ରାଇରଙ୍ଗପୁରରୁ ରାଇସିନା ହିଲ୍‌ : ଜାଣନ୍ତୁ କିପରି ଥିଲା ଦ୍ରୌପଦୀ ମୁର୍ମୁଙ୍କ ରାଜନୈତିକ ଯାତ୍ରା…

The Sakala Picture
Published On

ଭୁବନେଶ୍ବର : ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଓଡିଶା ବିଜେପିର ଆଦିବାସୀ ଚେହେରା ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରି ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇଛି ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) । ବିଜେପି ନେତୃତ୍ୱାଧୀନ ଏନଡିଏ ପାଖରେ ପ୍ରାୟତଃ ନିର୍ବାଚନ ଜିତିବାକୁ ସଂଖ୍ୟା ଥିବାରୁ […]

ଭୁବନେଶ୍ବର : ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଓଡିଶା ବିଜେପିର ଆଦିବାସୀ ଚେହେରା ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରି ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇଛି ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ।

ଆହୁରି ପଢ଼ନ୍ତୁ: ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା: ବିବାହର ୪ ମାସ ନ ପୂରୁଣୁ କମ୍ବଳରେ ମୁହଁ ଚାପି ମାରିଦେଲା

ବିଜେପି ନେତୃତ୍ୱାଧୀନ ଏନଡିଏ ପାଖରେ ପ୍ରାୟତଃ ନିର୍ବାଚନ ଜିତିବାକୁ ସଂଖ୍ୟା ଥିବାରୁ ୬୪ ବର୍ଷୀୟ ଶ୍ରୀମତୀ ମୁର୍ମୁ ହିଁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଛି। ଯଦି ମୁର୍ମୁ ଜିତନ୍ତି, ତା’ହେଲେ ସେ ପ୍ରଥମ ଓଡ଼ିଆ ଭାବେ ରାଷ୍ଟ୍ରପତି ହେବେ। ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବାର କୀର୍ତ୍ତିମାନ ସୃଷ୍ଟି କରିବେ। ମୁର୍ମୁଙ୍କ ପୂର୍ବରୁ ପ୍ରତିଭା ପାଟିଲ ଦେଶର ପ୍ରଥମ ରାଷ୍ଟ୍ରପତି ହୋଇଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ବିଜେପି ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ପ୍ରଥମ ପ୍ରତିକ୍ରିୟା ରଖି ଦ୍ରୌପଦୀ ମୁର୍ମୁ କହିଛନ୍ତି ଟିଭିରୁ ମୋ ନାଁ ଶୁଣି ଆଶ୍ଚର୍ଯ୍ୟ ହେଲି ଓ ଖୁସି ବି ହେଲି।ଜଣେ ଆଦିବାସୀ ମହିଳାଙ୍କୁ ପ୍ରାର୍ଥୀ କରି ବିଜେପି ତାର ନୀତି ସ୍ପଷ୍ଟ କରିଛି। ବିଜୟ ପାଇଁ ସମସ୍ତଙ୍କ ସହଯୋଗ କାମନା କରୁଛି ବୋଲି ଦ୍ରୌପଦୀ ମୁର୍ମୁ କହିଛନ୍ତି। ତେବେ ଦେଶର ସର୍ବୋଚ୍ଚ ନାଗରିକ ହେବାକୁ ଯାଉଥିବା ୨୦ ଜୁନ ୧୯୫୮ରେ ଜନ୍ମ ଗ୍ରହଣ କରିଥିଲେ।ଆଦିବାସୀ ସମ୍ପ୍ରଦାୟରୁ ଆସିଥିବା ଦ୍ରୌପଦୀ ମୁର୍ମୁ ଜଣେ ଶିକ୍ଷକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ  ଜଳସେଚନ ବିଭାଗରେ କନିଷ୍ଠ ସହାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ଏହାପରେ ସେ ରାଜନୀତିକୁ ଆସିଥିଲେ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଦ୍ରୌପଦୀ ମୁର୍ମୁଙ୍କ ରାଜନୈତିକ ଯାତ୍ରା

୧୯୯୭ ମସିହାରେ ରାଜନୀତିକୁ ପ୍ରବେଶ କରିଥିଲେ ଦ୍ରୌପଦୀ ମୁର୍ମୁ। ୧୯୯୭ ମସିହାରେ ପ୍ରଥମ କରି ଜଣେ କାଉନସିଲର ଭାବେ ବିଜୟୀ ହୋଇଥିଲେ ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ ରାଇରଙ୍ଗପୁରର ଭାଇସ୍-ଚେୟାରମ୍ୟାନ୍ ରହିଥିଲେ । ଏଥି ସହିତ ୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ ରହିଥିଲେ। ୧୯୯୭ରେ ଦ୍ରୌପଦୀ ମୁର୍ମୁଙ୍କୁ ଭାରତୀୟ ଜନତା ପାର୍ଟିର ଆଦିବାସୀ ମୋର୍ଚ୍ଚାର ଉପ-ସଭାପତି ପଦ ମିଳିଥିଲା । ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ୨୦୦୦ ଏବଂ ୨୦୦୪ରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଦ୍ରୌପଦୀ। ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ସ୍ୱାଧୀନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ ମାର୍ଚ୍ଚ ୬, ୨୦୦୦ରୁ ଅଗଷ୍ଟ ୬, ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ।

୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ । ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି । ୨୦୦୬ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଜ୍ୟ ଅଧ୍ୟକ୍ଷା ରହିଛନ୍ତି । ୨୦୧୦ରେ ମୟୂରଭଞ୍ଜର ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ରହିଛନ୍ତି । ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ଓ ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି ।୨୦୧୫ ମସିହାରେ ମୁର୍ମୁ ଝାଡ଼ଖଣ୍ଡର ପ୍ରଥମ ମହିଳା ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ । ତାଙ୍କର କାର୍ଯ୍ୟକାଳ ଭିତରେ ସେ କୌଣସି ପ୍ରକାର ବିବାଦରେ ରହିନଥିଲେ। ଜଣେ ମହିଳା ଭାବେ ସେ ତାଙ୍କର କାର୍ଯ୍ୟକାଳ ସମ୍ବୁର୍ଣ୍ଣ କରିଥିଲେ। ତେଣୁ ଏନଡିଏ ଏବେ ତାଙ୍କୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ କରିଛି ।

21 Jun 2022 By The Sakala

ରାଇରଙ୍ଗପୁରରୁ ରାଇସିନା ହିଲ୍‌ : ଜାଣନ୍ତୁ କିପରି ଥିଲା ଦ୍ରୌପଦୀ ମୁର୍ମୁଙ୍କ ରାଜନୈତିକ ଯାତ୍ରା…

ଭୁବନେଶ୍ବର : ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଓଡିଶା ବିଜେପିର ଆଦିବାସୀ ଚେହେରା ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରି ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇଛି ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ।

ବିଜେପି ନେତୃତ୍ୱାଧୀନ ଏନଡିଏ ପାଖରେ ପ୍ରାୟତଃ ନିର୍ବାଚନ ଜିତିବାକୁ ସଂଖ୍ୟା ଥିବାରୁ ୬୪ ବର୍ଷୀୟ ଶ୍ରୀମତୀ ମୁର୍ମୁ ହିଁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଛି। ଯଦି ମୁର୍ମୁ ଜିତନ୍ତି, ତା’ହେଲେ ସେ ପ୍ରଥମ ଓଡ଼ିଆ ଭାବେ ରାଷ୍ଟ୍ରପତି ହେବେ। ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବାର କୀର୍ତ୍ତିମାନ ସୃଷ୍ଟି କରିବେ। ମୁର୍ମୁଙ୍କ ପୂର୍ବରୁ ପ୍ରତିଭା ପାଟିଲ ଦେଶର ପ୍ରଥମ ରାଷ୍ଟ୍ରପତି ହୋଇଥିଲେ।

ବିଜେପି ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ପ୍ରଥମ ପ୍ରତିକ୍ରିୟା ରଖି ଦ୍ରୌପଦୀ ମୁର୍ମୁ କହିଛନ୍ତି ଟିଭିରୁ ମୋ ନାଁ ଶୁଣି ଆଶ୍ଚର୍ଯ୍ୟ ହେଲି ଓ ଖୁସି ବି ହେଲି।ଜଣେ ଆଦିବାସୀ ମହିଳାଙ୍କୁ ପ୍ରାର୍ଥୀ କରି ବିଜେପି ତାର ନୀତି ସ୍ପଷ୍ଟ କରିଛି। ବିଜୟ ପାଇଁ ସମସ୍ତଙ୍କ ସହଯୋଗ କାମନା କରୁଛି ବୋଲି ଦ୍ରୌପଦୀ ମୁର୍ମୁ କହିଛନ୍ତି। ତେବେ ଦେଶର ସର୍ବୋଚ୍ଚ ନାଗରିକ ହେବାକୁ ଯାଉଥିବା ୨୦ ଜୁନ ୧୯୫୮ରେ ଜନ୍ମ ଗ୍ରହଣ କରିଥିଲେ।ଆଦିବାସୀ ସମ୍ପ୍ରଦାୟରୁ ଆସିଥିବା ଦ୍ରୌପଦୀ ମୁର୍ମୁ ଜଣେ ଶିକ୍ଷକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ  ଜଳସେଚନ ବିଭାଗରେ କନିଷ୍ଠ ସହାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ଏହାପରେ ସେ ରାଜନୀତିକୁ ଆସିଥିଲେ।

ଦ୍ରୌପଦୀ ମୁର୍ମୁଙ୍କ ରାଜନୈତିକ ଯାତ୍ରା

୧୯୯୭ ମସିହାରେ ରାଜନୀତିକୁ ପ୍ରବେଶ କରିଥିଲେ ଦ୍ରୌପଦୀ ମୁର୍ମୁ। ୧୯୯୭ ମସିହାରେ ପ୍ରଥମ କରି ଜଣେ କାଉନସିଲର ଭାବେ ବିଜୟୀ ହୋଇଥିଲେ ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ ରାଇରଙ୍ଗପୁରର ଭାଇସ୍-ଚେୟାରମ୍ୟାନ୍ ରହିଥିଲେ । ଏଥି ସହିତ ୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ ରହିଥିଲେ। ୧୯୯୭ରେ ଦ୍ରୌପଦୀ ମୁର୍ମୁଙ୍କୁ ଭାରତୀୟ ଜନତା ପାର୍ଟିର ଆଦିବାସୀ ମୋର୍ଚ୍ଚାର ଉପ-ସଭାପତି ପଦ ମିଳିଥିଲା । ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ୨୦୦୦ ଏବଂ ୨୦୦୪ରେ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଦ୍ରୌପଦୀ। ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ସ୍ୱାଧୀନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ ମାର୍ଚ୍ଚ ୬, ୨୦୦୦ରୁ ଅଗଷ୍ଟ ୬, ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ।

୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ । ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି । ୨୦୦୬ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଜ୍ୟ ଅଧ୍ୟକ୍ଷା ରହିଛନ୍ତି । ୨୦୧୦ରେ ମୟୂରଭଞ୍ଜର ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ରହିଛନ୍ତି । ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ଓ ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଛନ୍ତି ।୨୦୧୫ ମସିହାରେ ମୁର୍ମୁ ଝାଡ଼ଖଣ୍ଡର ପ୍ରଥମ ମହିଳା ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ । ତାଙ୍କର କାର୍ଯ୍ୟକାଳ ଭିତରେ ସେ କୌଣସି ପ୍ରକାର ବିବାଦରେ ରହିନଥିଲେ। ଜଣେ ମହିଳା ଭାବେ ସେ ତାଙ୍କର କାର୍ଯ୍ୟକାଳ ସମ୍ବୁର୍ଣ୍ଣ କରିଥିଲେ। ତେଣୁ ଏନଡିଏ ଏବେ ତାଙ୍କୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ କରିଛି ।

https://www.thesakala.in/national-international/nda-presidential-candidate-draupadi-murmus-political-journey/article-12668
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର