ବିଶ୍ବର ସର୍ବୋଚ୍ଚ ରେଲୱେ ବ୍ରିଜକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ: ବିଶ୍ବର ସର୍ବୋଚ୍ଚ ରେଲୱେ ବ୍ରିଜକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜମ୍ମୁ କଶ୍ମୀରର ଚେନାବ ନଦୀ ଉପରେ ନିର୍ମିତ ବିଶ୍ୱର ଉଚ୍ଚତମ ରେଲୱେ ବ୍ରିଜ ଉଦଘାଟନ କରି ପତାକା ଦେଖାଇ ଉଦଘାଟନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ସହିତ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ ଉମର ଅବଦ୍ଦୁଲା ମଧ୍ୟ ରହିଛନ୍ତି । ୧୫ ଶହ କୋଟି ଟଙ୍କାରେ ନିର୍ମିତ ହୋଇଛି ଅତ୍ୟାଧୁନିକ ବ୍ରିଜ। ଯେକୌଣସି ଋତୁରେ ଜମ୍ମୁକୁ ଶ୍ରୀନଗର ସହିତ ଯାତାୟତ ସୁବିଧା ହେବ । […]
ନୂଆଦିଲ୍ଲୀ: ବିଶ୍ବର ସର୍ବୋଚ୍ଚ ରେଲୱେ ବ୍ରିଜକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜମ୍ମୁ କଶ୍ମୀରର ଚେନାବ ନଦୀ ଉପରେ ନିର୍ମିତ ବିଶ୍ୱର ଉଚ୍ଚତମ ରେଲୱେ ବ୍ରିଜ ଉଦଘାଟନ କରି ପତାକା ଦେଖାଇ ଉଦଘାଟନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ସହିତ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ ଉମର ଅବଦ୍ଦୁଲା ମଧ୍ୟ ରହିଛନ୍ତି । ୧୫ ଶହ କୋଟି ଟଙ୍କାରେ ନିର୍ମିତ ହୋଇଛି ଅତ୍ୟାଧୁନିକ ବ୍ରିଜ। ଯେକୌଣସି ଋତୁରେ ଜମ୍ମୁକୁ ଶ୍ରୀନଗର ସହିତ ଯାତାୟତ ସୁବିଧା ହେବ ।
ଉଧମପୁର-ଶ୍ରୀନଗର-ବାରାମୁଲା ରେଲୱେ ଲିଙ୍କ ପ୍ରକଳ୍ପ ଅନ୍ତର୍ଗତ ନିର୍ମିତ ହୋଇଥିବା ଏହି ବ୍ରିଜ ଜମ୍ମୁ ଓ ଶ୍ରୀନଗର ମଧ୍ୟରେ ଯାତାୟତକୁ ସହଜ କରିବ । ଭାରତର କୁତବ ମିନାର ଓ ପ୍ୟାରିସର ଆଇଫେଲ ଟାୱାର ଠାରୁ ଉଚ୍ଚ ଚେନାବ ରେଲୱେ ବ୍ରିଜର ଉଚ୍ଚତା ଚେନାବ ନଦୀ ଶଯ୍ୟା ଠାରୁ ୩୫୯ ମିଟର ବା ୧୧୭୮ ଫୁଟ ରହିଛି । କୁତବ ମିନାର ଉଚ୍ଚତା ୭୨ ମିଟର ଥିବାବେଳେ ଆଇଫେଲ ଟାୱାରର ଉଚ୍ଚତା ୩୨୪ ମିଟର ରହିଛି । ଷ୍ଟିଲ ଆର୍କ ଡିଜାଇନରେ ନିର୍ମିତ ଏହି ବ୍ରିଜର ମୁଖ୍ୟ ଆର୍କର ଦୈର୍ଘ୍ୟ ୪୬୭ ମିଟର ବା ୧୫୩୨ ଫୁଟ ରହିଛି । ୧୩୧୫ ମିଟର ବା ୧.୩ କିଲୋମିଟର ଦୀର୍ଘ ଏହି ବ୍ରିଜ ନିର୍ମାଣରେ ପ୍ରାୟ ୨୭ ହଜାର ଟନ ଷ୍ଟିଲ ବ୍ୟବହୃତ ହୋଇଛି। ଉନ୍ନତ ଜ୍ଞାନକୌଶଳ ଓ ସ୍ୱଦେଶୀ ଇଞ୍ଜିନିୟରିଂରେ ନିର୍ମିତ ଏହି ବ୍ରିଜ ବିଭିନ୍ନ ଭୂମିକମ୍ପ, ଘୂର୍ଣ୍ଣିବାତ୍ୟା ଭଳି ପ୍ରତିକୂଳ ପରିସ୍ଥିତିକୁ ମଧ୍ୟ ସାମ୍ନା କରିପାରିବ। ଘଣ୍ଟାପ୍ରତି ୧୬୫ କିଲୋମିଟର ବେଗରେ ପବନ ବହୁ କିମ୍ବା ରିକ୍ଟର ସ୍କେଲରେ ୮ ତୀବ୍ରତାର ଭୂମିକମ୍ପ ହେଉ ସବୁ କିଛି ସହିପାରିବ ଏହି ବ୍ରିଜ ।ସେହିପରି ସର୍ବନିମ୍ନ ତାପମାତ୍ରା ମାଇନସ ୨୦ ଡିଗ୍ରୀ ହେଲେ ମଧ୍ୟ ବ୍ରିଜର କୌଣସି କ୍ଷତି ହେବ ନାହିଁ ।