‘ମୋଦୀ’ ସାଙ୍ଗିଆ ମନ୍ତବ୍ୟ ମାମଲା: ରାହୁଲ ଦୋଷୀ ସାବ୍ୟସ୍ତ, ୨ ବର୍ଷ ଜେଲ ଦଣ୍ଡାଦେଶ

The Sakala Picture
Published On

ସୁରଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚୋର କହିବା ଅଭିଯୋଗରେ ସୁରଟ କୋର୍ଟ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ‘ସବୁ ଚୋର କାହିଁକି ମୋଦୀ ସାଙ୍ଗିଆ ବହନ କରିଛନ୍ତି’ ସାଧାରଣ ନିର୍ବାଚନ ପୂର୍ବରୁ କର୍ନାଟକର କୋଲାର ଠାରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପନାମ ଉପରେ ମନ୍ତବ୍ୟ ଦେଇଥିଲେ। ଯାହା ପରେ ତାଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରାଯାଇଥିଲା। ବିଶେଷଜ୍ଞଙ୍କ ଅନୁଯାୟୀ ରାହୁଲ ଗାନ୍ଧୀଙ୍କ ସଦସ୍ୟତା […]

ସୁରଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚୋର କହିବା ଅଭିଯୋଗରେ ସୁରଟ କୋର୍ଟ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ‘ସବୁ ଚୋର କାହିଁକି ମୋଦୀ ସାଙ୍ଗିଆ ବହନ କରିଛନ୍ତି’ ସାଧାରଣ ନିର୍ବାଚନ ପୂର୍ବରୁ କର୍ନାଟକର କୋଲାର ଠାରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପନାମ ଉପରେ ମନ୍ତବ୍ୟ ଦେଇଥିଲେ। ଯାହା ପରେ ତାଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରାଯାଇଥିଲା। ବିଶେଷଜ୍ଞଙ୍କ ଅନୁଯାୟୀ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ପ୍ରତି ଏକ ବିପଦ ସୃଷ୍ଟି ହୋଇଛି। ଏଥି ସହିତ ୨ ବର୍ଷର ଜେଲ ଦଣ୍ଡାଦେଣ ମଧ୍ୟ ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

ତେବେ ରାହୁଲ ଗାନ୍ଧୀ କୋର୍ଟରେ କହିଛନ୍ତି ଯେ ମୋର ବିବୃତ୍ତିରେ କାହାରି କିଛି କ୍ଷତି ହୋଇ ନାହିଁ। ଦଣ୍ଡ ହ୍ରାସ କରିବାକୁ ସେ କୋର୍ଟରେ ଆବେଦନ କରିଛନ୍ତି। ଆଇପିସିର ଧାରା ୪୯୯, ୫୦୦ ଅନୁଯାୟୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ଅପରାଧ ପଞ୍ଜିକୃତ ହୋଇଛି। ଏହି ମାମଲାରେ ସେ ତୃତୀୟ ଥର ପାଇଁ କୋର୍ଟରେ ହାଜର ହୋଇଛନ୍ତି। ଚିଫ ଜୁଡିସିଆଲ ମାଜିଷ୍ଟ୍ରେଟ ଏଚ ଏଚ ବର୍ମାଙ୍କ କୋର୍ଟ ଗତ ସପ୍ତାହରେ ଉଭୟ ପକ୍ଷର ଯୁକ୍ତି ଶୁଣାଣି କରି ମାର୍ଚ୍ଚ ୨୩ କୁ ରାୟ ଘୋଷଣା ତାରିଖ ଭାବରେ ସ୍ଥିର କରିଥିଲେ।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର