ଘନ କୁହୁଡ଼ି ଯୋଗୁଁ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲେ ୨୦ରୁ ଉର୍ଦ୍ଧ୍ୱ ଗାଡ଼ି, ୪ ମୃତ

Madhusudan Das Picture
Published On

ହରିୟାଣା: ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହରିୟାଣାର ନୁହ (Nuh) ନିକଟରେ ଘନ କୁହୁଡ଼ି କାରଣରୁ ଏକାଧିକ ଗାଡ଼ି ପରସ୍ପର ସହ ପିଟି ହୋଇଯିବା ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଆଜି ସକାଳେ ଘଟିଥିବା ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

ଆହୁରି ପଢ଼ନ୍ତୁ: ଇସଲାମାବାଦରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ: ୩୧ ମୃତ, ୧୬୦ରୁ ଅଧିକ ଆହତ

ରିପୋର୍ଟ ଅନୁଯାୟୀ, ଦିଲ୍ଲୀ-ଏନସିଆର ଅଞ୍ଚଳରେ ପ୍ରବଳ କୁହୁଡ଼ି ଯୋଗୁଁ ଦୃଶ୍ୟମାନତା (visibility) ଅତି କମ ରହିଥିଲା। ଫଳରେ ଏକ୍ସପ୍ରେସୱେରେ ଦ୍ରୁତ ଗତିରେ ଯାଉଥିବା ପ୍ରାୟ ୨୦ରୁ ୩୦ ଗାଡ଼ି ନିୟନ୍ତ୍ରଣ ହରାଇ ଗୋଟିଏ ପରେ ଗୋଟିଏ ପିଟି ହୋଇଯାଇଥିଲେ। ଏହି ‘ଚେନ୍ ଦୁର୍ଘଟଣା’ରେ କାର୍ ଏବଂ ବସ୍ ସମେତ ଅନେକ ଗାଡ଼ି କ୍ଷତିଗ୍ରସ୍ତ ହୋଇଛି। ଏହି ବିପର୍ଯ୍ୟୟ ଯୋଗୁଁ ରାସ୍ତାରେ ଟ୍ରାଫିକ୍ ବ୍ୟବସ୍ଥା ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା ଏବଂ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ।

ଆହୁରି ପଢ଼ନ୍ତୁ: ସାବଧାନ ! ବିବାହ ୱେବସାଇଟ୍‌ରେ ବି ଠକେଇ: ଡାକ୍ତର ପରିଚୟ ଦେଇ ଅସଲି ଡାକ୍ତରାଣୀଙ୍କୁ ଚୂନା ଲଗାଇଲେ

ଦୁର୍ଘଟଣା ସମ୍ପର୍କରେ ଖବର ପାଇବା ମାତ୍ରେ ପୋଲିସ, ଆମ୍ବୁଲାନ୍ସ ଏବଂ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ରିପୋର୍ଟ ଅନୁଯାୟୀ, ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଅନେକ ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅନ୍ୟପକ୍ଷରେ ମୃତକଙ୍କ ଶବକୁ ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଏହା ଫଳରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ କିଛି ଘଣ୍ଟା ପାଇଁ ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାରେ ଗାଡ଼ି ଚଳାଚଳ ଠପ୍ ହୋଇଯିବାରୁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ପରେ ପ୍ରଶାସନ ପକ୍ଷରୁ କ୍ଷତିଗ୍ରସ୍ତ ଗାଡ଼ିଗୁଡ଼ିକୁ ରାସ୍ତାରୁ ହଟାଯାଇ ଯାତାୟାତକୁ ପୁନଃ ସ୍ୱାଭାବିକ କରାଯାଇଥିଲା। ବର୍ତ୍ତମାନ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ଏବଂ ଦୁର୍ଘଟଣାର ପ୍ରକୃତ କାରଣ ଖୋଜୁଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ; ଗେଷ୍ଟ ହାଉସ ଭିତରେ ପଶି ଖେଳିଲେ ରକ୍ତର ହୋଲି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp