ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଜଗଦୀପ ଧନଖଡ଼, ପ୍ରଥମ ପ୍ରସ୍ତାବକ ରହିଲେ ପ୍ରଧାନମନ୍ତ୍ରୀ ମୋଦୀ

The Sakala Picture
Published On

ନୂଆଦିଲ୍ଳୀ : ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗଦୀପ ଧନଖଡ। ଆଜି ସଂସଦ ଭବନରେ ନାମାଙ୍କନ ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅନେକ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିଥିଲେ। ଧନଖଡ଼ଙ୍କ ପ୍ରଥମ ପ୍ରସ୍ତାବକ ଭାବେ ପ୍ରଧାନମନ୍ତ୍ରୀ ମୋଦୀ ହିଁ ଦସ୍ତଖତ କରିଛନ୍ତି। ଏଥିସହ ତାଙ୍କ ପ୍ରାର୍ଥିପତ୍ରକୁ ମୋଦୀ ହିଁ ରିଟର୍ଣ୍ଣିଂ ଅଫିସରକୁ ହସ୍ତାନ୍ତର କରିଛନ୍ତି। ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ […]

ନୂଆଦିଲ୍ଳୀ : ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗଦୀପ ଧନଖଡ। ଆଜି ସଂସଦ ଭବନରେ ନାମାଙ୍କନ ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅନେକ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିଥିଲେ। ଧନଖଡ଼ଙ୍କ ପ୍ରଥମ ପ୍ରସ୍ତାବକ ଭାବେ ପ୍ରଧାନମନ୍ତ୍ରୀ ମୋଦୀ ହିଁ ଦସ୍ତଖତ କରିଛନ୍ତି। ଏଥିସହ ତାଙ୍କ ପ୍ରାର୍ଥିପତ୍ରକୁ ମୋଦୀ ହିଁ ରିଟର୍ଣ୍ଣିଂ ଅଫିସରକୁ ହସ୍ତାନ୍ତର କରିଛନ୍ତି। ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ବେଳେ ମଧ୍ୟ ମୋଦୀ ସମାନ ଭାବେ ଏପରି କରିଥିଲେ।

ଆହୁରି ପଢ଼ନ୍ତୁ: ଘର କିଣିବା ସ୍ୱପ୍ନ ଏବେ ଅପହଞ୍ଚ, ତେଣୁ ଦାମୀ କଫି ପିଉଛନ୍ତି ଯୁବପିଢ଼ି: ରାଜ ଶମାନୀଙ୍କ ବିବୃତ୍ତିକୁ ନେଇ ଚର୍ଚ୍ଚା

ଧନଖଡ଼ଙ୍କ ପ୍ରାର୍ଥିତ୍ୱକୁ ଓଡ଼ିଶାର କ୍ଷମତାସୀନ ବିଜେଡି ସମର୍ଥନ ଘୋଷଣା କରିଛି। ଜଗଦୀପଙ୍କୁ ସମର୍ଥନ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଥିଲେ। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ।ତେଣୁ ପୁରୀ ସାଂସଦ ପିନାକୀ ମିଶ୍ର ଧନଖଡଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଭାରତରେ ବ୍ରିକ୍ସ (BRICS) ସୁରକ୍ଷା ଅଧିକାରୀଙ୍କ ବୈଠକ: ଆତଙ୍କବାଦ ଏବଂ ୟୁକ୍ରେନ ଯୁଦ୍ଧ ପ୍ରସଙ୍ଗରେ ଆଲୋଚନା

ସେପଟେ ଜଗଦୀପ ଧନଖଡଙ୍କ ପ୍ରତିପକ୍ଷ ରହିଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ ଆଲଭା । ଦିଲ୍ଲୀରେ ଗତକାଲି ବିରୋଧୀ ଦଳଙ୍କ ବୈଠକ ପରେ ତାଙ୍କ ନାମ ଏନସିପି ମୁଖ୍ୟ ଶରଦ ପାୱାର ଘୋଷଣା କରିଥିଲେ । ଆସନ୍ତାକାଲି ଉପରାଷ୍ଟ୍ରପତିି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ତେଣୁ ମାର୍ଗାରେଟ ଆଲଭା ଆସନ୍ତାକାଲି ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ସୂଚନା ରହିଛି । ଚାରି ଥର ରାଜ୍ୟସଭା ସାଂସଦ ରହିଥିବା ଆଲଭା ୧୯୯୯ରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଉପରାଷ୍ଟ୍ରପତି ଭେଙ୍କୈୟା ନାଇଡୁଙ୍କ କାର୍ୟ୍ୟକାଳ ଅଗଷ୍ଟ ୧୦ରେ ଶେଷ ହେବାକୁ ଯାଉଛି । ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ। ଜୁଲାଇ ୨୦ରେ ନାମାଙ୍କନ ପତ୍ର ଯାଞ୍ଚ। ଉପ ରାଷ୍ଟ୍ରପତି ନିର୍ବାଚନ ପାଇଁ ଅଗଷ୍ଟ ୬ରେ ମତଦାନ ହେବ।

ଆହୁରି ପଢ଼ନ୍ତୁ: ଭାରତୀୟ ନୌସେନାର ବଢ଼ିବ ଶକ୍ତି: ଐତିହାସିକ ଟ୍ରିପଲ୍ କମିଶନିଂ ପରେ ଜୁଲାଇରେ ସାମିଲ ହେବ ଆଉ ୨ଟି ସ୍ୱଦେଶୀ ଯୁଦ୍ଧପୋତ

18 Jul 2022 By The Sakala

ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ଜଗଦୀପ ଧନଖଡ଼, ପ୍ରଥମ ପ୍ରସ୍ତାବକ ରହିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଳୀ : ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗଦୀପ ଧନଖଡ। ଆଜି ସଂସଦ ଭବନରେ ନାମାଙ୍କନ ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ଅନେକ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିଥିଲେ। ଧନଖଡ଼ଙ୍କ ପ୍ରଥମ ପ୍ରସ୍ତାବକ ଭାବେ ପ୍ରଧାନମନ୍ତ୍ରୀ ମୋଦୀ ହିଁ ଦସ୍ତଖତ କରିଛନ୍ତି। ଏଥିସହ ତାଙ୍କ ପ୍ରାର୍ଥିପତ୍ରକୁ ମୋଦୀ ହିଁ ରିଟର୍ଣ୍ଣିଂ ଅଫିସରକୁ ହସ୍ତାନ୍ତର କରିଛନ୍ତି। ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ବେଳେ ମଧ୍ୟ ମୋଦୀ ସମାନ ଭାବେ ଏପରି କରିଥିଲେ।

ଧନଖଡ଼ଙ୍କ ପ୍ରାର୍ଥିତ୍ୱକୁ ଓଡ଼ିଶାର କ୍ଷମତାସୀନ ବିଜେଡି ସମର୍ଥନ ଘୋଷଣା କରିଛି। ଜଗଦୀପଙ୍କୁ ସମର୍ଥନ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଥିଲେ। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ।ତେଣୁ ପୁରୀ ସାଂସଦ ପିନାକୀ ମିଶ୍ର ଧନଖଡଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ଥିଲେ।

ସେପଟେ ଜଗଦୀପ ଧନଖଡଙ୍କ ପ୍ରତିପକ୍ଷ ରହିଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ ଆଲଭା । ଦିଲ୍ଲୀରେ ଗତକାଲି ବିରୋଧୀ ଦଳଙ୍କ ବୈଠକ ପରେ ତାଙ୍କ ନାମ ଏନସିପି ମୁଖ୍ୟ ଶରଦ ପାୱାର ଘୋଷଣା କରିଥିଲେ । ଆସନ୍ତାକାଲି ଉପରାଷ୍ଟ୍ରପତିି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ତେଣୁ ମାର୍ଗାରେଟ ଆଲଭା ଆସନ୍ତାକାଲି ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ସୂଚନା ରହିଛି । ଚାରି ଥର ରାଜ୍ୟସଭା ସାଂସଦ ରହିଥିବା ଆଲଭା ୧୯୯୯ରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଉପରାଷ୍ଟ୍ରପତି ଭେଙ୍କୈୟା ନାଇଡୁଙ୍କ କାର୍ୟ୍ୟକାଳ ଅଗଷ୍ଟ ୧୦ରେ ଶେଷ ହେବାକୁ ଯାଉଛି । ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ। ଜୁଲାଇ ୨୦ରେ ନାମାଙ୍କନ ପତ୍ର ଯାଞ୍ଚ। ଉପ ରାଷ୍ଟ୍ରପତି ନିର୍ବାଚନ ପାଇଁ ଅଗଷ୍ଟ ୬ରେ ମତଦାନ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର