ଜଟିଳ ହେଉଛି କରୋନା ସ୍ଥିତି : ୨୪ ଘଣ୍ଟାରେ ଦେଶରେ ୨୬,୨୯୧ ନୂଆ ସଂକ୍ରମଣ, ୧୧୮ ଆକ୍ରାନ୍ତ ମୃତ

The Sakala Picture
Published On

ନୂଆଦିଲ୍ଲୀ : ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୬,୨୯୧ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ୧୧୮ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଗତ ତିନି ମାସ ମଧ୍ୟରେ ଏହା ହେଉଛି ସର୍ବାଧିକ ଦୈନିକ ସଂକ୍ରମଣ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୨୯୧ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ […]

ନୂଆଦିଲ୍ଲୀ : ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୬,୨୯୧ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ୧୧୮ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଗତ ତିନି ମାସ ମଧ୍ୟରେ ଏହା ହେଉଛି ସର୍ବାଧିକ ଦୈନିକ ସଂକ୍ରମଣ।

ଆହୁରି ପଢ଼ନ୍ତୁ: ସିଇସି ଜ୍ଞାନେଶ କୁମାର ଇସ୍ତଫା ନଦେବା ପର୍ଯ୍ୟନ୍ତ ନିର୍ବାଚନରେ ଭାଗ ନେବା ଅର୍ଥହୀନ: ସିଜେପି ପ୍ରତିଷ୍ଠାତା ଅଭିଜିତ ଦିପକେ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୨୯୧ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୧୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୩,୮୫,୩୩୯ରେ ପହଞ୍ଚିଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୧.୭% ଅଧିକ ଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ସାଉଦି ଆରବ ବିମାନବନ୍ଦର ଉପରେ ହୁତି ବିଦ୍ରୋହୀଙ୍କ ଆକ୍ରମଣ: ପାକିସ୍ତାନ-ତୁର୍କୀର ‘ମକ୍କା ଚୁକ୍ତି’ ପାଇଁ ବଡ଼ ପରୀକ୍ଷା

ଗତ ୨୪ ଘଣ୍ଟାରେ ହୋଇଥିବା ୧୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୮,୭୨୫ରେ ପହଞ୍ଚିଛି। କ୍ରମାଗତ ୬ ଦିନ ଧରି ୧.୪%ରେ ରହିବା ପରେ ମୃତ୍ୟୁହାର ୧.୩୯%କୁ ହ୍ରାସ ପାଇଛି।

ସେହିପରି ଦେଶରେ ୨୪ ଘଣ୍ଟାରେ ୧୭,୪୫୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୦,୦୭,୩୫୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା  ଦେଶରେ  ୨,୧୯,୨୬୨ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର