କର୍ଣ୍ଣାଟକରୁ ପୁଣି ଚିହ୍ନଟ ହେଲେ ଆଉ ୫ଜଣ ଓମିକ୍ରନ ଆକ୍ରାନ୍ତ
ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଦକ୍ଷିଣ ଆଫ୍ରିକାରୁ ପ୍ରଥମେ ଚିହ୍ନଟ ହୋଇଥିବା ଓମିକ୍ରନ ମାତ୍ର କିଛି ଦିନ ମଧ୍ୟରେ ଭାରତର ବିଭିନ୍ନ ରାଜ୍ୟରେ ପହଞ୍ଚି ସାରିଲାଣି। ଗୋଟିଏ ରାଜ୍ୟରୁ ଆଉ ଏକ ରାଜ୍ୟକୁ ବ୍ୟାପୁଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଆଜି ଆଉ ୫ଟି ନୂଆ ମାମଲା କର୍ଣ୍ଣାଟକରେ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା କର୍ଣ୍ଣାଟକରେ ୧୯ ରେ ପହଞ୍ଚିଛି। ସ୍ୱାସ୍ଥ୍ୟମନ୍ତ୍ରୀ ଏ […]
ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଦକ୍ଷିଣ ଆଫ୍ରିକାରୁ ପ୍ରଥମେ ଚିହ୍ନଟ ହୋଇଥିବା ଓମିକ୍ରନ ମାତ୍ର କିଛି ଦିନ ମଧ୍ୟରେ ଭାରତର ବିଭିନ୍ନ ରାଜ୍ୟରେ ପହଞ୍ଚି ସାରିଲାଣି। ଗୋଟିଏ ରାଜ୍ୟରୁ ଆଉ ଏକ ରାଜ୍ୟକୁ ବ୍ୟାପୁଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଆଜି ଆଉ ୫ଟି ନୂଆ ମାମଲା କର୍ଣ୍ଣାଟକରେ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା କର୍ଣ୍ଣାଟକରେ ୧୯ ରେ ପହଞ୍ଚିଛି। ସ୍ୱାସ୍ଥ୍ୟମନ୍ତ୍ରୀ ଏ ନେଇ ଟ୍ବିକ କରି ସୂଚନା ପ୍ରଦାନ କରିଛନ୍ତି।
ଆହୁରି ପଢ଼ନ୍ତୁ: ନେପାଳ ବନ୍ୟା ବିଭୀଷିକା: ସୁଡ଼ଙ୍ଗରେ ଫସିଛନ୍ତି ଶତାଧିକ ଶ୍ରମିକ, ଜୀବନ ବଞ୍ଚାଇବାକୁ ଚାଲିଛି ଆପ୍ରାଣ ଚେଷ୍ଟା
Five cases of Omicron have been confirmed on Dec 19th:
🔹 Dharwad: 54 yr male
🔹 Bhadravathi: 20 yr female
🔹 Udupi: 82 yr male and 73 yr female
🔹 Mangaluru: 19 yr female#Omicronindia #Covid_19 @BSBommai— Dr Sudhakar K (@mla_sudhakar) December 20, 2021
ସେପଟେ, ଦେଶର ୧୨ଟି ରାଜ୍ୟରେ କାୟା ମେଲାଇ ସାରିଲାଣି ଓମିକ୍ରନ ଭୂତାଣୁ । ମହାରାଷ୍ଟ୍ରରେ ସର୍ବାଧିକ ୫୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଜାତୀୟ ରାଜଧାନୀ ଦିଲ୍ଲୀରେ ୨୨, ତେଲେଙ୍ଗାନାରେ ୨୦, ରାଜସ୍ଥାନରେ ୧୭, କର୍ଣ୍ଣାଟକରେ ୧୯, ଗୁଜରାଟରେ ୯, କେରଳରେ ୧୧, ଉତ୍ତରପ୍ରଦେଶରେ ଦୁଇଜଣ, ଆନ୍ଧ୍ରପ୍ରଦେଶ, ଚଣ୍ଡିଗଡ଼, ତାମିଲନାଡୁ ଏବଂ ପଶ୍ଚିମରେ ଜଣେ ବ୍ୟକ୍ତିଙ୍କ ଠାରେ ଓମିକ୍ରନ୍ ଭୂତାଣୁ ଚିହ୍ନଟ ହୋଉଛି । ତେବେ ଦେଶର ସମସ୍ତ ରାଜ୍ୟର ଓମିକ୍ରନ୍ ଆକ୍ରାନ୍ତକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୮ରେ ପହଞ୍ଚିଛି।
About The Author
ସମ୍ବନ୍ଧିତ ଖବର






