ଲଗାଣ ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ର ଛାତ; ଜଣେ ମୃତ, ୬ଜଣ ଆହତ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀ ଏୟାରପୋର୍ଟରେ ଅଘଟଣ। ଲଗାଣ ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ । ଏଥିରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଗାଡ଼ି ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଲୁହା ସ୍ତମ୍ଭ ଦ୍ୱାରା ନିର୍ମିତ ଟର୍ମିନାଲ ଓ୍ୱାନର ଛାତ ଅଚାନକ ଖସିପଡିଛି । ହଠାତ ଛାତ ଖସିପଡିବାରୁ ଏହା ତଳେ […]

ନୂଆଦିଲ୍ଲୀ: ଦିଲ୍ଲୀ ଏୟାରପୋର୍ଟରେ ଅଘଟଣ। ଲଗାଣ ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ । ଏଥିରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଗାଡ଼ି ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଲୁହା ସ୍ତମ୍ଭ ଦ୍ୱାରା ନିର୍ମିତ ଟର୍ମିନାଲ ଓ୍ୱାନର ଛାତ ଅଚାନକ ଖସିପଡିଛି । ହଠାତ ଛାତ ଖସିପଡିବାରୁ ଏହା ତଳେ ଚାପି ହୋଇ ରହିଛି ଅନେକ ଗାଡି ।

ଆହୁରି ପଢ଼ନ୍ତୁ: ନେପାଳ ବନ୍ୟା ବିଭୀଷିକା: ସୁଡ଼ଙ୍ଗରେ ଫସିଛନ୍ତି ଶତାଧିକ ଶ୍ରମିକ, ଜୀବନ ବଞ୍ଚାଇବାକୁ ଚାଲିଛି ଆପ୍ରାଣ ଚେଷ୍ଟା

ସୂଚନା ଅନୁସାରେ ଆଜି ଭୋର ପ୍ରାୟ ସାଢ଼େ ୫ଟା ସମୟରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତଟି ଭୁଶୁଡ଼ି ପଡ଼ିଥିଲା। ଼ଛାତ ଭଗ୍ନାଂବଶେଷ ଗୁଡ଼ିକ ଟର୍ମିନାଲ-୧ରେ ଥିବା କିଛି କାର୍‌ ଉପରେ ପଡ଼ିଥିଲା। ଛାତ ଭଗ୍ନାଂବଶେଷ ତଳେ କିଛି କାର୍ ଭିତରେ ଚାପି ହୋଇଯାଇଥିଲା। ସେହି ସମୟରେ କାର୍‌ରେ ଲୋକ ମଧ୍ୟ ଥିଲେ। ଘଟଣାର ସୂଚନା ପାଇ ସିଏସିଏଫ୍, ଦିଲ୍ଲୀ ପୋଲିସ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଉଦ୍ଧାର କାର୍ଯ୍ୟରେ ୩ଟି ଦମ କଳବାହିନୀ ନିୟୋଜିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର