କଂଗ୍ରେସରେ ମିଶିବେ କି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ! ସୋନିଆଙ୍କୁ ଭେଟିବାପରେ ଜୋର ଧରିଲା ଚର୍ଚ୍ଚା

The Sakala Picture
Published On

ନୂଆଦିଲ୍ଲୀ: କଂଗ୍ରେସରେ ମିଶିବେ କି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ! ପ୍ରଶାନ୍ତ କିଶୋର ଆଜି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି, ସାଂସଦ ରାହୁଲ ଗାନ୍ଧି ଓ ବରିଷ୍ଠ ନେତା କେ. ବେଣୁଗୋପାଳଙ୍କୁ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତକାର ପରେ ପ୍ରଶାନ୍ତ କିଶୋର କଂଗ୍ରେସରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଛି । ଏହି ବୈଠକରେ ଦଳର ଅନ୍ତରୀଣ କନ୍ଦଳ ଓ ଆଗାମୀ ରଣନୀତି ନେଇ ଆଲୋଚନା ହେବ ବୋଲି ସୂଚନା ରହିଛି । ୨୦୨୪ […]

ନୂଆଦିଲ୍ଲୀ: କଂଗ୍ରେସରେ ମିଶିବେ କି ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ! ପ୍ରଶାନ୍ତ କିଶୋର ଆଜି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି, ସାଂସଦ ରାହୁଲ ଗାନ୍ଧି ଓ ବରିଷ୍ଠ ନେତା କେ. ବେଣୁଗୋପାଳଙ୍କୁ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତକାର ପରେ ପ୍ରଶାନ୍ତ କିଶୋର କଂଗ୍ରେସରେ ଯୋଗ ଦେବା ନେଇ ଚର୍ଚ୍ଚା ହେଉଛି । ଏହି ବୈଠକରେ ଦଳର ଅନ୍ତରୀଣ କନ୍ଦଳ ଓ ଆଗାମୀ ରଣନୀତି ନେଇ ଆଲୋଚନା ହେବ ବୋଲି ସୂଚନା ରହିଛି ।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

୨୦୨୪ ସାଧାରଣ ନିର୍ବାଚନ ସମେତ ଅନ୍ୟ କିଛି ରାଜ୍ୟରେ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ କଂଗ୍ରେସ ନେତୃବୃନ୍ଦଙ୍କ ସହ ନିକଟରେ ଆଲୋଚନା ଆରମ୍ଭ କରିଥିଲେ ପ୍ରଶାନ୍ତ କିଶୋର । ପୂର୍ବରୁ ମଧ୍ୟ ପ୍ରଶାନ୍ତ କିଶୋର ଓ କଂଗ୍ରେସ ମଧ୍ୟରେ ଆଲୋଚନା ହୋଇଥିଲା । କିନ୍ତୁ ଏହା ବିଫଳ ହୋଇଥିଲା । ଏ ବର୍ଷ ଶେଷ ଆଡ଼କୁ ଗୁଜୁରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋର ପ୍ରଥମେ ଫୋକସ କରିବା ଦରକାର ବୋଲି କଂଗ୍ରେସ ଚାହୁଁଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

ଗୁଜୁରାଟ ନିର୍ବାଚନରେ ​​ପ୍ରଶାନ୍ତ କିଶୋରଙ୍କୁ କଂଗ୍ରେସ ଏକ ବଡ଼ ଭୂମିକା ଦେଇପାରେ ବୋଲି ଗତ କିଛି ଦିନ ହେବ କଳ୍ପନାଜଳ୍ପନା ଚାଲିଛି। ଏହାପୂର୍ବରୁ ଏକ ସାକ୍ଷାତକାରରେ ପ୍ରଶାନ୍ତ ନିଜେ ନିଜର ରାଜନୈତିକ ଭବିଷ୍ୟତ ବିଷୟରେ ଏକ ବଡ଼ ଘୋଷଣା କରିବା ବିଷୟରେ କହିଥିଲେ।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର