ଯୁଦ୍ଧ ଜାହାଜରୁ ଅତ୍ୟାଧୁନିକ ଭିଏଲ-ଏସଆର ସାମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କଲା ଭାରତ

The Sakala Picture
Published On

ଭୁବନେଶ୍ବର : ଭାରତୀୟ ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଆଉ ଏକ ସଫଳତା ମିଳିଛି । ଶୁକ୍ରବାରଦିନ ଓଡ଼ିଶା ଉପକୂଳ ଚାନ୍ଦିପୁର ସ୍ଥିତ ସମନ୍ବିତ ପରୀକ୍ଷଣ ଘାଟୀ (ଆଇଟିଆର) ଠାରେ ଭୂପୃଷ୍ଠରୁ ଆକାଶକୁ ମାଡ଼ କରାଯାଇପାରୁଥିବା ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର (ଭିଏଲ-ଏସଆର ସାମ୍‌)ର ଭୂଲମ୍ବ ଉତକ୍ଷେପଣ କରାଯାଇଛି । ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ମିଳିତ ଉଦ୍ୟମରେ ଏହି କ୍ଷେପଣାସ୍ତ୍ରର ଫ୍ଲାଇଟ୍‌ ଟେଷ୍ଟ ବା ଆକାଶମାର୍ଗ ପରୀକ୍ଷଣ ସଫଳ ହୋଇଛି । ଭିଏଲ-ଏସଆର […]

ଭୁବନେଶ୍ବର : ଭାରତୀୟ ପ୍ରତିରକ୍ଷା ଗବେଷଣା କ୍ଷେତ୍ରରେ ଆଉ ଏକ ସଫଳତା ମିଳିଛି । ଶୁକ୍ରବାରଦିନ ଓଡ଼ିଶା ଉପକୂଳ ଚାନ୍ଦିପୁର ସ୍ଥିତ ସମନ୍ବିତ ପରୀକ୍ଷଣ ଘାଟୀ (ଆଇଟିଆର) ଠାରେ ଭୂପୃଷ୍ଠରୁ ଆକାଶକୁ ମାଡ଼ କରାଯାଇପାରୁଥିବା ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର (ଭିଏଲ-ଏସଆର ସାମ୍‌)ର ଭୂଲମ୍ବ ଉତକ୍ଷେପଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ନେପାଳ ବନ୍ୟା ବିଭୀଷିକା: ସୁଡ଼ଙ୍ଗରେ ଫସିଛନ୍ତି ଶତାଧିକ ଶ୍ରମିକ, ଜୀବନ ବଞ୍ଚାଇବାକୁ ଚାଲିଛି ଆପ୍ରାଣ ଚେଷ୍ଟା

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ମିଳିତ ଉଦ୍ୟମରେ ଏହି କ୍ଷେପଣାସ୍ତ୍ରର ଫ୍ଲାଇଟ୍‌ ଟେଷ୍ଟ ବା ଆକାଶମାର୍ଗ ପରୀକ୍ଷଣ ସଫଳ ହୋଇଛି । ଭିଏଲ-ଏସଆର ସାମ୍‌ କ୍ଷେପଣାସ୍ତ୍ର ହେଉଛି ଯୁଦ୍ଧ ଜାହାଜରେ ଖଞ୍ଜା ହେଉଥିବା ଏକ ଅସ୍ତ୍ର ପ୍ରଣାଳୀ, ଯାହାକି ସମୁଦ୍ର ପତନ ଉପରେ କ୍ଷୀପ୍ର ବେଗରେ ଆସୁଥିବା ଲକ୍ଷ୍ୟ ବା ସି ସ୍କିମିଂ ଟାର୍ଗେଟ ସମେତ ଆକାଶମାର୍ଗରୁ ଆସୁଥିବା ବିଭିନ୍ନ ପ୍ରକାର ବିପଦ ଏବଂ ଯୁଦ୍ଧାସ୍ତ୍ରକୁ ନିଷ୍କ୍ରିୟ କରିବାକୁ ସକ୍ଷମ ।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ଆକାଶମାର୍ଗରେ ଏକ ନକଲି ବିମାନରୁ ଦ୍ରୁତ ଗତିରେ ଆସୁଥିବା ଲକ୍ଷ୍ୟ ବିରୋଧରେ ଏହି କ୍ଷେପଣାସ୍ତ୍ର ପ୍ରଣାଳୀକୁ ଉତକ୍ଷେପଣ କରାଯାଇଥିଲା ଏବଂ ଏହା ସଫଳତା ପୂର୍ବକ ନିର୍ଦ୍ଧାରିତ ଲକ୍ଷ୍ୟ ଭେଦ କରିବାରେ ସକ୍ଷମ ହୋଇଥିଲା। ଚାନ୍ଦୀପୁର ଆଇଟିଆର ପକ୍ଷରୁ ନିୟୋଜିତ ହୋଇଥିବା ଏକାଧିକ ଟ୍ରାକିଂ ଉପକରଣ ମାଧ୍ୟମରେ କ୍ଷେପଣାସ୍ତ୍ରର ଗତି ଓ ମାର୍ଗ ସମେତ ସମସ୍ତ କାର୍ୟ୍ୟକ୍ଷମତା ମାପଦଣ୍ଡ ନିରୀକ୍ଷଣ କରାଯାଇଥିଲା । ଡିଆରଡିଓ ଏବଂ ଭାରତୀୟ ନୌସେନାର ବରିଷ୍ଠ ଅଧିକାରୀମାନେ ଏହି କ୍ଷେପଣାସ୍ତ୍ର ପରୀକ୍ଷଣର ସମ୍ପୂର୍ଣ୍ଣ ପ୍ରକ୍ରିୟାକୁ ଅନୁଧ୍ୟାନ କରିଥିଲେ ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ଡିଆରଡିଓ, ଭାରତୀୟ ନୌସେନା ଏବଂ ଉଦ୍ୟୋଗ ଜଗତକୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ, ଏହି କ୍ଷେପଣାସ୍ତ୍ର ପ୍ରଣାଳୀ ସାମିଲ ହେବା ଫଳରେ ଆକାଶମାର୍ଗରୁ ଆସୁଥିବା ବିପଦ ବିରୋଧରେ ଭାରତୀୟ ନୌସେନାର ଯୁଦ୍ଧ ଜାହାଜ ଗୁଡ଼ିକର କ୍ଷମତା ଆହୁରି ବୃଦ୍ଧି ପାଇବ ।


ନୌସେନା ମୁଖ୍ୟ ଆଡମିରାଲ ଆର. ହରି କୁମାର ଭିଏଲ-ଏସଆର ସାମ୍‌ର ସଫଳ ଫ୍ଲାଇଟ୍‌ ଟେଷ୍ଟ ପାଇଁ ଭାରତୀୟ ନୌସେନା ଏବଂ ଡିଆରଡିଓ କର୍ତ୍ତୃପକ୍ଷଙ୍କୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ସ୍ୱଦେଶୀ କ୍ଷେପଣାସ୍ତ୍ର ପ୍ରଣାଳୀ ବିକଶିତ ହେବା ଦ୍ବାରା ଭାରତୀୟ ନୌସେନାର ପ୍ରତିରକ୍ଷା ସାମର୍ଥ୍ୟ ଅଧିକ ସୁଦୃଢ଼ ହେବ ।

ଏହି ସଫଳ ଫ୍ଲାଇଟ୍‌ ଟେଷ୍ଟରେ ସାମିଲ ଥିବା ଦଳକୁ ପ୍ରତିରକ୍ଷା ଗବେଷଣା ଓ ବିକାଶ ବିଭାଗ ସଚିବ ତଥା ଡିଆରଡିଓ ଅଧ୍ୟକ୍ଷ ଡକ୍ଟର ଜି. ସତୀଶ ରେଡ୍ଡୀ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ଭାରତୀୟ ନୌସେନାର ଯୁଦ୍ଧ ଜାହାଜରେ ସ୍ୱଦେଶୀ ଅସ୍ତ୍ର ପ୍ରଣାଳୀ ସାମିଲ ହେବା ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣରୁ ପ୍ରମାଣିତ ହୋଇଛି । ସେ ଆହୁରି କହିଛନ୍ତି ଯେ, ଏହି କ୍ଷେପଣାସ୍ତ୍ର ପ୍ରଣାଳୀ ଭାରତୀୟ ନୌସେନାର ଶକ୍ତିକୁ ବହୁଗୁଣିତ କରିବ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଆତ୍ମନିର୍ଭର ଭାରତ’ ସଂକଳ୍ପୁ ସାକାର କରିବା ଦିଗରେ ଏକ ଆଉ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର