ଗିରଫ ହେଲେ ଆଦିବାସୀ ଯୁବକଙ୍କ ଉପରେ ପରିଶ୍ରା କରିଥିବା ବିଜେପି କର୍ମୀ, ଅଭିଯୁକ୍ତଙ୍କ ଘରେ ଚାଲିବ ବୁଲଡୋଜର

The Sakala Picture
Published On

ଭୋପାଳ: ଆଦିବାସୀ ଯୁବକଙ୍କ ଉପରେ ପରିସ୍ରା କରିଥିବା ଅଭିଯୁକ୍ତଙ୍କ ବିରୋଧରେ ନିଆଯାଇଛି କଡା କାର୍ଯ୍ୟାନୁଷ୍ଠାନ । ଅଭିଯୁକ୍ତ ବିଜେପି କର୍ମୀଙ୍କୁ ଗିରଫ କରାଯାଇଛି । ଏହା ସହ ତାଙ୍କ ଘରକୁ ବୁଲଡୋଜର ଲଗାଇ ମାଟିରେ ମିଶାଇବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ରା । ଅଭିଯୁକ୍ତ ବିରୋଧରେ ଆଇପିସିର ଧାରା ୨୯୪, ୫୦୪ ଓ ଏସ୍‌ସି/ଏସ୍‌ଟି ଆକ୍ଟରେ ମାମଲା ରୁଜୁ ହୋଇଛି । ତା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମଧ୍ୟପ୍ରଦେଶ […]

ଭୋପାଳ: ଆଦିବାସୀ ଯୁବକଙ୍କ ଉପରେ ପରିସ୍ରା କରିଥିବା ଅଭିଯୁକ୍ତଙ୍କ ବିରୋଧରେ ନିଆଯାଇଛି କଡା କାର୍ଯ୍ୟାନୁଷ୍ଠାନ । ଅଭିଯୁକ୍ତ ବିଜେପି କର୍ମୀଙ୍କୁ ଗିରଫ କରାଯାଇଛି । ଏହା ସହ ତାଙ୍କ ଘରକୁ ବୁଲଡୋଜର ଲଗାଇ ମାଟିରେ ମିଶାଇବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ରା । ଅଭିଯୁକ୍ତ ବିରୋଧରେ ଆଇପିସିର ଧାରା ୨୯୪, ୫୦୪ ଓ ଏସ୍‌ସି/ଏସ୍‌ଟି ଆକ୍ଟରେ ମାମଲା ରୁଜୁ ହୋଇଛି । ତା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ଵାନ । ଏପରିକି ନ୍ୟାସନାଲ୍‌ ସିକ୍ୟୁରିଟି ଆକ୍ଟ- NSA ଲଗାଯାଇ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଓ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଗିରଫ ଭୟରେ ଅଭିଯୁକ୍ତ ପ୍ରବେଶ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଚାଲି ଯାଉଥିଲେ । ଶେଷରେ ରାତି ୨ଟା ବେଳେ ସେ ଧରା ପଡ଼ିଥିବା କଥା ପୁଲିସ ସୂତ୍ରରୁ ପ୍ରକାଶ ।

ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'

ସୂଚନାଯୋଗ୍ୟ, ମଧ୍ୟପ୍ରଦେଶର ସିଧି ଜିଲ୍ଲାରେ ଜଣେ ବିଜେପି କର୍ମୀ ମଦ ନିଶାରେ ଜଣେ ମାନସିକ ଭିନ୍ନକ୍ଷମ ଆଦିବାସୀ ଯୁବକଙ୍କ ଉପରେ ପରିସ୍ରା କରିବାର ଭିଡିଓ ଭାଇରାଲ ହୋଇଥିଲା । ବିଜେପି କର୍ମୀ ଜଣକ ବିଜେପି ନେତା ତଥା ସ୍ଥାନୀୟ ବିଧାୟକଙ୍କ ପ୍ରତିନିଧୀ ପ୍ରବେଶ ଶୁକ୍ଳା ବୋଲି ଜଣାପଡିଛି । ହାତରେ ସିଗାରେଟ ଧରି ଜଣେ ମାଫିଆ ଭଳି ସେ ଜଣେ ଆଦିବାସୀ ଯୁବକଙ୍କ ଉପରେ ଯେଭଳି ପରିଶ୍ରା କରୁଛନ୍ତି ତାହା ସଭ୍ୟ ସମାଜ ଓ ଏକ ଗଣତନ୍ତ୍ର ରାଷ୍ଟ୍ରର ସରକାରଙ୍କ ଚରିତ୍ରକୁ କଳଙ୍କିତ କରିଛି ।

ଆହୁରି ପଢ଼ନ୍ତୁ: ଆମେରିକୀୟ ସେନା ଦ୍ୱାରା ଫୋନ୍ ଏବଂ କମ୍ପ୍ୟୁଟରରେ ବିଜ୍ଞାପନ ଟ୍ରାକର୍ ବନ୍ଦ: ମଧ୍ୟପ୍ରାଚ୍ୟରେ ସୈନିକଙ୍କ ସୁରକ୍ଷା ପାଇଁ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର