ଲାଲୁ ଯାଦବଙ୍କୁ ବଡ଼ ଝଟକା : ଚାକିରି ବଦଳରେ ଜମି ମାମଲାରେ କେସ୍ ଚଳାଇବାକୁ ସିବିଆଇକୁ ଅନୁମତି

The Sakala Picture
Published On

ନୁଆଦିଲ୍ଲୀ : ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କୁ ବଡ଼ ଝଟକା ଲାଗିଛି । ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ବିରୋଧରେ ମକଦ୍ଦମା ଚଳାଇବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସିବିଆଇକୁ ଅନୁମତି ଦେଇଛି । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟକୁ ଏନେଇ ଅବଗତ କରିଛି ସିବିଆଇ । ଲାଲୁ ଯାଦବ ୨୦୦୪-୨୦୦୯ ଯାଏଁ ୟୁଏପିଏ ସରକାରରେ କେନ୍ଦ୍ର ରେଳମନ୍ତ୍ରୀ ଥିବାବେଳେ ରେଳବାଇ ଗ୍ରୁପ୍ ଡି’ ଚାକିରି ପାଇଁ ଲାଲୁ ପରିବାର ଲାଞ୍ଚ ଭାବେ ଆଶାୟୀ ପ୍ରାର୍ଥୀମାନଙ୍କ […]

ନୁଆଦିଲ୍ଲୀ : ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କୁ ବଡ଼ ଝଟକା ଲାଗିଛି । ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ବିରୋଧରେ ମକଦ୍ଦମା ଚଳାଇବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସିବିଆଇକୁ ଅନୁମତି ଦେଇଛି । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟକୁ ଏନେଇ ଅବଗତ କରିଛି ସିବିଆଇ ।

ଆହୁରି ପଢ଼ନ୍ତୁ: ପାନୀୟ ଜଳ ଯୋଗାଣକୁ ନେଇ ଗୃହରେ ହଙ୍ଗାମା, ଶାସକ-ବିରୋଧୀ ମୁହାଁମୁହିଁ

ଲାଲୁ ଯାଦବ ୨୦୦୪-୨୦୦୯ ଯାଏଁ ୟୁଏପିଏ ସରକାରରେ କେନ୍ଦ୍ର ରେଳମନ୍ତ୍ରୀ ଥିବାବେଳେ ରେଳବାଇ ଗ୍ରୁପ୍ ଡି’ ଚାକିରି ପାଇଁ ଲାଲୁ ପରିବାର ଲାଞ୍ଚ ଭାବେ ଆଶାୟୀ ପ୍ରାର୍ଥୀମାନଙ୍କ ଠାରୁ ଜମି ନେଇଥିଲେ। ଲାଲୁଙ୍କ ସହ ତାଙ୍କର ଅନେକ ପରିବାର ସଦସ୍ୟଙ୍କ ମଧ୍ୟ ଏହି ମାମଲାରେ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଥିଲା । ଲାଲୁ ଯାଦବ ପ୍ରଥମେ ପ୍ରାର୍ଥୀଙ୍କୁ ଅସ୍ଥାୟୀ ଭାବେ ନିଯୁକ୍ତ କରୁଥିଲେ। ଜମି ଡିଲ୍ ଚୂଡ଼ାନ୍ତ ହେବା ପରେ ସେମାନଙ୍କୁ ନିୟମିତ କରାଯାଉଥିଲା। ଏହି ଚାକିରି ପାଇଁ କୌଣସି ବିଜ୍ଞାପନ ମଧ୍ୟ ପ୍ରକାଶ କରାଯାଇନଥିଲା ।

ଆହୁରି ପଢ଼ନ୍ତୁ: କରୁର ଦଳାଚକଟା ମାମଲା: ଅଭିନେତା ତଥା TVK ମୁଖ୍ୟ ବିଜୟଙ୍କୁ ସିବିଆଇ ସମନ

ଗତବର୍ଷ ଅକ୍ଟୋବରରେ ରେଳବାଇ ଚାକିରି ଦୁର୍ନୀତି ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ଚାର୍ଜସିଟ ଦାଖଲ କରିଥିଲା। ଏହି ମାମଲାରେ ଗତ ବର୍ଷ ମେ ୧୮ରେ ଲାଲୁ ପ୍ରସାଦ, ପତ୍ନୀ ରାବଡି ଦେବୀ, ମିସା ଭାରତୀଙ୍କ ସମେତ ୧୭ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା । ଲାଲୁଙ୍କ ପୁଅ ତଥା ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ମଧ୍ୟ ଏହି ମାମଲାରେ ଜଣେ ଅଭିଯୁକ୍ତ ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

12 Sep 2023 By The Sakala

ଲାଲୁ ଯାଦବଙ୍କୁ ବଡ଼ ଝଟକା : ଚାକିରି ବଦଳରେ ଜମି ମାମଲାରେ କେସ୍ ଚଳାଇବାକୁ ସିବିଆଇକୁ ଅନୁମତି

ନୁଆଦିଲ୍ଲୀ : ଆରଜେଡି ସୁପ୍ରିମୋ ଲାଲୁ ଯାଦବଙ୍କୁ ବଡ଼ ଝଟକା ଲାଗିଛି । ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ବିରୋଧରେ ମକଦ୍ଦମା ଚଳାଇବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସିବିଆଇକୁ ଅନୁମତି ଦେଇଛି । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟକୁ ଏନେଇ ଅବଗତ କରିଛି ସିବିଆଇ ।

ଲାଲୁ ଯାଦବ ୨୦୦୪-୨୦୦୯ ଯାଏଁ ୟୁଏପିଏ ସରକାରରେ କେନ୍ଦ୍ର ରେଳମନ୍ତ୍ରୀ ଥିବାବେଳେ ରେଳବାଇ ଗ୍ରୁପ୍ ଡି’ ଚାକିରି ପାଇଁ ଲାଲୁ ପରିବାର ଲାଞ୍ଚ ଭାବେ ଆଶାୟୀ ପ୍ରାର୍ଥୀମାନଙ୍କ ଠାରୁ ଜମି ନେଇଥିଲେ। ଲାଲୁଙ୍କ ସହ ତାଙ୍କର ଅନେକ ପରିବାର ସଦସ୍ୟଙ୍କ ମଧ୍ୟ ଏହି ମାମଲାରେ ସମ୍ପୃକ୍ତି ଥିବା ଅଭିଯୋଗ ହୋଇଥିଲା । ଲାଲୁ ଯାଦବ ପ୍ରଥମେ ପ୍ରାର୍ଥୀଙ୍କୁ ଅସ୍ଥାୟୀ ଭାବେ ନିଯୁକ୍ତ କରୁଥିଲେ। ଜମି ଡିଲ୍ ଚୂଡ଼ାନ୍ତ ହେବା ପରେ ସେମାନଙ୍କୁ ନିୟମିତ କରାଯାଉଥିଲା। ଏହି ଚାକିରି ପାଇଁ କୌଣସି ବିଜ୍ଞାପନ ମଧ୍ୟ ପ୍ରକାଶ କରାଯାଇନଥିଲା ।

ଗତବର୍ଷ ଅକ୍ଟୋବରରେ ରେଳବାଇ ଚାକିରି ଦୁର୍ନୀତି ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ଚାର୍ଜସିଟ ଦାଖଲ କରିଥିଲା। ଏହି ମାମଲାରେ ଗତ ବର୍ଷ ମେ ୧୮ରେ ଲାଲୁ ପ୍ରସାଦ, ପତ୍ନୀ ରାବଡି ଦେବୀ, ମିସା ଭାରତୀଙ୍କ ସମେତ ୧୭ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା । ଲାଲୁଙ୍କ ପୁଅ ତଥା ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ମଧ୍ୟ ଏହି ମାମଲାରେ ଜଣେ ଅଭିଯୁକ୍ତ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର