ଦେଶରେ ରେକର୍ଡ ଭାଙ୍ଗୁଛି ସଂକ୍ରମଣ : ଗତ ୨୪ ଘଣ୍ଟାରେ ୧ ଲକ୍ଷ ୨୬ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୬୮୫ ମୃତ

ନୂଆଦିଲ୍ଲୀ : ଭାରତରେ କରୋନା ଭାଇରସ ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ପ୍ରଥମ ଲହର ଅପେକ୍ଷା କରୋନା ଦ୍ବିତୀୟ ଲହର ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦେଶରେ ଦିନକୁ ଦିନ ରେକର୍ଡ କରିବାରେ ଲାଗିଛି ମହାମାରୀ । ଦିନକୁ ଦିନ ଅଧିକରୁ ଅଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ରେକର୍ଡସଂଖ୍ୟକ ୧,୨୬,୭୮୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ, ଓ ୬୮୫ ମୃତ୍ୟୁ ରେକର୍ଡ କରାଯାଇଛି। ଏନେଇ […]

ନୂଆଦିଲ୍ଲୀ : ଭାରତରେ କରୋନା ଭାଇରସ ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ପ୍ରଥମ ଲହର ଅପେକ୍ଷା କରୋନା ଦ୍ବିତୀୟ ଲହର ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦେଶରେ ଦିନକୁ ଦିନ ରେକର୍ଡ କରିବାରେ ଲାଗିଛି ମହାମାରୀ । ଦିନକୁ ଦିନ ଅଧିକରୁ ଅଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ରେକର୍ଡସଂଖ୍ୟକ ୧,୨୬,୭୮୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ, ଓ ୬୮୫ ମୃତ୍ୟୁ ରେକର୍ଡ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୬,୭୮୯  ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୨୯,୨୮,୫୭୪ରେ ପହଞ୍ଚିଛି। ଏଥି ସହିତ ଗତ ୨୪ ଘଣ୍ଟାରେ ହୋଇଥିବା ୬୩୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୬,୮୬୨ରେ ପହଞ୍ଚିଛି।


ଏଥି ସହିତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୯ ହଜାର ୨୫୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।  ବର୍ତମାନ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୧୦ ହଜାର ୩୧୯ରେ ପହଂଚିଛି । ଗତକାଲି ୧ ଲକ୍ଷ ୧୫ ହଜାର ୭୩୬ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହା ପୂର୍ବରୁ ଗତ ୩ ତାରିଖରେ ୧ ଲକ୍ଷ ୩ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯,୧୦,୩୧୯ ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯,୦୧,୯୮,୬୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୭ ସୁଦ୍ଧା ସମୁଦାୟ ୨୫,୨୬,୭୭,୩୭୯ ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୧୨,୩୭,୭୮୧ଟି ନମୁନା ।

About The Author: The Sakala