ଜମ୍ମୁ-କାଶ୍ମୀର: ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ଦୁଇ ଲସ୍କର ଆତଙ୍କବାଦୀ ନିହତ

The Sakala Picture
Published On

ଶ୍ରୀନଗର: ଜମ୍ମୁ କାଶ୍ମୀର ଶୋପିଆନରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଜଣ ଲସ୍କର ଆତଙ୍କବାଦୀ ନିହତ ହୋଇଛନ୍ତି। ଆଜି ସକାଳୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳିବିନିମୟ ଜାରି ରହିଥିବା ବେଳେ, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷାବାହିନୀ। କାଶ୍ମୀରର ଆଇଜି ବିଜୟ କୁମାର କହିଛନ୍ତି, ଆଜି ଚୌଗାମରେ ସୁରକ୍ଷା ବାହିନୀ […]

ଶ୍ରୀନଗର: ଜମ୍ମୁ କାଶ୍ମୀର ଶୋପିଆନରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଜଣ ଲସ୍କର ଆତଙ୍କବାଦୀ ନିହତ ହୋଇଛନ୍ତି। ଆଜି ସକାଳୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳିବିନିମୟ ଜାରି ରହିଥିବା ବେଳେ, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷାବାହିନୀ। କାଶ୍ମୀରର ଆଇଜି ବିଜୟ କୁମାର କହିଛନ୍ତି, ଆଜି ଚୌଗାମରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀଙ୍କ ନିହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ ଗ୍ରେନେଡ ଆକ୍ରମଣ ଏବଂ ସାଧାରଣ ନାଗରିକଙ୍କ ହତ୍ୟାରେ ସମ୍ପୃକ୍ତ ଥିଲା। ଅନ୍ୟ ଜଣକ ନିକଟରେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିଲା।

ଆହୁରି ପଢ଼ନ୍ତୁ: ଦିଶା ସାଲିଆନଙ୍କ ମୃତ୍ୟୁ ମାମଲା: ସିବିଆଇକୁ FIR ରୁଜୁ କରିବାକୁ ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ


ସୂଚନାଯୋଗ୍ୟ, ଗତକାଲି ଅନନ୍ତନାଗ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ହିଜବୁଲ ମୁଜାହିଦ୍ଦିନର ଜଣେ ଆତଙ୍କବାଦୀ ନିହତ ହୋଇଥିଲେ। ପୁଲିସ ଇନ୍ସପେକ୍ଟର ଏବଂ ବିଜେପି କର୍ମୀ ଏବଂ ଅନ୍ୟମାନଙ୍କ ହତ୍ୟାରେ ସେ ସମ୍ପୃକ୍ତ ଥିବା ପୁଲିସ କହିଥିଲା। ପୁଲିସର ମୁଖପାତ୍ର କହିଛନ୍ତି ଯେ ଜିଲ୍ଲାର ଅରୱାନୀ ଅଞ୍ଚଳର ମୁମାନହଲ ଗ୍ରାମରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୁଇନ୍ଦା ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର