କର୍ଣ୍ଣାଟକରେ ଭୟଙ୍କର ସଡକ ଦୁର୍ଘଟଣା; ବସ୍-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ୧୨ ମୃତ

Madhusudan Das Picture
Published On

କର୍ଣ୍ଣାଟକ: କର୍ଣ୍ଣାଟକର ଚିତ୍ରଦୁର୍ଗରେ ଭୟଙ୍କର ସଡକ ଦୁର୍ଘଟଣା। ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ବଡ଼ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ଅତି କମରେ ୧୨ ଜଣ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଖବର ପାଇବା ପରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳକୁ ପହଞ୍ଚିଥିଲେ। ଦୀର୍ଘ ପ୍ରୟାସ ପରେ ନିଆଁକୁ ଆୟତ୍ତ କରାଯାଇଥିଲା। 

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ସୂଚନା ଅନୁସାରେ, ବୁଧବାର ବସଟି ବେଙ୍ଗାଲୁରୁରୁ ଶିବମୋଗା ଅଭିମୁଖେ ଯାତ୍ରା କରିଥିଲା। ରାତି ପ୍ରାୟ ୨:୩୦ ସମୟରେ କର୍ଣ୍ଣାଟକର ଚିତ୍ରଦୁର୍ଗରେ ପହଞ୍ଚିବା ମାତ୍ରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସ୍ଥାନୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜାତୀୟ ରାଜପଥ ୪୮ରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହିତ ବସଟି ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ବସରେ ନିଆଁ ଲାଗିଯାଇଥିଲା । ଏକ ଜୋରଦାର ଶବ୍ଦ ଶୁଣି ସ୍ଥାନୀୟ ଲୋକମାନେ ଘଟଣାସ୍ଥଳକୁ ଦୌଡ଼ି ଆସିଥିଲେ। ଖବର ପାଇବା ପରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳକୁ ଯାଇଥିଲେ। ଦୁର୍ଘଟଣାରେ ଅତି କମରେ ୧୨ ଜଣ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ଆହତଙ୍କ ସଂଖ୍ୟା ଅଧିକ ଥିବା ଜଣାପଡିଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବସରେ ୩୨ ଜଣ ଯାତ୍ରୀ ଥିଲେ। ରାତି ସମୟ ଥିବାରୁ ପ୍ରାୟ ସମସ୍ତ ଯାତ୍ରୀ ଶୋଇଥିଲେ। ସମସ୍ତ ଆହତ ଯାତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ । ମୃତାହତଙ୍କ ପରିବାରକୁ ସେ ସମବେଦନା ଜଣାଇଛନ୍ତି । ଆହତଙ୍କ ଚିକିତ୍ସାରେ ଯେପରି କୌଣସି ତ୍ରୁଟି ନୁହେଁ ସେନେଇ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆହୁରି ମଧ୍ୟ ମୃତକଙ୍କ ପରିବାରକୁ ୯ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା ହୋଇଛି ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର