ଭେଟେରାନ ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଅସୁସ୍ଥ, ଛାତିରେ ଯନ୍ତ୍ରଣା କାରଣରୁ ହସ୍ପିଟାଲରେ ଭର୍ତ୍ତି

The Sakala Picture
Published On

ନୂଆଦିଲ୍ଲୀ: ବଲିଉଡର ବର୍ଷିଆନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଗୁରୁତର। ଶନିବାର ସକାଳେ ମିଥୁନ ଚକ୍ରବର୍ତ୍ତୀ ଅସୁସ୍ଥତା ଅନୁଭବ କରିଥିଲେ ଏବଂ ପରେ ଛାତିରେ ଯନ୍ତ୍ରଣା ହେବାରୁ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା । ମିଳିଥିବା ସୂଚନା ମୁତାବକ, ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । ନିକଟରେ ମିଥୁନ ଚକ୍ରବର୍ତ୍ତୀଙ୍କୁ ସିନେମା ଜଗତରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ସମ୍ମାନଜନକ ପଦ୍ମଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ସେପଟେ ତାଙ୍କ ଆଶୁ […]

ନୂଆଦିଲ୍ଲୀ: ବଲିଉଡର ବର୍ଷିଆନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଗୁରୁତର। ଶନିବାର ସକାଳେ ମିଥୁନ ଚକ୍ରବର୍ତ୍ତୀ ଅସୁସ୍ଥତା ଅନୁଭବ କରିଥିଲେ ଏବଂ ପରେ ଛାତିରେ ଯନ୍ତ୍ରଣା ହେବାରୁ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ଅକ୍ଟୋବର ୧୦ ବିକ୍ଷୋଭ ପୂର୍ବରୁ ମେଟ୍ରୋ ସେବା ଉପରେ ସମ୍ପୂର୍ଣ୍ଣ କଟକଣାକୁ ନାକଚ

ମିଳିଥିବା ସୂଚନା ମୁତାବକ, ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । ନିକଟରେ ମିଥୁନ ଚକ୍ରବର୍ତ୍ତୀଙ୍କୁ ସିନେମା ଜଗତରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ସମ୍ମାନଜନକ ପଦ୍ମଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ସେପଟେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ଫ୍ୟାନ୍ସ । ୭୩ ବର୍ଷୀୟ ମିଥୁନ ଚକ୍ରବର୍ତ୍ତୀ ଶନିବାର ସକାଳେ ସେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଶରୀରରେ ସାମାନ୍ୟ ଅସ୍ଥିରତା ମଧ୍ୟ ଅନୁଭବ କରିଥିଲେ । ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପୂର୍ବରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା । ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ କେମିତି ଅଛି, ସେ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ ।

ଆହୁରି ପଢ଼ନ୍ତୁ: ଦେଶରୁ ସମ୍ପୂର୍ଣ୍ଣ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ, ଓଡ଼ିଶାରେ ବଢ଼ିବ ଶୀତ

ଖବର ଅନୁଯାୟୀ, ବର୍ଷକ ତଳେ ବି ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା । ଏଥିପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିଛିଦିନ ଚିକିତ୍ସା ପରେ ସେ ଘରକୁ ଫେରିଥିଲେ । ଏବେ ସେ ରାଜନୀତିର ଜଣେ ସକ୍ରିୟ ସଦସ୍ୟ ଅଛନ୍ତି ।

ଆହୁରି ପଢ଼ନ୍ତୁ: ତେଜସ୍ ଯୁଦ୍ଧବିମାନ ପ୍ରଡକ୍ସନ୍ ସମସ୍ୟାର ତୁରନ୍ତ ସମାଧାନ ଜରୁରୀ: ଆଇଏଏଫ୍‌ର ସ୍କ୍ୱାଡ୍ରନ୍ ବୃଦ୍ଧି ଉପରେ ଗୁରୁତ୍ୱ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର