୨୪ ଘଣ୍ଟା ମଧ୍ୟରେ ଗାଜା ଛାଡିବାକୁ ଗାଜାବାସୀଙ୍କୁ ନିର୍ଦ୍ଦେଶ ଦେଲା ଇସ୍ରାଏଲ ସେନା

The Sakala Picture
Published On

ନୂଆଦିଲ୍ଲୀ: ଇସ୍ରାଏଲ-ପାଲେଷ୍ଟାଇନ ମଧ୍ୟରେ ଲାଗିଥିବା ଯୁଦ୍ଧ ଷଷ୍ଠ ଦିନରେ ପହଞ୍ଚିଥିବାବେଳେ ଏହା ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଇସ୍ରାଏଲ ପକ୍ଷରୁ ଗାଜା ଉପରେ ଘନ ଘନ ମିଜାଇଲ ମାଡ ହେଉଛି । ଏହାରି ମଧ୍ୟରେ ଇସ୍ରାଏଲ ସଂଲଗ୍ନ ଗାଜା ସୀମାନ୍ତରୁ ୧୧ ଲକ୍ଷ ପାଲେଷ୍ଟାଇନ ନାଗରିକଙ୍କୁ ସ୍ଥାନ ଛାଡିବାକୁ ଚେତାବନୀ ଦେଇଛି ଇସ୍ରାଏଲ ସେନା । ୨୪ ଘଣ୍ଟା ମଧ୍ୟରେ ପାଲେଷ୍ଟାଇନ ନାଗରିକଙ୍କୁ ଗାଜାର ଦକ୍ଷିଣ ଅଂଚଳକୁ ଚାଲିଯିବାକୁ କୁହାଯାଇଛି । ଇସ୍ରାଏଲ ସେନା […]

ନୂଆଦିଲ୍ଲୀ: ଇସ୍ରାଏଲ-ପାଲେଷ୍ଟାଇନ ମଧ୍ୟରେ ଲାଗିଥିବା ଯୁଦ୍ଧ ଷଷ୍ଠ ଦିନରେ ପହଞ୍ଚିଥିବାବେଳେ ଏହା ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଇସ୍ରାଏଲ ପକ୍ଷରୁ ଗାଜା ଉପରେ ଘନ ଘନ ମିଜାଇଲ ମାଡ ହେଉଛି । ଏହାରି ମଧ୍ୟରେ ଇସ୍ରାଏଲ ସଂଲଗ୍ନ ଗାଜା ସୀମାନ୍ତରୁ ୧୧ ଲକ୍ଷ ପାଲେଷ୍ଟାଇନ ନାଗରିକଙ୍କୁ ସ୍ଥାନ ଛାଡିବାକୁ ଚେତାବନୀ ଦେଇଛି ଇସ୍ରାଏଲ ସେନା । ୨୪ ଘଣ୍ଟା ମଧ୍ୟରେ ପାଲେଷ୍ଟାଇନ ନାଗରିକଙ୍କୁ ଗାଜାର ଦକ୍ଷିଣ ଅଂଚଳକୁ ଚାଲିଯିବାକୁ କୁହାଯାଇଛି । ଇସ୍ରାଏଲ ସେନା ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଥିବା ଜାତିସଂଘ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଇସ୍ରାଏଲ ସୀମାନ୍ତ ଗାଜାର ଏହି ଅଂଚଳରୁ ଥିବା ଜାତିସଂଘ କାର୍ଯ୍ୟାଳୟକୁ କର୍ମଚାରୀଙ୍କୁ ଛାଡିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା ଆନ୍ତର୍ଜାତିକ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।

ଆହୁରି ପଢ଼ନ୍ତୁ: ନିଟ୍‌ ପେପର ଲିକ୍ ଓ ପୋଲିସ କାର୍ଯ୍ୟାନୁଷ୍ଠାନକୁ ବିରୋଧ: ସଂସଦ ବାହାରେ କଳା ପୋଷାକରେ ବିରୋଧୀ ସାଂସଦଙ୍କ ପ୍ରତିବାଦ

ଇସ୍ରାଏଲ ସେନାର ଏପରି ନିର୍ଦ୍ଦେଶ ଦେବା ପରେ ଭୟଙ୍କର ପରିଣାମର ପୂର୍ବାନୁମାନ କରିଛି ଜାତିସଙ୍ଘ । ଇସ୍ରାଏଲ୍ ଖୁବ୍ ଶୀଘ୍ର ଏହାର ଉତ୍ତର ପାର୍ଶ୍ୱରୁ ଘାତକ ଆକ୍ରମଣ କରିପାରେ ବୋଲି ଜାତିସଂଘ ଚେତାବନୀ ଦେଇଛନ୍ତି। ଗାଜା ସହର ତଳେ ଥିବା ଟନେଲରେ ହମାସ ସଂଗଠନ କର୍ମୀ ଲୁଚି ରହିଥିବା ନେଇ ଇସ୍ରାଏଲ୍ ସୈନ୍ୟବାହିନୀ ଅନୁମାନ କରୁଛି । ଏଥିପାଇଁ ସେଠାରେ ଥିବା ସାଧାରଣ ନାଗରିକଙ୍କୁ ୨୪ ଘଣ୍ଟା ମଧ୍ୟରେ ଅନ୍ୟତ୍ର ସ୍ଥାନାନ୍ତର ହୋଇଯିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ରାଜସ୍ଥାନର ବାଡମେରରେ ଚାଞ୍ଚଲ୍ୟ: ଡାକ୍ତରଙ୍କୁ ବ୍ଲାକମେଲ୍ କରି ୨ କୋଟି ଟଙ୍କା ଲୁଟିଲା ନର୍ସ

ସେପଟେ ଇସ୍ରାଏଲ ପଡୋଶୀ ସିରିଆର ଦୁଇ ଏୟାରପୋର୍ଟ ଉପରେ ମଧ୍ୟ ଆକ୍ରମଣ କରିଛି । ଦସ୍ମିକ ଏବଂ ଆଲେପ୍ପୋ ବିମାନବନ୍ଦରରେ ବୋମା ବର୍ଷଣ କରିଥିଲା ଇସ୍ରାଏଲ ସେନା । ଏହାପରେ ଏହି ଦୁଇ ବିମାନ ବନ୍ଦରକୁ ବନ୍ଦ କରି ଦିଆଯାଇଛି । ଇସ୍ରାଏଲ ଏବଂ ଲେବନାନ ମଧ୍ୟରେ ମଧ୍ୟ ଏହି ବିବାଦୀୟ ସ୍ଥାନକୁ ନେଇ ଦୁଇ ସେନା ମଧ୍ୟରେ ଗୁଳିବିନିମୟ ହୋଇଥିଲା ।

ଆହୁରି ପଢ଼ନ୍ତୁ: ମିଶନ୍ ସୁଦର୍ଶନ ଚକ୍ରକୁ ମିଳିଲା ବେଗ: କୁଶା ଇଣ୍ଟରସେପ୍ଟରର ପରୀକ୍ଷଣ କରିବ ଭାରତ

13 Oct 2023 By The Sakala

୨୪ ଘଣ୍ଟା ମଧ୍ୟରେ ଗାଜା ଛାଡିବାକୁ ଗାଜାବାସୀଙ୍କୁ ନିର୍ଦ୍ଦେଶ ଦେଲା ଇସ୍ରାଏଲ ସେନା

ନୂଆଦିଲ୍ଲୀ: ଇସ୍ରାଏଲ-ପାଲେଷ୍ଟାଇନ ମଧ୍ୟରେ ଲାଗିଥିବା ଯୁଦ୍ଧ ଷଷ୍ଠ ଦିନରେ ପହଞ୍ଚିଥିବାବେଳେ ଏହା ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଇସ୍ରାଏଲ ପକ୍ଷରୁ ଗାଜା ଉପରେ ଘନ ଘନ ମିଜାଇଲ ମାଡ ହେଉଛି । ଏହାରି ମଧ୍ୟରେ ଇସ୍ରାଏଲ ସଂଲଗ୍ନ ଗାଜା ସୀମାନ୍ତରୁ ୧୧ ଲକ୍ଷ ପାଲେଷ୍ଟାଇନ ନାଗରିକଙ୍କୁ ସ୍ଥାନ ଛାଡିବାକୁ ଚେତାବନୀ ଦେଇଛି ଇସ୍ରାଏଲ ସେନା । ୨୪ ଘଣ୍ଟା ମଧ୍ୟରେ ପାଲେଷ୍ଟାଇନ ନାଗରିକଙ୍କୁ ଗାଜାର ଦକ୍ଷିଣ ଅଂଚଳକୁ ଚାଲିଯିବାକୁ କୁହାଯାଇଛି । ଇସ୍ରାଏଲ ସେନା ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଥିବା ଜାତିସଂଘ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଇସ୍ରାଏଲ ସୀମାନ୍ତ ଗାଜାର ଏହି ଅଂଚଳରୁ ଥିବା ଜାତିସଂଘ କାର୍ଯ୍ୟାଳୟକୁ କର୍ମଚାରୀଙ୍କୁ ଛାଡିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବା ଆନ୍ତର୍ଜାତିକ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।

ଇସ୍ରାଏଲ ସେନାର ଏପରି ନିର୍ଦ୍ଦେଶ ଦେବା ପରେ ଭୟଙ୍କର ପରିଣାମର ପୂର୍ବାନୁମାନ କରିଛି ଜାତିସଙ୍ଘ । ଇସ୍ରାଏଲ୍ ଖୁବ୍ ଶୀଘ୍ର ଏହାର ଉତ୍ତର ପାର୍ଶ୍ୱରୁ ଘାତକ ଆକ୍ରମଣ କରିପାରେ ବୋଲି ଜାତିସଂଘ ଚେତାବନୀ ଦେଇଛନ୍ତି। ଗାଜା ସହର ତଳେ ଥିବା ଟନେଲରେ ହମାସ ସଂଗଠନ କର୍ମୀ ଲୁଚି ରହିଥିବା ନେଇ ଇସ୍ରାଏଲ୍ ସୈନ୍ୟବାହିନୀ ଅନୁମାନ କରୁଛି । ଏଥିପାଇଁ ସେଠାରେ ଥିବା ସାଧାରଣ ନାଗରିକଙ୍କୁ ୨୪ ଘଣ୍ଟା ମଧ୍ୟରେ ଅନ୍ୟତ୍ର ସ୍ଥାନାନ୍ତର ହୋଇଯିବାକୁ କୁହାଯାଇଛି।

ସେପଟେ ଇସ୍ରାଏଲ ପଡୋଶୀ ସିରିଆର ଦୁଇ ଏୟାରପୋର୍ଟ ଉପରେ ମଧ୍ୟ ଆକ୍ରମଣ କରିଛି । ଦସ୍ମିକ ଏବଂ ଆଲେପ୍ପୋ ବିମାନବନ୍ଦରରେ ବୋମା ବର୍ଷଣ କରିଥିଲା ଇସ୍ରାଏଲ ସେନା । ଏହାପରେ ଏହି ଦୁଇ ବିମାନ ବନ୍ଦରକୁ ବନ୍ଦ କରି ଦିଆଯାଇଛି । ଇସ୍ରାଏଲ ଏବଂ ଲେବନାନ ମଧ୍ୟରେ ମଧ୍ୟ ଏହି ବିବାଦୀୟ ସ୍ଥାନକୁ ନେଇ ଦୁଇ ସେନା ମଧ୍ୟରେ ଗୁଳିବିନିମୟ ହୋଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର