ଜବଲପୁରର ଏକ ଘରୋଇ ଡାକ୍ତରଖାନାରେ ଭୟାବହ ଅଗ୍ନିକାଣ୍ଡ, ୧୦ ମୃତ

The Sakala Picture
Published On

ଭୋପାଳ: ମଧ୍ୟ ପ୍ରଦେଶର ଏକ ଘରୋଇ ହସ୍ପିଟାଲରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ନ୍ୟୁ ଲାଇଫ୍ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଛି । ଡାକ୍ତରଖାନାରେ ନିଆଁ ଲାଗିଥିବା ନେଇ ଖବର ମିଳିବା ମାତ୍ରେ ଅଗ୍ନିଶମ ବିଭାଗ ଅଧିକାରୀ ମାନେ ପହଂଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଥିଲେ । ହସ୍ପିଟାଲରେ ନିଆଁ ଏତେ ଭୟଙ୍କର ଥିଲା ଯେ, […]

ଭୋପାଳ: ମଧ୍ୟ ପ୍ରଦେଶର ଏକ ଘରୋଇ ହସ୍ପିଟାଲରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ନ୍ୟୁ ଲାଇଫ୍ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଛି । ଡାକ୍ତରଖାନାରେ ନିଆଁ ଲାଗିଥିବା ନେଇ ଖବର ମିଳିବା ମାତ୍ରେ ଅଗ୍ନିଶମ ବିଭାଗ ଅଧିକାରୀ ମାନେ ପହଂଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଥିଲେ । ହସ୍ପିଟାଲରେ ନିଆଁ ଏତେ ଭୟଙ୍କର ଥିଲା ଯେ, ଫାୟାର ବ୍ରିଗେଡ୍‌ ଗାଡି ଏହାକୁ ନିୟନ୍ତ୍ରଣ କରିପାରିନଥିଲା। ଏହାପରେ ବିଜୁଳି ବିଭାଗ କର୍ମଚାରୀ ଲାଇନ କନେକ୍ସନ କାଟିଥିଲେ। ଏହାପରେ ପ୍ରାୟ ଏକ ଘଣ୍ଟାର କଷ୍ଟ ପରେ ନିଆଁକୁ କାବୁ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କରିବାରୁ ପୁଅକୁ ପିଟିପିଟି ମାରିଦେଲେ ବାପା....

ଦମକଳ ବାହିନୀର ୪ଟି ଟିମ୍ ଉଦ୍ଧାରକାର୍ଯ୍ୟରେ ଲାଗିଥିବା ବେଳେ ସମସ୍ତ ରୋଗୀ ଏବଂ ସମ୍ପର୍କୀୟଙ୍କୁ ଉଦ୍ଧାର କରାଯାଇଥିବା ନେଇ ଜବଲପୁର ଚିଫ୍ ସୁପରିଣ୍ଟେଣ୍ଡେଣ୍ଟ ଅଖିଳେଶ ଗୌର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଅପରପକ୍ଷରେ ମୃତକଙ୍କ ପରିବାରଙ୍କ ପିଛା ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ । ସେହିଭଳି ଗୁରୁତରଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା ହୋଇଛି । ସମସ୍ତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟସରକାର ଉଠାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆମେରିକାରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ 'ସ୍ପେସ୍ ଏକାଡେମୀ', ଯୁବପିଢ଼ିଙ୍କୁ ମିଳିବ ସ୍ୱତନ୍ତ୍ର ତାଲିମ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର