ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶ କୁମାରଙ୍କ ଇସ୍ତଫା, ୨୦ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ

Madhusudan Das Picture
Published On

ବିହାର: ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର । ରାଜ୍ୟପାଳ ଆରିଫ ଖାନଙ୍କୁ ନିଜର ଇସ୍ତଫାପତ୍ର ଦେଇଛନ୍ତି ନୀତୀଶ କୁମାର । ବିହାର ବିଧାନସଭା ଭଙ୍ଗ ନେଇ ରାଜ୍ୟପାଳଙ୍କୁ ଜଣାଇଛନ୍ତି ନୀତୀଶ ।  ବିହାରରେ ସରକାର ଗଠନ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି । ଆସନ୍ତା ୩ ଦିନ ମଧ୍ୟରେ ବିହାରରେ ସରକାର ଗଠନ ହେବ ବୋଲି ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । ନଭେମ୍ବର ୨୦ରେ ବିହାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ନେଇ ଚର୍ଚ୍ଚା ଜୋର ଧରିଛି । 

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଶେଷ ହେଉଛି ଆମେରିକା-ଇରାନ ଅସ୍ତ୍ରବିରତି ଅବଧି: ପୁଣି ଯୁଦ୍ଧ ଆରମ୍ଭ ହେବ ନା ଆଲୋଚନାକୁ ଆସିବ ଇରାନ?

୨୪୩ ସଦସ୍ୟ ବିଶିଷ୍ଟ ବିହାର ବିଧାନସଭାରେ ୨୦୨ ଆସନ ଜିତି NDA ଐତିହାସିକ ବହୁମତ ହାସଲ କରିଛି । ନିର୍ବାଚନରେ ବିଜେପି ୮୯, ଜେଡିୟୁ ୮୫, ଏଲଜେଏପି (ରାମ ବିଳାସ) ୧୯ ଏବଂ ଅନ୍ୟାନ୍ୟ ସହଯୋଗୀ ଦଳ ୯ ଆସନ ଜିତିଥିଲା । ବହୁମତ ହାସଲ କରି ଏବେ ସରକାର ଗଢ଼ିବାକୁ ପ୍ରସ୍ତୁତ ହେଉଛି NDA ।

ଆହୁରି ପଢ଼ନ୍ତୁ: ଇରାନରେ ଏହି ୮ ମହିଳାଙ୍କ ଫାଶୀ ଦଣ୍ଡାଦେଶକୁ ରୋକିବାକୁ ଟ୍ରମ୍ପଙ୍କ ଅପିଲ: ଜାଣନ୍ତୁ କିଏ ଏହି ମହିଳା...

ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ସକାଳ ୧୧ଟା ୩୦ରେ ଶେଷ କ୍ୟାବିନେଟ୍ ବୈଠକ ଡାକିଥିଲେ । ଏହି ବୈଠକରେ ବର୍ତ୍ତମାନର ବିଧାନସଭାକୁ ଭଙ୍ଗ କରିବା ପାଇଁ ଏକ ପ୍ରସ୍ତାବ ଗୃହୀତ ହୋଇଛି । ବୈଠକ ପରେ, ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଇସ୍ତଫାପତ୍ର ପ୍ରଦାନ କରିବା ପାଇଁ ରାଜ ଭବନ ଯାଇଥିଲେ । ବର୍ତ୍ତମାନର ବିଧାନସଭାର କାର୍ଯ୍ୟକାଳ ନଭେମ୍ବର ୨୨ରେ ଶେଷ ହେଉଛି ।

ଆହୁରି ପଢ଼ନ୍ତୁ: ବାଂଲାଦେଶରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ସାରା ଦେଶରେ ହାଇ ଆଲର୍ଟ ଜାରି

17 Nov 2025 By Madhusudan Das

ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶ କୁମାରଙ୍କ ଇସ୍ତଫା, ୨୦ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ

ବିହାର: ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର । ରାଜ୍ୟପାଳ ଆରିଫ ଖାନଙ୍କୁ ନିଜର ଇସ୍ତଫାପତ୍ର ଦେଇଛନ୍ତି ନୀତୀଶ କୁମାର । ବିହାର ବିଧାନସଭା ଭଙ୍ଗ ନେଇ ରାଜ୍ୟପାଳଙ୍କୁ ଜଣାଇଛନ୍ତି ନୀତୀଶ ।  ବିହାରରେ ସରକାର ଗଠନ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି । ଆସନ୍ତା ୩ ଦିନ ମଧ୍ୟରେ ବିହାରରେ ସରକାର ଗଠନ ହେବ ବୋଲି ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । ନଭେମ୍ବର ୨୦ରେ ବିହାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ନେଇ ଚର୍ଚ୍ଚା ଜୋର ଧରିଛି । 

୨୪୩ ସଦସ୍ୟ ବିଶିଷ୍ଟ ବିହାର ବିଧାନସଭାରେ ୨୦୨ ଆସନ ଜିତି NDA ଐତିହାସିକ ବହୁମତ ହାସଲ କରିଛି । ନିର୍ବାଚନରେ ବିଜେପି ୮୯, ଜେଡିୟୁ ୮୫, ଏଲଜେଏପି (ରାମ ବିଳାସ) ୧୯ ଏବଂ ଅନ୍ୟାନ୍ୟ ସହଯୋଗୀ ଦଳ ୯ ଆସନ ଜିତିଥିଲା । ବହୁମତ ହାସଲ କରି ଏବେ ସରକାର ଗଢ଼ିବାକୁ ପ୍ରସ୍ତୁତ ହେଉଛି NDA ।

ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ସକାଳ ୧୧ଟା ୩୦ରେ ଶେଷ କ୍ୟାବିନେଟ୍ ବୈଠକ ଡାକିଥିଲେ । ଏହି ବୈଠକରେ ବର୍ତ୍ତମାନର ବିଧାନସଭାକୁ ଭଙ୍ଗ କରିବା ପାଇଁ ଏକ ପ୍ରସ୍ତାବ ଗୃହୀତ ହୋଇଛି । ବୈଠକ ପରେ, ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଇସ୍ତଫାପତ୍ର ପ୍ରଦାନ କରିବା ପାଇଁ ରାଜ ଭବନ ଯାଇଥିଲେ । ବର୍ତ୍ତମାନର ବିଧାନସଭାର କାର୍ଯ୍ୟକାଳ ନଭେମ୍ବର ୨୨ରେ ଶେଷ ହେଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର