୫୦୦ ଟଙ୍କାରେ ଗ୍ୟାସ୍ ସିଲିଣ୍ଡର ଦେବାକୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଘୋଷଣା

The Sakala Picture
Published On

ଜୟପୁର: ରାଜସ୍ଥାନରେ ୫୦୦ ଟଙ୍କାରେ ମିଳିବ ଗ୍ୟାସ୍ ସିଲିଣ୍ଡର । ଏପ୍ରିଲ ପହିଲାରୁ ରାଜସ୍ଥାନରେ ରନ୍ଧନ ଗ୍ୟାସ୍‌ ବା ଏଲ୍‌ପିଜି ଦର ୫୦୦ ଟଙ୍କା ହେବ । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ଘୋଷଣା କରିଛନ୍ତି । ସାରା ଦେଶରେ ଗ୍ୟାସ ଦର ଲୋକଙ୍କୁ କନ୍ଦାଇ ଦେଇଥିବାବେଳେ ରାଜସ୍ଥାନ ସରକାର ରାଜ୍ୟବାସୀଙ୍କୁ ଦେଇଛନ୍ତି ଏହି ଖୁସି ଖବର। ଏବେ ସାରା ଦେଶରେ ତଥା ଆମ ରାଜ୍ୟରେ ଗ୍ୟାସ୍ ଦର ହଜାରେ ଟଙ୍କା ପରେ ରହିଥିବା ବେଳେ […]

ଜୟପୁର: ରାଜସ୍ଥାନରେ ୫୦୦ ଟଙ୍କାରେ ମିଳିବ ଗ୍ୟାସ୍ ସିଲିଣ୍ଡର । ଏପ୍ରିଲ ପହିଲାରୁ ରାଜସ୍ଥାନରେ ରନ୍ଧନ ଗ୍ୟାସ୍‌ ବା ଏଲ୍‌ପିଜି ଦର ୫୦୦ ଟଙ୍କା ହେବ । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ଘୋଷଣା କରିଛନ୍ତି । ସାରା ଦେଶରେ ଗ୍ୟାସ ଦର ଲୋକଙ୍କୁ କନ୍ଦାଇ ଦେଇଥିବାବେଳେ ରାଜସ୍ଥାନ ସରକାର ରାଜ୍ୟବାସୀଙ୍କୁ ଦେଇଛନ୍ତି ଏହି ଖୁସି ଖବର। ଏବେ ସାରା ଦେଶରେ ତଥା ଆମ ରାଜ୍ୟରେ ଗ୍ୟାସ୍ ଦର ହଜାରେ ଟଙ୍କା ପରେ ରହିଥିବା ବେଳେ ରାଜସ୍ଥାନରେ ଏପ୍ରିଲ୍‌ରୁ ୫୦୦ ଟଙ୍କାରେ ମିଳିବ ଗ୍ୟାସ । ତେବେ ଏହି ଘୋଷଣା ସମସ୍ତଙ୍କ ପାଇଁ ନୁହେଁ । ଏହା କେବଳ ଗରିବ ଏବଂ ଉଜ୍ଜଳା ଗ୍ୟାସ ଯୋଜନାର ହିତାଧିକାରୀଙ୍କ ପାଇଁ ଉପଲବ୍ଧ ବୋଲି ମୁଖ୍ୟମନ୍ତ୍ରୀ ଗେହଲଟ କହିଛନ୍ତି ।

ଆହୁରି ପଢ଼ନ୍ତୁ: ମୁମ୍ବାଇ ATSର ବଡ଼ କାର୍ଯ୍ୟାନୁଷ୍ଠାନ: ଜୈଶ-ଇ-ମହମ୍ମଦ ଓ ISIS ସହ ଲିଙ୍କ୍ ଥିବା ଇଞ୍ଜିନିୟରିଂ ଛାତ୍ର ଗିରଫ

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାରତ ଯୋଡ଼ୋ ଯାତ୍ରାର ଅବସରରେ ନିଜର ସମ୍ବୋଧନରେ ଗ୍ୟାସ ଟାଙ୍କି ମୂଲ୍ୟ ଅଧା କରିଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଆଜି ଅଲୱର ଜିଲ୍ଲାର ମାଲାଖେଡାରେ ଏକ ସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଘୋଷଣା କରିଛନ୍ତି ଯେ, ଆମେ ଏକ କ୍ୟାଟେଗୋରୀ ବନାଉଛୁ । ଏହି କ୍ୟାଟେଗୋରୀର ଲୋକଙ୍କୁ ୧୦୫୦ ଟଙ୍କାର ଘରୋଇ ରନ୍ଧନ ଗ୍ୟାସ ସିଲିଣ୍ଡର ୫ଶହ ଟଙ୍କାରେ ଦେବୁ ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଥାଣେ ଜିଲ୍ଲା ଭିୱାଣ୍ଡି ଖାଡ଼ି ନିକଟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ପୋଲିସର ତଦନ୍ତ ଜାରି

ଆଗାମୀ ମାସରେ ଆମେ ବଜେଟ୍ ପ୍ରସ୍ତୁତ କରିବୁ, ସେଥିରେ ରୋସେଇରୁ ମହଙ୍ଗାର ବୋଝ଼ କମ୍ କରିବା ପାଇଁ କିଟ୍ ବାଣ୍ଚିବାର ଯୋଜନା ଆଣିବୁ । ସେ କହିଛନ୍ତି, ପୂର୍ବରୁ ଇନକମ୍ ଟ୍ୟାକ୍ସ, ଇଡିକୁ ନେଇ ଡରୁଥିଲେ, ଏବେ ଏମାନେ ନିଜ ଡରି ହୋଇ ରହିଛନ୍ତି । ଦେଶରେ ଲୋକତତନ୍ତ୍ରର ଚେର କମଜୋର ନୁହେଁ । ରାହୁଲ ଗାନ୍ଧି ଏକ ଉଦ୍ଦେଶ୍ୟ ନେଇ ଚାଲୁଛନ୍ତି । ସ୍ୱାଧିନତା ପରେ ପ୍ରଥମଥର ଭାରତ ଯୋଡୋ ଯାତ୍ରା ହେଉଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

19 Dec 2022 By The Sakala

୫୦୦ ଟଙ୍କାରେ ଗ୍ୟାସ୍ ସିଲିଣ୍ଡର ଦେବାକୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଘୋଷଣା

ଜୟପୁର: ରାଜସ୍ଥାନରେ ୫୦୦ ଟଙ୍କାରେ ମିଳିବ ଗ୍ୟାସ୍ ସିଲିଣ୍ଡର । ଏପ୍ରିଲ ପହିଲାରୁ ରାଜସ୍ଥାନରେ ରନ୍ଧନ ଗ୍ୟାସ୍‌ ବା ଏଲ୍‌ପିଜି ଦର ୫୦୦ ଟଙ୍କା ହେବ । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ଘୋଷଣା କରିଛନ୍ତି । ସାରା ଦେଶରେ ଗ୍ୟାସ ଦର ଲୋକଙ୍କୁ କନ୍ଦାଇ ଦେଇଥିବାବେଳେ ରାଜସ୍ଥାନ ସରକାର ରାଜ୍ୟବାସୀଙ୍କୁ ଦେଇଛନ୍ତି ଏହି ଖୁସି ଖବର। ଏବେ ସାରା ଦେଶରେ ତଥା ଆମ ରାଜ୍ୟରେ ଗ୍ୟାସ୍ ଦର ହଜାରେ ଟଙ୍କା ପରେ ରହିଥିବା ବେଳେ ରାଜସ୍ଥାନରେ ଏପ୍ରିଲ୍‌ରୁ ୫୦୦ ଟଙ୍କାରେ ମିଳିବ ଗ୍ୟାସ । ତେବେ ଏହି ଘୋଷଣା ସମସ୍ତଙ୍କ ପାଇଁ ନୁହେଁ । ଏହା କେବଳ ଗରିବ ଏବଂ ଉଜ୍ଜଳା ଗ୍ୟାସ ଯୋଜନାର ହିତାଧିକାରୀଙ୍କ ପାଇଁ ଉପଲବ୍ଧ ବୋଲି ମୁଖ୍ୟମନ୍ତ୍ରୀ ଗେହଲଟ କହିଛନ୍ତି ।

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାରତ ଯୋଡ଼ୋ ଯାତ୍ରାର ଅବସରରେ ନିଜର ସମ୍ବୋଧନରେ ଗ୍ୟାସ ଟାଙ୍କି ମୂଲ୍ୟ ଅଧା କରିଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଆଜି ଅଲୱର ଜିଲ୍ଲାର ମାଲାଖେଡାରେ ଏକ ସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଘୋଷଣା କରିଛନ୍ତି ଯେ, ଆମେ ଏକ କ୍ୟାଟେଗୋରୀ ବନାଉଛୁ । ଏହି କ୍ୟାଟେଗୋରୀର ଲୋକଙ୍କୁ ୧୦୫୦ ଟଙ୍କାର ଘରୋଇ ରନ୍ଧନ ଗ୍ୟାସ ସିଲିଣ୍ଡର ୫ଶହ ଟଙ୍କାରେ ଦେବୁ ।

ଆଗାମୀ ମାସରେ ଆମେ ବଜେଟ୍ ପ୍ରସ୍ତୁତ କରିବୁ, ସେଥିରେ ରୋସେଇରୁ ମହଙ୍ଗାର ବୋଝ଼ କମ୍ କରିବା ପାଇଁ କିଟ୍ ବାଣ୍ଚିବାର ଯୋଜନା ଆଣିବୁ । ସେ କହିଛନ୍ତି, ପୂର୍ବରୁ ଇନକମ୍ ଟ୍ୟାକ୍ସ, ଇଡିକୁ ନେଇ ଡରୁଥିଲେ, ଏବେ ଏମାନେ ନିଜ ଡରି ହୋଇ ରହିଛନ୍ତି । ଦେଶରେ ଲୋକତତନ୍ତ୍ରର ଚେର କମଜୋର ନୁହେଁ । ରାହୁଲ ଗାନ୍ଧି ଏକ ଉଦ୍ଦେଶ୍ୟ ନେଇ ଚାଲୁଛନ୍ତି । ସ୍ୱାଧିନତା ପରେ ପ୍ରଥମଥର ଭାରତ ଯୋଡୋ ଯାତ୍ରା ହେଉଛି ।

https://www.thesakala.in/national-international/lpg-cylinder-for-just-rs-500-in-rajasthan-cm-ashok-gehlot/article-17503
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର