ନୀତା ଅମ୍ବାନୀ ସର୍ବସମ୍ମତି କ୍ରମେ ‘ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି’ର ସଦସ୍ୟା ଭାବରେ ନିର୍ବାଚିତ

The Sakala Picture
Published On

ପ୍ୟାରିସ୍‌, ୨୪ ଜୁଲାଇ ୨୦୨୪: ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି ପୁଣି ଥରେ ନୀତା ଅମ୍ବାନୀଙ୍କ ଉପରେ ବିଶ୍ୱାସ ପ୍ରକଟ କରିଛି । ସେ ସର୍ବସମ୍ମତି କ୍ରମେ ଆଇଓସିର ସଦସ୍ୟା ଭାବରେ ନିର୍ବାଚିତ ହୋଇଛନ୍ତି । ସମୁଦାୟ ୯୩ ଭୋଟର ସେମାନଙ୍କର ଭୋଟ୍ ଦେଇଛନ୍ତି ଏବଂ ସମସ୍ତ ୯୩ ଭୋଟ୍ ନୀତା ଅମ୍ବାନୀଙ୍କ ସପକ୍ଷରେ ରହିଛି, ଅର୍ଥାତ୍ ୧୦୦ ପ୍ରତିଶତ ସମର୍ଥନ । ୨୦୧୬ରେ ରିଓ ଡି ଜେନେରିଓ ଅଲିମ୍ପିକ୍ ଗେମ୍ସରେ ପ୍ରଥମ ଥର ପାଇଁ ନୀତା ଅମ୍ବାନୀ […]

ପ୍ୟାରିସ୍‌, ୨୪ ଜୁଲାଇ ୨୦୨୪: ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି ପୁଣି ଥରେ ନୀତା ଅମ୍ବାନୀଙ୍କ ଉପରେ ବିଶ୍ୱାସ ପ୍ରକଟ କରିଛି । ସେ ସର୍ବସମ୍ମତି କ୍ରମେ ଆଇଓସିର ସଦସ୍ୟା ଭାବରେ ନିର୍ବାଚିତ ହୋଇଛନ୍ତି । ସମୁଦାୟ ୯୩ ଭୋଟର ସେମାନଙ୍କର ଭୋଟ୍ ଦେଇଛନ୍ତି ଏବଂ ସମସ୍ତ ୯୩ ଭୋଟ୍ ନୀତା ଅମ୍ବାନୀଙ୍କ ସପକ୍ଷରେ ରହିଛି, ଅର୍ଥାତ୍ ୧୦୦ ପ୍ରତିଶତ ସମର୍ଥନ । ୨୦୧୬ରେ ରିଓ ଡି ଜେନେରିଓ ଅଲିମ୍ପିକ୍ ଗେମ୍ସରେ ପ୍ରଥମ ଥର ପାଇଁ ନୀତା ଅମ୍ବାନୀ ଆଇଓସି ସଦସ୍ୟା ଭାବରେ ନିର୍ବାଚିତ ହୋଇଥିଲେ । ସେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ଅଟନ୍ତି ।

ଆହୁରି ପଢ଼ନ୍ତୁ: କାନାଡା ଉପରେ ଟ୍ରମ୍ପଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୫୦% ଟାରିଫ୍ ଲଗାଇଲା ଆମେରିକା

ପୁନଃ ନିର୍ବାଚିତ ହେବା ନେଇ ​​ନୀତା ଅମ୍ବାନୀ କହିଛନ୍ତି, “ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟିର ସଦସ୍ୟା ଭାବରେ ପୁନଃ ନିର୍ବାଚିତ ହୋଇଥିବାରୁ ମୁଁ ଅତ୍ୟନ୍ତ ସମ୍ମାନିତ ମନେକରୁଛି । ମୁଁ ସଭାପତି ବାକ ଏବଂ ଆଇଓସିରେ ଥିବା ମୋର ସମସ୍ତ ସହକର୍ମୀଙ୍କୁ ମୋ ଉପରେ ବିଶ୍ୱାସ ଏବଂ ଭରସା ରଖିଥିବାରୁ ଧନ୍ୟବାଦ ଜଣାଉଛି । ଏହି ପୁନଃ ନିର୍ବାଚନ କେବଳ ମୋ ପାଇଁ ଏକ ବ୍ୟକ୍ତିଗତ ମାଇଲଖୁଣ୍ଟ ନୁହେଁ, ବରଂ ବିଶ୍ୱ କ୍ରୀଡ଼ା କ୍ଷେତ୍ରରେ ଭାରତର ବଢୁଥିବା ପ୍ରଭାବକୁ ମଧ୍ୟ ଦର୍ଶାଉଛି । ମୁଁ ପ୍ରତିଟି ଭାରତୀୟଙ୍କ ସହିତ ଏହି ଖୁସି ଓ ଗର୍ବର ମୁହୂର୍ତ୍ତ ବାଣ୍ଟିବା ସହ ଭାରତ ଏବଂ ସାରା ଦୁନିଆରେ ଅଲିମ୍ପିକ ଆନ୍ଦୋଳନକୁ ଆହୁରି ମଜଭୁତ କରିବା ପାଇଁ ତତ୍ପର ରହିଛି ।

ଆହୁରି ପଢ଼ନ୍ତୁ: ଜନ୍ତର ମନ୍ତରରେ CJP ର ବିକ୍ଷୋଭ: ଦିଲ୍ଲୀରେ ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ

ସୂଚନାଯୋଗ୍ୟ ଯେ ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଭାରତ ୪୦ ବର୍ଷ ଅପେକ୍ଷା ପରେ ଆଇଓସିର ବାର୍ଷିକ ବୈଠକ ଆୟୋଜନ କରିଥିଲା । ୨୦୨୩ ମସିହାରେ ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଏହା ସଫଳତାର ସହିତ ଆୟୋଜିତ କରାଯାଇଥିଲା । ପ୍ରଥମ ଥର ପାଇଁ ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଅଲିମ୍ପିକ୍ସରେ ଇଣ୍ଡିଆ ହାଉସ୍ ନିର୍ମାଣ କରାଯାଇଛି । ଯାହା ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତୀୟ ଖେଳାଳି, ସମର୍ଥକ ଏବଂ ଦର୍ଶକଙ୍କ ପାଇଁ ଭାରତଠାରୁ ଦୂରରେ ଥିବା ଘର ପରି ହୋଇଛି ।

ଆହୁରି ପଢ଼ନ୍ତୁ: ରାଜସ୍ଥାନର ବାଡମେରରେ ଚାଞ୍ଚଲ୍ୟ: ଡାକ୍ତରଙ୍କୁ ବ୍ଲାକମେଲ୍ କରି ୨ କୋଟି ଟଙ୍କା ଲୁଟିଲା ନର୍ସ

25 Jul 2024 By The Sakala

ନୀତା ଅମ୍ବାନୀ ସର୍ବସମ୍ମତି କ୍ରମେ ‘ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି’ର ସଦସ୍ୟା ଭାବରେ ନିର୍ବାଚିତ

ପ୍ୟାରିସ୍‌, ୨୪ ଜୁଲାଇ ୨୦୨୪: ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି ପୁଣି ଥରେ ନୀତା ଅମ୍ବାନୀଙ୍କ ଉପରେ ବିଶ୍ୱାସ ପ୍ରକଟ କରିଛି । ସେ ସର୍ବସମ୍ମତି କ୍ରମେ ଆଇଓସିର ସଦସ୍ୟା ଭାବରେ ନିର୍ବାଚିତ ହୋଇଛନ୍ତି । ସମୁଦାୟ ୯୩ ଭୋଟର ସେମାନଙ୍କର ଭୋଟ୍ ଦେଇଛନ୍ତି ଏବଂ ସମସ୍ତ ୯୩ ଭୋଟ୍ ନୀତା ଅମ୍ବାନୀଙ୍କ ସପକ୍ଷରେ ରହିଛି, ଅର୍ଥାତ୍ ୧୦୦ ପ୍ରତିଶତ ସମର୍ଥନ । ୨୦୧୬ରେ ରିଓ ଡି ଜେନେରିଓ ଅଲିମ୍ପିକ୍ ଗେମ୍ସରେ ପ୍ରଥମ ଥର ପାଇଁ ନୀତା ଅମ୍ବାନୀ ଆଇଓସି ସଦସ୍ୟା ଭାବରେ ନିର୍ବାଚିତ ହୋଇଥିଲେ । ସେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ଅଟନ୍ତି ।

ପୁନଃ ନିର୍ବାଚିତ ହେବା ନେଇ ​​ନୀତା ଅମ୍ବାନୀ କହିଛନ୍ତି, “ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟିର ସଦସ୍ୟା ଭାବରେ ପୁନଃ ନିର୍ବାଚିତ ହୋଇଥିବାରୁ ମୁଁ ଅତ୍ୟନ୍ତ ସମ୍ମାନିତ ମନେକରୁଛି । ମୁଁ ସଭାପତି ବାକ ଏବଂ ଆଇଓସିରେ ଥିବା ମୋର ସମସ୍ତ ସହକର୍ମୀଙ୍କୁ ମୋ ଉପରେ ବିଶ୍ୱାସ ଏବଂ ଭରସା ରଖିଥିବାରୁ ଧନ୍ୟବାଦ ଜଣାଉଛି । ଏହି ପୁନଃ ନିର୍ବାଚନ କେବଳ ମୋ ପାଇଁ ଏକ ବ୍ୟକ୍ତିଗତ ମାଇଲଖୁଣ୍ଟ ନୁହେଁ, ବରଂ ବିଶ୍ୱ କ୍ରୀଡ଼ା କ୍ଷେତ୍ରରେ ଭାରତର ବଢୁଥିବା ପ୍ରଭାବକୁ ମଧ୍ୟ ଦର୍ଶାଉଛି । ମୁଁ ପ୍ରତିଟି ଭାରତୀୟଙ୍କ ସହିତ ଏହି ଖୁସି ଓ ଗର୍ବର ମୁହୂର୍ତ୍ତ ବାଣ୍ଟିବା ସହ ଭାରତ ଏବଂ ସାରା ଦୁନିଆରେ ଅଲିମ୍ପିକ ଆନ୍ଦୋଳନକୁ ଆହୁରି ମଜଭୁତ କରିବା ପାଇଁ ତତ୍ପର ରହିଛି ।

ସୂଚନାଯୋଗ୍ୟ ଯେ ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଭାରତ ୪୦ ବର୍ଷ ଅପେକ୍ଷା ପରେ ଆଇଓସିର ବାର୍ଷିକ ବୈଠକ ଆୟୋଜନ କରିଥିଲା । ୨୦୨୩ ମସିହାରେ ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଏହା ସଫଳତାର ସହିତ ଆୟୋଜିତ କରାଯାଇଥିଲା । ପ୍ରଥମ ଥର ପାଇଁ ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଅଲିମ୍ପିକ୍ସରେ ଇଣ୍ଡିଆ ହାଉସ୍ ନିର୍ମାଣ କରାଯାଇଛି । ଯାହା ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତୀୟ ଖେଳାଳି, ସମର୍ଥକ ଏବଂ ଦର୍ଶକଙ୍କ ପାଇଁ ଭାରତଠାରୁ ଦୂରରେ ଥିବା ଘର ପରି ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର