ରେକର୍ଡ ସ୍ତରରେ ପେଟ୍ରୋଲ ଦାମ୍, ଦେଶରେ ମହାମାରୀ କରୋନା ସମୟରେ ଶତକ ପାର କଲା ଦର

The Sakala Picture
Published On

ଏପଟେ ମହାମାରୀ କରୋନା ଦାଉ ସାଧୁଥିବାବେଳେ ସେପଟେ ପେଟ୍ରୋଲ ଦର ଲୋକଙ୍କୁ ଆହୁରି ହନ୍ତସନ୍ତ କରୁଛି । ପେଟ୍ରୋଲର ମହଙ୍ଗା ଦର ଲୋକଙ୍କ ଆଖିରୁ ନିଦ ହଜେଇ ସାରିଲାଣି । କେତେକ ସହରରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ପାର କରିଥିବା ବେଳେ ଆଉ କେତେକ ସହରରେ ୯୫, ୯୭ରେ ରହିଛି। ଦେଶର ଆର୍ଥିକ ରାଜଧାନୀ କୁହାଯାଉଥିବା ମୁମ୍ବାଇରେ ସର୍ବୋଚ୍ଚ ସ୍ତରରେ ପହଂଚିଛି ତୈଳଦର । ଏଠାରେ ଶନିବାର ଦିନ ପେଟ୍ରୋଲ ଲିଟର ପିଛା ୨୫ […]

ଏପଟେ ମହାମାରୀ କରୋନା ଦାଉ ସାଧୁଥିବାବେଳେ ସେପଟେ ପେଟ୍ରୋଲ ଦର ଲୋକଙ୍କୁ ଆହୁରି ହନ୍ତସନ୍ତ କରୁଛି । ପେଟ୍ରୋଲର ମହଙ୍ଗା ଦର ଲୋକଙ୍କ ଆଖିରୁ ନିଦ ହଜେଇ ସାରିଲାଣି । କେତେକ ସହରରେ ପେଟ୍ରୋଲ ଦର ଲିଟର ପିଛା ୧୦୦ ପାର କରିଥିବା ବେଳେ ଆଉ କେତେକ ସହରରେ ୯୫, ୯୭ରେ ରହିଛି। ଦେଶର ଆର୍ଥିକ ରାଜଧାନୀ କୁହାଯାଉଥିବା ମୁମ୍ବାଇରେ ସର୍ବୋଚ୍ଚ ସ୍ତରରେ ପହଂଚିଛି ତୈଳଦର । ଏଠାରେ ଶନିବାର ଦିନ ପେଟ୍ରୋଲ ଲିଟର ପିଛା ୨୫ ପଇସା ବୃଦ୍ଧି ପାଇ ୧୦୦.୧୯ ଟଙ୍କାରେ ପହଂଚିଛି । ସେହିଭଳି ରାଜସ୍ଥାନର ଶ୍ରୀ ଗଙ୍ଗାନଗରରେ ଶନିବାର ତେଲ ଦର ବୃଦ୍ଧି ହେବା ପରେ ପେଟ୍ରୋଲ ଦର ଲିଟର ପିଛା ୧୦୫.୧୫ ଟଙ୍କା ହୋଇଛି ।

ଆହୁରି ପଢ଼ନ୍ତୁ: ସାଉଦି ଆରବର କିଙ୍ଗ ଫାହଦ ବିମାନବନ୍ଦର ଉପରେ ଅତର୍କିତ ଡ୍ରୋନ୍ ଆକ୍ରମଣ: ଏକାଧିକ ବିମାନର ଗତିପଥ ପରିବର୍ତ୍ତନ

ତେବେ ପୂର୍ବରୁ ରାଜସ୍ଥାନ, ମଧ୍ୟପ୍ରଦେଶ, ଏବଂ ମହାରାଷ୍ଟ୍ରର କେତେକ ସହରରେ ତେଲ ଦର ୧୦୦ ଟଙ୍କା ପାର୍ କରି ସାରିଥିବା ବେଳେ ଆଜି ମୁମ୍ବାଇରେ ୧୦୦ ପାର୍ କରିଛି ପେଟ୍ରୋଲ ମୂଲ୍ୟ ।

ଆହୁରି ପଢ଼ନ୍ତୁ: 'ଏହି ସଙ୍କଟ ପାଇଁ ଆପଣମାନେ ଦାୟୀ': କାର୍ବନ ନିର୍ଗମନ ଓ ଜଳବାୟୁ ପାଣ୍ଠିକୁ ନେଇ ପାଶ୍ଚାତ୍ୟ ଦେଶଗୁଡ଼ିକୁ ସମାଲୋଚନା କଲେ ପୀୟୂଷ ଗୋୟଲ

ମେ ମାସରେ ଆଜି ପର୍ଯ୍ୟନ୍ତ ୧୬ ଥର ତୈଳଦର ବୃଦ୍ଧି ପାଇଥିବା ବେଳେ ମାତ୍ର ଗୋଟିଏ ଥର ତୈଳଦାମ କମି ନାହିଁ । ଏପ୍ରିଲ ମାସରେ କିଛିଥର ତୈଳଦର କମି ପେଟ୍ରୋଲ ଉପରେ ୭୭ ପଇସା ହ୍ରାସ ପାଇଥିଲା ହେଲେ ମେ ମାସରେ କ୍ରମାଗତ ଭାବେ ପେଟ୍ରୋଲ ଦର ବୃଦ୍ଧି ପାଇ ୩.୫୯ ଟଙ୍କା ମହଙ୍ଗା ହେଲାଣି । ସେହିଭଳି ଡିଜେଲର ଦର ବୃଦ୍ଧି ପାଇ ମେ ମାସରେ ୪.୧୩ ଟଙ୍କା ମହଙ୍ଗା ହୋଇଛି । ଏହାସହ ଦେଶର ଅନେକ ସହରରେ ଏବେ ପେଟ୍ରୋଲ ଦାମ ଲିଟର ପିଛା ୧୦୦ ଟଙ୍କା ଉପରେ ବିକ୍ରି ହେଉଛି ।

ଆହୁରି ପଢ଼ନ୍ତୁ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚେତାବନୀ: ଇରାନ ବିରୋଧରେ ପୁଣି ହୋଇପାରେ ସାମରିକ କାର୍ଯ୍ୟାନୁଷ୍ଠାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର