ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଦେଶର ସ୍ଥିତି ଭୟଙ୍କର : ଦିନକରେ ୧୫ ଶହ ମୃତ, ଅଢ଼େଇ ଲକ୍ଷରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ

The Sakala Picture
Published On

ନୂଆଦିଲ୍ଲୀ : ଦେଶରେ କରୋନା ବିସ୍ଫୋରକ ରୂପ ଧାରଣ କରିସାରିଛି । ମହାମାରୀ ଅନିୟନ୍ତ୍ରିତ ମନେ ହେଉଛି । ପ୍ରତିଦିନ କୋଭିଡ ସଂକ୍ରମଣର ନୂଆ ରେକର୍ଡ ସାମ୍ନାକୁ ଆସୁଛି। ସାଂଘାତିକ ହେଉଛି କରୋନାର ସେକେଣ୍ଡ ଓ୍ୱେଭ୍ । ସଂକ୍ରମଣ ସହ ହୁ ହୁ ହୋଇ ବଢୁଛି ମୃତ୍ୟୁସଂଖ୍ୟା । ଦୈନିକ ଡେଥ୍ କେସ୍ ଏବେ ମୁଣ୍ଡବିନ୍ଧାର କାରଣ ହୋଇଛି । ଗତ ୨୪ ଘଣ୍ଟାରେ କରୋନାରେ ସାରା ଦେଶରୁ ୧୫ଶହ ୧ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । […]

ନୂଆଦିଲ୍ଲୀ : ଦେଶରେ କରୋନା ବିସ୍ଫୋରକ ରୂପ ଧାରଣ କରିସାରିଛି । ମହାମାରୀ ଅନିୟନ୍ତ୍ରିତ ମନେ ହେଉଛି । ପ୍ରତିଦିନ କୋଭିଡ ସଂକ୍ରମଣର ନୂଆ ରେକର୍ଡ ସାମ୍ନାକୁ ଆସୁଛି। ସାଂଘାତିକ ହେଉଛି କରୋନାର ସେକେଣ୍ଡ ଓ୍ୱେଭ୍ । ସଂକ୍ରମଣ ସହ ହୁ ହୁ ହୋଇ ବଢୁଛି ମୃତ୍ୟୁସଂଖ୍ୟା । ଦୈନିକ ଡେଥ୍ କେସ୍ ଏବେ ମୁଣ୍ଡବିନ୍ଧାର କାରଣ ହୋଇଛି । ଗତ ୨୪ ଘଣ୍ଟାରେ କରୋନାରେ ସାରା ଦେଶରୁ ୧୫ଶହ ୧ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅର୍ଥାତ ଦିନକରେ ଡେଥ୍ କେସ୍ ବଢିଛି ୧୧ ପ୍ରତିଶତ । ଗତକାଲି ଦେଶରେ କରୋନାରେ ଆଖି ବୁଜିଥିଲେ ୧୩ଶହ ୪୧ ସଂକ୍ରମିତ । ବର୍ତ୍ତମାନ ସୁଦ୍ଧା ଦେଶରେ ମହାମାରୀ ନେଲାଣି ୧ଲକ୍ଷ ୭୭ହଜାର ୧୫୦ ଜୀବନ ।

ଆହୁରି ପଢ଼ନ୍ତୁ: ରୁଷିଆରୁ ସମୁଦ୍ର ପଥରେ ଆସୁଥିବା ତୈଳ ଉପରେ କଟକଣା କୋହଳ ଅବଧି ବଢ଼ାଇଲା ଆମେରିକା: ଭାରତ ପାଇଁ ଏହାର ଅର୍ଥ କ'ଣ?

ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୬୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫୦୧ଜଣଙ୍କ ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଭାରତରେ ନୂଆ ରାଜନୈତିକ ଲଢ଼େଇ: 'କକରୋଚ୍ ଜନତା ପାର୍ଟି' ବନାମ 'ନ୍ୟାସନାଲ୍ ପାରାସାଇଟିକ୍ ଫ୍ରଣ୍ଟ'

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୬୧ ହଜାର ୫୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୫୦୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୭ ଲକ୍ଷ ୮୮ହଜାର ୧୦୯ରେ ପହଞ୍ଚିଛି।

ଦେଶରେ କରୋନାର ଦ୍ୱିତୀୟ ଲହରରେ ସ୍ୱାସ୍ଥ୍ୟବ୍ୟବସ୍ଥା ଭୁଶୁଡି ପଡିଛି। ଅଧିକାଂଶ ରାଜ୍ୟରେ ଅମ୍ଳଜାନ, ବେଡ୍ ଏବଂ ଟିକାର ଅଭାବ ଦେଖିବାକୁ ମିଳୁଛି । ବର୍ତ୍ତମାନ ସୁଦ୍ଧା ୧୨ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି । ଆଇସିଏମଆର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୮୪,୯୫୬ ଜଣଙ୍କର ଟିକାକରଣ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ସମୁଦାୟ ୧୨,୨୬,୨୨,୫୯୦ ଲୋକଙ୍କୁ କରୋନା ଟିକା ଦିଆଯାଇଛି।

18 Apr 2021 By The Sakala

ଦେଶର ସ୍ଥିତି ଭୟଙ୍କର : ଦିନକରେ ୧୫ ଶହ ମୃତ, ଅଢ଼େଇ ଲକ୍ଷରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ବିସ୍ଫୋରକ ରୂପ ଧାରଣ କରିସାରିଛି । ମହାମାରୀ ଅନିୟନ୍ତ୍ରିତ ମନେ ହେଉଛି । ପ୍ରତିଦିନ କୋଭିଡ ସଂକ୍ରମଣର ନୂଆ ରେକର୍ଡ ସାମ୍ନାକୁ ଆସୁଛି। ସାଂଘାତିକ ହେଉଛି କରୋନାର ସେକେଣ୍ଡ ଓ୍ୱେଭ୍ । ସଂକ୍ରମଣ ସହ ହୁ ହୁ ହୋଇ ବଢୁଛି ମୃତ୍ୟୁସଂଖ୍ୟା । ଦୈନିକ ଡେଥ୍ କେସ୍ ଏବେ ମୁଣ୍ଡବିନ୍ଧାର କାରଣ ହୋଇଛି । ଗତ ୨୪ ଘଣ୍ଟାରେ କରୋନାରେ ସାରା ଦେଶରୁ ୧୫ଶହ ୧ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅର୍ଥାତ ଦିନକରେ ଡେଥ୍ କେସ୍ ବଢିଛି ୧୧ ପ୍ରତିଶତ । ଗତକାଲି ଦେଶରେ କରୋନାରେ ଆଖି ବୁଜିଥିଲେ ୧୩ଶହ ୪୧ ସଂକ୍ରମିତ । ବର୍ତ୍ତମାନ ସୁଦ୍ଧା ଦେଶରେ ମହାମାରୀ ନେଲାଣି ୧ଲକ୍ଷ ୭୭ହଜାର ୧୫୦ ଜୀବନ ।

ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୬୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫୦୧ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୬୧ ହଜାର ୫୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୫୦୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୭ ଲକ୍ଷ ୮୮ହଜାର ୧୦୯ରେ ପହଞ୍ଚିଛି।

ଦେଶରେ କରୋନାର ଦ୍ୱିତୀୟ ଲହରରେ ସ୍ୱାସ୍ଥ୍ୟବ୍ୟବସ୍ଥା ଭୁଶୁଡି ପଡିଛି। ଅଧିକାଂଶ ରାଜ୍ୟରେ ଅମ୍ଳଜାନ, ବେଡ୍ ଏବଂ ଟିକାର ଅଭାବ ଦେଖିବାକୁ ମିଳୁଛି । ବର୍ତ୍ତମାନ ସୁଦ୍ଧା ୧୨ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି । ଆଇସିଏମଆର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୮୪,୯୫୬ ଜଣଙ୍କର ଟିକାକରଣ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ସମୁଦାୟ ୧୨,୨୬,୨୨,୫୯୦ ଲୋକଙ୍କୁ କରୋନା ଟିକା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର