ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି, ସଂକ୍ରମଣ ପୁଣି ବଢ଼ିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୪୪ ହଜାର ଟପିଛି। ଗତ ୨୪ ଘଣ୍ଟାରେ […]

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି, ସଂକ୍ରମଣ ପୁଣି ବଢ଼ିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୪୪ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୦,୧୫୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୭,୮୨୫ଥିଲା। ଫଳରେ ଗୋଟିଏ ଦିନରେ ଏହା ୩୦ ପ୍ରତିଶତ ବୃଦ୍ଧି ହୋଇଛି।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୫ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୪ ହଜାର ଟପିଛି। ଏହା ୪୪ ହଜାର ୯୯୮ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୦ ହଜାର ୨୧୫ ଥିଲା। ସେହିପରି ୨୪ ଘଣ୍ଟାରେ ୫,୩୫୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪,୬୯୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୩୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୮୬ ହଜାର ୧୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୧୦ ହଜାର ୧୨୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର