୧୭ ବର୍ଷର ଝିଅ ୟୁଟ୍ୟୁବ୍ ଭିଡିଓ ଦେଖି ଜନ୍ମ କଲେ ଶିଶୁ

The Sakala Picture
Published On

ନୂଆଦିଲ୍ଲୀ: ଜଣେ ୧୭ ବର୍ଷର ଝିଅ ୟୁଟ୍ୟୁବ୍ ଭିଡିଓ ଦେଖି ତାଙ୍କ ଘରେ ଏକ ଶିଶୁକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଏହି ଘଟଣାଟି କେରଳର ମାଲାପୁରାମ ଜିଲ୍ଲାରେ ଘଟିଛି । ୧୭ ବର୍ଷର ଝିଅଟି ଅକ୍ଟୋବର ୨୦ରେ ଗୋଟିଏ ଶିଶୁକୁ ଜନ୍ମ ଦେଇଛନ୍ତି। ଅନ୍ୟପକ୍ଷେ ତାଙ୍କ ପିତାମାତା ତାଙ୍କ ଗର୍ଭଧାରଣ ବିଷୟରେ କିଛି ଜାଣି ନ ଥିବା ଜଣାପଡ଼ିଛି। ଶିଶୁଟି ଜନ୍ମ ହେବାର ତିନି ଦିନ ପରେ ହିଁ ଯୁବତୀଙ୍କ ମାଆ ଏ ସମ୍ପର୍କରେ ଜାଣିବାକୁ ପାଇଥିଲେ। […]

ନୂଆଦିଲ୍ଲୀ: ଜଣେ ୧୭ ବର୍ଷର ଝିଅ ୟୁଟ୍ୟୁବ୍ ଭିଡିଓ ଦେଖି ତାଙ୍କ ଘରେ ଏକ ଶିଶୁକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଏହି ଘଟଣାଟି କେରଳର ମାଲାପୁରାମ ଜିଲ୍ଲାରେ ଘଟିଛି । ୧୭ ବର୍ଷର ଝିଅଟି ଅକ୍ଟୋବର ୨୦ରେ ଗୋଟିଏ ଶିଶୁକୁ ଜନ୍ମ ଦେଇଛନ୍ତି। ଅନ୍ୟପକ୍ଷେ ତାଙ୍କ ପିତାମାତା ତାଙ୍କ ଗର୍ଭଧାରଣ ବିଷୟରେ କିଛି ଜାଣି ନ ଥିବା ଜଣାପଡ଼ିଛି। ଶିଶୁଟି ଜନ୍ମ ହେବାର ତିନି ଦିନ ପରେ ହିଁ ଯୁବତୀଙ୍କ ମାଆ ଏ ସମ୍ପର୍କରେ ଜାଣିବାକୁ ପାଇଥିଲେ। କାରଣ ପ୍ରସବ ପରେ ଯୁବତୀଙ୍କଠାରେ ସଂକ୍ରମଣ ଜନିତ ସମସ୍ୟା ଦେଖାଯାଇଥିଲା ଏବଂ ଶିଶୁଟି କାନ୍ଦ ମଧ୍ଯ ଶୁଣିବାକୁ ପାଇଥିଲେ।

ଆହୁରି ପଢ଼ନ୍ତୁ: ୟେମେନ୍ ସରକାରୀ ସେନା ଶିବିର ଉପରେ ହୁଥି ବିଦ୍ରୋହୀଙ୍କ ବଡ଼ ଆକ୍ରମଣ, ୧୮ ନିହତ

ପୋକ୍ସୋ ନିୟମ ଅନୁଯାୟୀ ଅଭିଯୁକ୍ତ ପ୍ରେମିକଙ୍କ ବିରୋଧରେ ମାମଲା ରୁଜୁ କରିବା ପରେ ମାଆ ଏବଂ ଶିଶୁଙ୍କୁ ମଞ୍ଜେରୀସ୍ଥିତ ସରକାରୀ ମେଡିକାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଭୟ ସୁସ୍ଥ ଅଛନ୍ତି।

ଆହୁରି ପଢ଼ନ୍ତୁ: ନିର୍ବାଚନ ଆୟୋଗରେ ବଡ଼ ବିବାଦ: RTI ରିପୋର୍ଟରୁ ଖୁଲାସା ହେଲା ବରିଷ୍ଠ ଅଧିକାରୀଙ୍କ ଏକପାଖିଆ ନିଷ୍ପତ୍ତି

ପୁଲିସର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ ,ସେ ପ୍ରସବ ସମୟରେ କୌଣସି ବାହ୍ୟ ସହାୟତା ନେଇ ନ ଥିଲେ। ଅକ୍ଟୋବର ୨୨ ରେ ଶିଶୁଟିର କାନ୍ଦ ଶୁଣି ଝିଅର ପିତାମାତା ଜାଣିବାକୁ ପାଇଥିଲେ। ଝିଅଟି ଦ୍ୱାଦଶ ଶ୍ରେଣୀରେ ଅଧ୍ୟୟନ କରେ। ତାଙ୍କ ପିତାମାତା ଦୃଷ୍ଟିହୀନ କାରଣରୁ ସେମାନେ ମଧ୍ଯ ଜାଣି ପାରି ନ ଥିଲେ ଯେ ପିଲାଟି ଗର୍ଭବତୀ ଅଛି। ଝିଅ ଏବଂ ୨୧  ବର୍ଷ ବୟସ୍କ ପୁରୁଷଙ୍କ ମଧ୍ୟରେ ପ୍ରେମ ସମ୍ପର୍କ କିଛି ସମୟ ପାଇଁ ଚାଲିଥିଲା ​​। ଝିଅଟିର ବୟସ ୧୮ ବର୍ଷ ହେବା ପରେ ଉଭୟ ବିବାହ କରିବାକୁ ଯୋଜନା କରିଥିଲେ।

ଆହୁରି ପଢ଼ନ୍ତୁ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଡାଟା ଲିକ୍: ଡାର୍କ ୱେବରେ ୩,୮୯୭ ଗ୍ରାହକଙ୍କ ତଥ୍ୟ, ପାଣ୍ଠି ସୁରକ୍ଷିତ ଥିବା ନେଇ ବ୍ୟାଙ୍କର ସ୍ପଷ୍ଟୀକରଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର