ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କୁ ଜେଲ୍ । ତୋଷଖାନା ମାମଲାରେ ଇମ୍ରାନ ଖାଁଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଲେ ଇସଲାମାବାଦ ଟ୍ରାଏଲ କୋର୍ଟ । ଜେଲ ସହ ୧ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଲଗାଯାଇଛି । ଏହା ସହ ୫ ବର୍ଷ ଯାଏ କୌଣସି ନିର୍ବାଚନ ଲଢ଼ି ପାରିବେନି ଇମ୍ରାନ ଖାଁ । ରାୟ ପ୍ରକାଶ ପରେ ଇସଲାମାବାଦ ପୁଲିସ ତାଙ୍କ ବିରୋଧରେ ଗିରଫଦାରୀ ୱାରେଣ୍ଟ ଜାରିକରିଛି ।
ସୂଚନାଯୋଗ୍ୟ, ୨୦୨୨ ଅଗଷ୍ଟରେ ଯେତେବେଳେ ପାକିସ୍ତାନ ମୁସଲିମ ଲିଗ୍-ନୱାଜ (ପିଏମଏଲ-ଏନ)ଙ୍କ ମିଳିତ ସରକାର ଇମ୍ରାନଙ୍କ ବିରୋଧରେ ମାମଲା ଦାୟର କରିଥିଲା, ସେହି ସମୟରେ ତୋଷଖାନା ବିବାଦ ସାମ୍ନାକୁ ଆସିଥିଲା। ଏଥିରେ ଦାବି କରାଯାଇଥିଲା ଯେ ଇମ୍ରାନ ଖାନ ତୋଷଖାନାକୁ ଦିଆଯାଇଥିବା ଉପହାରଗୁଡ଼ିକ ବିଷୟରେ ତଥ୍ୟ ଖୁଲାସା କରି ନାହାନ୍ତି ଏବଂ କିଛି ଉପହାରର ବେଆଇନ ବିକ୍ରୟରୁ ସେ ଆୟ କରିଛନ୍ତି।