ମନମୋହନ ସିଂହଙ୍କ ପରଲୋକ: ଦେଶରେ ପାଳନ ହେବ ୭ ଦିନ ରାଷ୍ଟ୍ରୀୟ ଶୋକ, ଆଜି କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟକ୍ରମ ବାତିଲ

The Sakala Picture
Published On

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ୯୨ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ଦେଶ ସାରା ଶୋକର ଲହରୀ ଖେଳିଯାଇଛି। ଏହି ଦୁଃଖଦ ଘଟଣାରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ପରଲୋକରେ କେନ୍ଦ୍ର ସରକାର ୭ ଦିନ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ଏହା ସହିତ କେନ୍ଦ୍ର ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟକ୍ରମ ମଧ୍ୟ ବନ୍ଦ ରହିବ। ତାଙ୍କର ଅନ୍ତିମ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟାଦା […]

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ୯୨ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତରେ ଦେଶ ସାରା ଶୋକର ଲହରୀ ଖେଳିଯାଇଛି। ଏହି ଦୁଃଖଦ ଘଟଣାରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି। ତାଙ୍କ ପରଲୋକରେ କେନ୍ଦ୍ର ସରକାର ୭ ଦିନ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ଏହା ସହିତ କେନ୍ଦ୍ର ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟକ୍ରମ ମଧ୍ୟ ବନ୍ଦ ରହିବ। ତାଙ୍କର ଅନ୍ତିମ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ। ଶୁକ୍ରବାର ପୂର୍ବାହ୍ନ ୧୧ ଟା ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ପାଇଁ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

ଦେଶର ଦୁର୍ବଳ ଅର୍ଥନୀତିରେ ସୁଧାର ଆଣିବାରେ ପୂର୍ବ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବଡ଼ ଅବଦାନ ରହିଥିଲା। ଦେଶର ୧୪ଶ ପ୍ରଧାନମନ୍ତ୍ରୀ ଭାବରେ ମନମୋହନ ସିଂହ ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ୧୦ ବର୍ଷ ଦେଶର ନେତୃତ୍ବ ନେଇଥିଲେ। ଗୁରୁବାର ରାତିରେ ତାଙ୍କର ଶରୀର ଅସୁସ୍ଥ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାତି ୯. ୫୧ ମିନିଟ୍ ସମୟରେ ତାଙ୍କୁ ମୃତ ଘୋଷିତ କରାଯାଇଥିଲା।ତାଙ୍କ ପରିବାରରେ ପତ୍ନୀ ଗୁରଚରଣ ସିଂହ ଓ ୩ ଝିଅ ଅଛନ୍ତି।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର