ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ

The Sakala Picture
Published On

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ ହୋଇଛନ୍ତି। ନିଜ ବାସଭବନରେ ଖସିପଡ଼ିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା କୁହାଯାଉଛି। ଏନେଇ ଅଖିଳ ଭାରତୀୟ ତୃଣମୂଳ କଂଗ୍ରେସ ‘ଏକ୍ସ’ରେ ସୂଚନା ଦେଇଛି। ‘ଏକ୍ସ’ରେ କୁହାଯାଇଛି ଯେ, ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କ ପାଇଁ ସମସ୍ତେ ପ୍ରାର୍ଥନା କରନ୍ତୁ । ଏସଏସକେଏମ ହସ୍ପିଟାଲର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ଦକ୍ଷିଣ କୋଲକାତାର ବାଲିଗଞ୍ଜ ଜିଲ୍ଲାରେ ଏକ କାର୍ଯ୍ୟକ୍ରମରୁ ନିଜ ବାସଭବନକୁ ଫେରିବାର କିଛି […]

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ ହୋଇଛନ୍ତି। ନିଜ ବାସଭବନରେ ଖସିପଡ଼ିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା କୁହାଯାଉଛି। ଏନେଇ ଅଖିଳ ଭାରତୀୟ ତୃଣମୂଳ କଂଗ୍ରେସ ‘ଏକ୍ସ’ରେ ସୂଚନା ଦେଇଛି। ‘ଏକ୍ସ’ରେ କୁହାଯାଇଛି ଯେ, ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କ ପାଇଁ ସମସ୍ତେ ପ୍ରାର୍ଥନା କରନ୍ତୁ ।

ଆହୁରି ପଢ଼ନ୍ତୁ: ଫ୍ରାନ୍ସରେ ପ୍ରଥମ ଥର ପାଇଁ ମଣିଷ ଶରୀରରେ ଚିହ୍ନଟ ହେଲା ଶାମୋଣ୍ଡା ଭାଇରସ୍, ସଂକ୍ରମିତଙ୍କ ମୃତ୍ୟୁ

ଏସଏସକେଏମ ହସ୍ପିଟାଲର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ଦକ୍ଷିଣ କୋଲକାତାର ବାଲିଗଞ୍ଜ ଜିଲ୍ଲାରେ ଏକ କାର୍ଯ୍ୟକ୍ରମରୁ ନିଜ ବାସଭବନକୁ ଫେରିବାର କିଛି ସମୟ ପରେ ଏହି ଦୁର୍ଘଟଣା ହୋଇଥିଲା । ସେ ନିଜ ବାସଭବନରେ କୌଣସି କାରଣରୁ ଖସିପଡ଼ିଥିଲେ ଓ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ଏହା ପରେ ତାଙ୍କୁ ତୁରନ୍ତ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଟିଏମସି ନେତା ଅଭିଷେକ ବାନାର୍ଜୀ ତାଙ୍କୁ ଏସଏସକେଏମ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

ଆହୁରି ପଢ଼ନ୍ତୁ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଡାଟା ଲିକ୍: ଡାର୍କ ୱେବରେ ୩,୮୯୭ ଗ୍ରାହକଙ୍କ ତଥ୍ୟ, ପାଣ୍ଠି ସୁରକ୍ଷିତ ଥିବା ନେଇ ବ୍ୟାଙ୍କର ସ୍ପଷ୍ଟୀକରଣ

 

ଆହୁରି ପଢ଼ନ୍ତୁ: ଆମେରିକାରେ ଭାରତୀୟ ବଂଶୋଦ୍ଭବ ଲ୍ୟାବ୍ ମାଲିକଙ୍କ ବିରୋଧରେ ୬୬ ନିୟୁତ ଡଲାରର କୋଭିଡ୍ ଟେଷ୍ଟ୍ ଜାଲିଆତି ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର