ଯାତ୍ରା ଆରମ୍ଭ ହୋଇଛି। ଶେଷକୃତ୍ୟ ପାଇଁ ଦିନ ୧୦ଟା ପରେ ତାଙ୍କ ପାର୍ଥିବ ଶରୀର ସର୍ବ ଭାରତୀୟ କଂଗ୍ରେସ କମିଟି ମୁଖ୍ୟାଳୟରୁ ବାହାରି ସାରିଛି। ଆଜି ପ୍ରଥମେ କଂଗ୍ରେସ ଭବନରେ ବନ୍ଧୁ ପରିଜନ ଏବଂ […]

ନୂଆଦିଲ୍ଲୀ: ଗୁରୁବାର ରାତିରେ ୯୨ବର୍ଷ ବୟସରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ଦେହାନ୍ତ ହୋଇଥିଲା । ଦେହାନ୍ତ ପରେ ତାଙ୍କ ଝିଅ ଆସିପାରି ନ ଥିବାରୁ ଶୁକ୍ରବାର ପରିବର୍ତ୍ତେ ଆଜି ତାଙ୍କର ଶେଷକୃତ୍ୟ ହେବ। ଏବେ ତାଙ୍କର ଅନ୍ତିମ ଯାତ୍ରା ଆରମ୍ଭ ହୋଇଛି। ଶେଷକୃତ୍ୟ ପାଇଁ ଦିନ ୧୦ଟା ପରେ ତାଙ୍କ ପାର୍ଥିବ ଶରୀର ସର୍ବ ଭାରତୀୟ କଂଗ୍ରେସ କମିଟି ମୁଖ୍ୟାଳୟରୁ ବାହାରି ସାରିଛି। ଆଜି ପ୍ରଥମେ କଂଗ୍ରେସ ଭବନରେ ବନ୍ଧୁ ପରିଜନ ଏବଂ ବହୁ ନେତା, ମନ୍ତ୍ରୀ ମାନେ ଶେଷ ଦର୍ଶନ କରିଥିଲେ । ପରେ ଅନ୍ତିମ ସଂସ୍କାର ପାଇଁ ଡ. ମନମୋହନ ସିଂହଙ୍କୁ ନିଆଯାଇଛି । ନୂଆଦିଲ୍ଲୀର ନିଗମ ବୋଧ ଘାଟରେ ଦିନ ୧୧ଟା ୪୫ରେ ତାଙ୍କର ଶେଷକୃତ୍ୟ ହେବ। ରାଜକୀୟ ସମ୍ମାନ ସହିତ ତାଙ୍କର ଅନ୍ତିମ ସଂସ୍କାର ହେବ ବୋଲି ଜଣାପଡ଼ିଛି।

ଉଲ୍ଲେଖଯୋଗ୍ୟ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ନେତା ରାହୁଲ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡଗେଙ୍କ ସମେତ ଅନେକ ନେତା ଶୁକ୍ରବାର ଦିନ ନୂଆଦିଲ୍ଲୀରେ ତାଙ୍କ ବାସଭବନରେ ଡ. ମନମୋହନ ସିଂହଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଡ. ମନମୋହନ ସିଂହ ଏକାଧାରରେ ଜଣେ ରାଜନୀତିଜ୍ଞ, ଅର୍ଥନୀତିଜ୍ଞ, ଶିକ୍ଷାବିତ୍ ଓ ପ୍ରଶାସନିକ ଅଧିକାରୀ ଥିଲେ, ଯିଏ କି ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଜବାହରଲାଲ ନେହରୁ, ଇନ୍ଦିରା ଗାନ୍ଧୀ ଓ ନରେନ୍ଦ୍ର ମୋଦୀଙ୍କ ପରେ ସେ ଥିଲେ ଚତୁର୍ଥ ସର୍ବାଧିକ ସମୟ ଧରି କ୍ଷମତାରେ ରହିଥିବା ପ୍ରଧାନମନ୍ତ୍ରୀ।

About The Author: The Sakala