କଲମ୍ବିଆରେ ଭୟଙ୍କର ଭୂସ୍ଖଳନ: ମାଟି ତଳେ ଚାପି ହୋଇ ୩୩ ମୃତ

The Sakala Picture
Published On

ନୂଆଦିଲ୍ଲୀ: କଲମ୍ବିଆରେ ପୁଣି ଥରେ ଭୟଙ୍କର ଭୂସ୍ଖଳନ ଘଟିଛି। ଏହି ଭୂସ୍ଖଳନରେ ୩୩ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏଥି ମଧ୍ୟରୁ ୩ଜଣ ଶିଶୁ ଥିବା ଜଣାପଡ଼ିଛି । ୯ ଜଣଙ୍କୁ ଉଦ୍ଧାର କରାଯାଇଛି ଯେଉଁଥିରେ ୪ଜଣଙ୍କ ଅବସ୍ଥା ଗମ୍ଭୀର ରହିଛି । ସୂଚନା ଅନୁଯାୟୀ, ପ୍ରବଳ ବର୍ଷା ଯୋଗୁଁ କଲମ୍ବିଆର ରିସାରାଲ୍ଡ ଅଞ୍ଚଳରେ ଭୂସ୍ଖଳନ ହୋଇଛି। ରାଜଧାନୀ ବୋଗୋଟାରୁ ପ୍ରାୟ ୨୩୦ କିଲୋମିଟର ଦୂର ପୁଏଲବୋ ରିକୋ ଓ ସୋସିଲିଆ ଗାଁ ନିକଟସ୍ଥ […]

ନୂଆଦିଲ୍ଲୀ: କଲମ୍ବିଆରେ ପୁଣି ଥରେ ଭୟଙ୍କର ଭୂସ୍ଖଳନ ଘଟିଛି। ଏହି ଭୂସ୍ଖଳନରେ ୩୩ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏଥି ମଧ୍ୟରୁ ୩ଜଣ ଶିଶୁ ଥିବା ଜଣାପଡ଼ିଛି । ୯ ଜଣଙ୍କୁ ଉଦ୍ଧାର କରାଯାଇଛି ଯେଉଁଥିରେ ୪ଜଣଙ୍କ ଅବସ୍ଥା ଗମ୍ଭୀର ରହିଛି ।

ଆହୁରି ପଢ଼ନ୍ତୁ: ଅନଶନ ଭାଙ୍ଗିବାକୁ ୩ ସର୍ତ୍ତ ରଖିଲେ ସୋନମ୍ ୱାଙ୍ଗଚୁକ୍: ନିଟ୍ ପ୍ରଶ୍ନପତ୍ର ଲିକ୍ ନେଇ ସରକାରଙ୍କୁ ଦାବି

ସୂଚନା ଅନୁଯାୟୀ, ପ୍ରବଳ ବର୍ଷା ଯୋଗୁଁ କଲମ୍ବିଆର ରିସାରାଲ୍ଡ ଅଞ୍ଚଳରେ ଭୂସ୍ଖଳନ ହୋଇଛି। ରାଜଧାନୀ ବୋଗୋଟାରୁ ପ୍ରାୟ ୨୩୦ କିଲୋମିଟର ଦୂର ପୁଏଲବୋ ରିକୋ ଓ ସୋସିଲିଆ ଗାଁ ନିକଟସ୍ଥ ପାହାଡ଼ିଆ ଅଞ୍ଚଳରେ ଏହି ଭୂସ୍ଖଳନ ହୋଇଛି। ମାଟି ଅତଡା ତଳେ ଯାତ୍ରୀବାହୀ ବସ୍ ସମତେ ଅନେକ ଘର ଚାପି ହୋଇଯିବାରୁ ଏଭଳି ଦୁଃଖଦ ଘଟଣା ଘଟିଛି।

ଆହୁରି ପଢ଼ନ୍ତୁ: ଇରାନୀ ଡ୍ରୋନ୍ ଆକ୍ରମଣରେ ଆମେରିକୀୟ ସୈନିକଙ୍କ ମୃତ୍ୟୁ: ଟ୍ରମ୍ପଙ୍କ ନିର୍ଦ୍ଦେଶରେ ଇରାନ ଉପରେ ବଡ଼ ଧରଣର ଏୟାର ଷ୍ଟ୍ରାଇକ୍

ଏହି ଘଟଣାକୁ ନେଇ କଲମ୍ବିଆ ରାଷ୍ଟ୍ରପତି ଓ ଗୃହମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। କାଣ୍ଡୋଟୋ ନଗର ପାଳିକା ଅଧିକାରୀଙ୍କ କହିବା ଆନୁଯାୟୀ, ବସରେ ପ୍ରାୟ ଯାତ୍ରୀ ବସଥିଲେ ଏହି ସମୟରେ ଭୂସ୍ଖଳନ ହୋଇଥିଲା । ଡ୍ରାଇଭର ଲୋକଙ୍କୁ ବଞ୍ଚାଇବାକୁ ଉଦ୍ୟମ କରି ବିଫଳ ହୋଇଥିଲେ । ସ୍ଥାନୀୟ ପୋଲିସ ଓ ଉଦ୍ଧାରକାରୀ ଘଟଣାସ୍ଥଳରେ ପହଞ୍ଚି ମାଟି ତଳେ ଦବି ରହିଥିବା ଲୋକଙ୍କୁ ଉଦ୍ଧାର କରୁଛନ୍ତି।

ଆହୁରି ପଢ଼ନ୍ତୁ: ପୁଣେ କେତନ ଅଗ୍ରୱାଲ ହତ୍ୟାକାଣ୍ଡ: ପ୍ରଥମେ କେତନଙ୍କୁ ଅପାହିଜ କରିବାକୁ ଯୋଜନା କରିଥିଲେ ସିୟା ଓ ଚେତନ, ପରେ ରଚିଲେ ହତ୍ୟା ଷଡ଼ଯନ୍ତ୍ର

06 Dec 2022 By The Sakala

କଲମ୍ବିଆରେ ଭୟଙ୍କର ଭୂସ୍ଖଳନ: ମାଟି ତଳେ ଚାପି ହୋଇ ୩୩ ମୃତ

ନୂଆଦିଲ୍ଲୀ: କଲମ୍ବିଆରେ ପୁଣି ଥରେ ଭୟଙ୍କର ଭୂସ୍ଖଳନ ଘଟିଛି। ଏହି ଭୂସ୍ଖଳନରେ ୩୩ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏଥି ମଧ୍ୟରୁ ୩ଜଣ ଶିଶୁ ଥିବା ଜଣାପଡ଼ିଛି । ୯ ଜଣଙ୍କୁ ଉଦ୍ଧାର କରାଯାଇଛି ଯେଉଁଥିରେ ୪ଜଣଙ୍କ ଅବସ୍ଥା ଗମ୍ଭୀର ରହିଛି ।

ସୂଚନା ଅନୁଯାୟୀ, ପ୍ରବଳ ବର୍ଷା ଯୋଗୁଁ କଲମ୍ବିଆର ରିସାରାଲ୍ଡ ଅଞ୍ଚଳରେ ଭୂସ୍ଖଳନ ହୋଇଛି। ରାଜଧାନୀ ବୋଗୋଟାରୁ ପ୍ରାୟ ୨୩୦ କିଲୋମିଟର ଦୂର ପୁଏଲବୋ ରିକୋ ଓ ସୋସିଲିଆ ଗାଁ ନିକଟସ୍ଥ ପାହାଡ଼ିଆ ଅଞ୍ଚଳରେ ଏହି ଭୂସ୍ଖଳନ ହୋଇଛି। ମାଟି ଅତଡା ତଳେ ଯାତ୍ରୀବାହୀ ବସ୍ ସମତେ ଅନେକ ଘର ଚାପି ହୋଇଯିବାରୁ ଏଭଳି ଦୁଃଖଦ ଘଟଣା ଘଟିଛି।

ଏହି ଘଟଣାକୁ ନେଇ କଲମ୍ବିଆ ରାଷ୍ଟ୍ରପତି ଓ ଗୃହମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। କାଣ୍ଡୋଟୋ ନଗର ପାଳିକା ଅଧିକାରୀଙ୍କ କହିବା ଆନୁଯାୟୀ, ବସରେ ପ୍ରାୟ ଯାତ୍ରୀ ବସଥିଲେ ଏହି ସମୟରେ ଭୂସ୍ଖଳନ ହୋଇଥିଲା । ଡ୍ରାଇଭର ଲୋକଙ୍କୁ ବଞ୍ଚାଇବାକୁ ଉଦ୍ୟମ କରି ବିଫଳ ହୋଇଥିଲେ । ସ୍ଥାନୀୟ ପୋଲିସ ଓ ଉଦ୍ଧାରକାରୀ ଘଟଣାସ୍ଥଳରେ ପହଞ୍ଚି ମାଟି ତଳେ ଦବି ରହିଥିବା ଲୋକଙ୍କୁ ଉଦ୍ଧାର କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର