ମୋହନ ଯାଦବ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

The Sakala Picture
Published On

ମଧ୍ୟପ୍ରଦେଶ: ମୋହନ ଯାଦବ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେ ଦକ୍ଷିଣ ଉଜୈନ ବିଧାୟକ ରହିଛନ୍ତି। ଏଥରକୁ ମିଶାଇ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ମୋହନ ଯାଦବ । ସେ ଶିବରାଜ ସିଂହଙ୍କ ସରକାରରେ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ଏଥିସହ ମଧ୍ୟପ୍ରଦେଶ ବାଚସ୍ପତି ହେବେ ନରେନ୍ଦ୍ର ସିଂ ତୋମର । ପୂର୍ବତନ କେନ୍ଦ୍ର କୃଷି ମନ୍ତ୍ରୀ ତୋମର ହେବେ ବାଚସ୍ପତି […]

ମଧ୍ୟପ୍ରଦେଶ: ମୋହନ ଯାଦବ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେ ଦକ୍ଷିଣ ଉଜୈନ ବିଧାୟକ ରହିଛନ୍ତି। ଏଥରକୁ ମିଶାଇ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ମୋହନ ଯାଦବ । ସେ ଶିବରାଜ ସିଂହଙ୍କ ସରକାରରେ ଉଚ୍ଚଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।

ଆହୁରି ପଢ଼ନ୍ତୁ: ଭାରତର ମୋଷ୍ଟ ୱାଣ୍ଟେଡ୍ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଆମେରିକାରେ ଗିରଫ, ରହିଛି ଅନେକ ହତ୍ୟା ଏବଂ ଅପରାଧ ମାମଲା

ଏଥିସହ ମଧ୍ୟପ୍ରଦେଶ ବାଚସ୍ପତି ହେବେ ନରେନ୍ଦ୍ର ସିଂ ତୋମର । ପୂର୍ବତନ କେନ୍ଦ୍ର କୃଷି ମନ୍ତ୍ରୀ ତୋମର ହେବେ ବାଚସ୍ପତି । ବିଜେପି ବିଧାୟକ ଦଳ ବୈଠକରେ ତୋମରଙ୍କ ନାଁ ଚୂଡ଼ାନ୍ତ ହୋଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଭାରତର ପିନାକା ରକେଟ୍ ସିଷ୍ଟମର ରେଞ୍ଜ୍ ୩୦୦ କିମିକୁ ବୃଦ୍ଧି: ପାକିସ୍ତାନର ପଛୁଆ ଅଞ୍ଚଳ ଉପରେ ବଢ଼ିଲା ଚାପ

ସୂଚନାଯୋଗ୍ୟ ଯେ, ୧୭ ନଭେମ୍ବରରେ ହୋଇଥିବା ନିର୍ବାଚନରେ ବିଜେପି ୨୩୦ ବିଧାନସଭା ଆସନ ମଧ୍ୟରୁ ୧୬୩ ଜିତିଥିଲା । ଯେତେବେଳେ କି କଂଗ୍ରେସ ୬୬ ଆସନରେ ଜିତି ଦ୍ୱିତୀୟ ସ୍ଥାନରେ ଥିଲା । ବିଜେପି ନିର୍ବାଚନରେ କାହାରିକି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଉପସ୍ଥାପନା କରିନଥିଲା । ଏହି ନିର୍ବାଚନ ବିଜେପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭରସାରେ ଲଢିଥିଲା । ମଧ୍ୟପ୍ରଦେଶର ବିଜେପି ଗତ ଦୁଇ ଦଶକ ମଧ୍ୟରେ ୫ମ ଥର ପାଇଁ ସରକାର ଗଢିବାକୁ ଯାଉଛି । । ଏହା ପୂର୍ବରୁ ୨୦୦୩,୨୦୦୮,୨୦୧୩ ଓ ୨୦୨୦ରେ ବିଜେପି ସରକାର ଗଠନ କରି ସାରିଛି ।

ଆହୁରି ପଢ଼ନ୍ତୁ: ସୁଦାନରେ ଭୟଙ୍କର ନରସଂହାର: ନିଆଲା ବଜାର ଉପରେ ଡ୍ରୋନ୍ ମାଡ଼, ୧୦୦ରୁ ଅଧିକ ସାଧାରଣ ନାଗରିକଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର