କେସିଆର୍‌ଙ୍କ ନିର୍ବାଚନୀ ପ୍ରତିଶୃତି, ୪୦୦ ଟଙ୍କାରେ ଏଲପିଜି ସିଲିଣ୍ଡର ସହ ଗରିବଙ୍କୁ ଦେବେ ଫ୍ଲାଟ୍

The Sakala Picture
Published On

ନୂଆଦିଲ୍ଲୀ: ଆସନ୍ତା ନଭେମ୍ବର ୩୦ ତାରିଖରେ ତେଲେଙ୍ଗାନା ବିଧାନସଭା ନିର୍ବାଚନ ହେବ। ଦଳ ତରଫରୁ ନିର୍ବାଚନ ପାଇଁ ଜାରି କରାଯାଇଛି ଘୋଷଣାପତ୍ର। ବିଆରଏସ୍ ଇସ୍ତାହାରରେ ଜନସାଧାରଣଙ୍କୁ ଅନେକ ଲୋଭନୀୟ ପ୍ରତିଶ୍ରୁତି ଦିଆଯାଇଛି। ଆଗକୁ ୪୦୦ ଟଙ୍କାରେ ମିଳିବ ଗ୍ୟାସ୍‌ ସିଲିଣ୍ଡର। କେବଳ ସେତିକି ନୁହେଁ ସରକାରୀ ଭତ୍ତା ମଧ୍ୟ ବଢ଼ିବ। ୪ ହଜାରକୁ ବୃଦ୍ଧି କରାଯିବ ସରକାରୀ ଭତ୍ତା। ଏଭଳି କିଛି ପ୍ରତିଶ୍ରୁତିରେ ପୋତି ପକାଇଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ। କେବଳ ସେତିକି ନୁହେଁ ତେଲେଙ୍ଗାନା […]

ନୂଆଦିଲ୍ଲୀ: ଆସନ୍ତା ନଭେମ୍ବର ୩୦ ତାରିଖରେ ତେଲେଙ୍ଗାନା ବିଧାନସଭା ନିର୍ବାଚନ ହେବ। ଦଳ ତରଫରୁ ନିର୍ବାଚନ ପାଇଁ ଜାରି କରାଯାଇଛି ଘୋଷଣାପତ୍ର। ବିଆରଏସ୍ ଇସ୍ତାହାରରେ ଜନସାଧାରଣଙ୍କୁ ଅନେକ ଲୋଭନୀୟ ପ୍ରତିଶ୍ରୁତି ଦିଆଯାଇଛି। ଆଗକୁ ୪୦୦ ଟଙ୍କାରେ ମିଳିବ ଗ୍ୟାସ୍‌ ସିଲିଣ୍ଡର। କେବଳ ସେତିକି ନୁହେଁ ସରକାରୀ ଭତ୍ତା ମଧ୍ୟ ବଢ଼ିବ। ୪ ହଜାରକୁ ବୃଦ୍ଧି କରାଯିବ ସରକାରୀ ଭତ୍ତା। ଏଭଳି କିଛି ପ୍ରତିଶ୍ରୁତିରେ ପୋତି ପକାଇଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ।

ଆହୁରି ପଢ଼ନ୍ତୁ: ଆମେରିକାରେ ପିଲାଙ୍କ ପାସପୋର୍ଟ ନିୟମରେ ହୋଇପାରେ ପରିବର୍ତ୍ତନ: ବାପା-ମା'ଙ୍କୁ ଦେବାକୁ ପଡ଼ିବ ନାଗରିକତ୍ୱର ପ୍ରମାଣ

କେବଳ ସେତିକି ନୁହେଁ ତେଲେଙ୍ଗାନା ସରକାର ଚଳାଇଥିବା ‘ରାୟଥୁ ବନ୍ଧୁ’ ଯୋଜନାରେ କୃଷକମାନଙ୍କୁ ଏକର ପ୍ରତି ୧୦ ହଜାର ଟଙ୍କା ମିଳୁଥିବା ବେଳେ ଏଥର ସରକାରକୁ ଆସିଲେ ଏହାକୁ ବୃଦ୍ଧି କରାଯାଇ ୧୬ ହଜାର ଟଙ୍କା ଦିଆଯିବ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନରେ ୨୭ ଘଣ୍ଟା ପରେ ରେସ୍କ୍ୟୁ ଅପରେସନ୍ ଶେଷ, ୭ ମୃତକଙ୍କ ମଧ୍ୟରେ ୫ ଛାତ୍ର

କେସିଆର ଆହୁରି କହିଛନ୍ତ, ୨୦୨୩ରେ ପୁଣି ସରକାର ଗଠନ କଲେ ତେଲେଙ୍ଗାନାର ୯୩ ଲକ୍ଷ ବିପିଏଲ ପରିବାରକୁ କେସିଆର ବୀମା ଯୋଜନା ମାଧ୍ୟମରେ ୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା ପ୍ରଦାନ କରାଯିବ। ଆରୋଗ୍ୟ ରକ୍ଷା ଯୋଜନା ଓ ଆରୋଗ୍ୟଶ୍ରୀ ଭୀମ୍ ଯୋଜନାର ରାଶି ୧୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବ।

ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ

ଅନ୍ୟପଟେ ଅସହାୟ, ବିଧବା ଓ ବୃଦ୍ଧା ବୃଦ୍ଧଙ୍କୁ ମିଳୁଥିବା ମାସିକ ସହାୟତା ରାଶି ବା ଭତ୍ତାକୁ ୨୦୧୬ ଟଙ୍କାରୁ ୫ ହଜାର ଟଙ୍କାକୁ ବୃଦ୍ଧି କରାଯିବ। ଦିବ୍ୟାଙ୍ଗଙ୍କ ପାଇଁ ୬୦୦୦ ଟଙ୍କା ଭତ୍ତା ମିଳିବ ବୋଲି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତାଙ୍କ ନିର୍ବାଚନୀ ଘୋଷଣାପତ୍ରରେ ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

ସେହିପରି ହାଇଦ୍ରାବାଦରେ ୧ଲକ୍ଷ ଡବଲ ବେଡ୍‌ରୁମ୍‌ ଘର ନିର୍ମାଣ କରାଯିବ। ଏହି ଘରଗୁଡିକୁ ଭୂମିହୀନମାନଙ୍କୁ ବଣ୍ଟନ କରାଯିବ। ରାଜ୍ୟର ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ସରକାର ୧୧୯ ଟି ଆବାସୀୟ ବିଦ୍ୟାଳୟ ନିର୍ମାଣ କରିବାକୁ ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି କେସିଆର୍‌।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର