କର୍ତ୍ତବ୍ୟ ପଥରେ ପ୍ରଥମ ଥର ପାଇଁ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

ନୂଆଦିଲ୍ଲୀ: ଆଜି ଭାରତ ପାଳନ କରୁଛି ୭୪ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଦିଲ୍ଲୀର କର୍ତ୍ତବ୍ୟପଥରେ ସୃଷ୍ଟି ହୋଇଛି ନୂଆ ଇତିହାସ। ପ୍ରଥମ ଥର ଆଦିବାସୀ ମହିଳା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପତାକା ଉତ୍ତୋଳନ କରିଛନ୍ତି । ପରମ୍ପରା ଅନୁସାରେ, ଜାତୀୟ ପତାକା ଉତ୍ତୋଳନା ସହ ୨୧ ତୋପର ସଲାମୀ ଓ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଏହାପରେ ଆରମ୍ଭ ହୋଇଥିଳା ପରେଡ। ପରେଡ୍‌ରେ ମୁଖ୍ୟ ଅତିଥି ଭାବେ ଇଜିପ୍ଟ ରାଷ୍ଟ୍ରପତି ଆବଦେଲ ଫତାହ […]

ନୂଆଦିଲ୍ଲୀ: ଆଜି ଭାରତ ପାଳନ କରୁଛି ୭୪ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଦିଲ୍ଲୀର କର୍ତ୍ତବ୍ୟପଥରେ ସୃଷ୍ଟି ହୋଇଛି ନୂଆ ଇତିହାସ। ପ୍ରଥମ ଥର ଆଦିବାସୀ ମହିଳା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପତାକା ଉତ୍ତୋଳନ କରିଛନ୍ତି । ପରମ୍ପରା ଅନୁସାରେ, ଜାତୀୟ ପତାକା ଉତ୍ତୋଳନା ସହ ୨୧ ତୋପର ସଲାମୀ ଓ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଏହାପରେ ଆରମ୍ଭ ହୋଇଥିଳା ପରେଡ। ପରେଡ୍‌ରେ ମୁଖ୍ୟ ଅତିଥି ଭାବେ ଇଜିପ୍ଟ ରାଷ୍ଟ୍ରପତି ଆବଦେଲ ଫତାହ ଅଲ୍‌ ସିସି। ଏଥିସହ ପରେଡ୍‌ରେ ଇଜିପ୍ଟ ସୈନ୍ୟବାହିନୀର ଏକ ଅଂଶ ମଧ୍ୟ ଭାଗ ନେଇଛି। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଯୋଗ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

ପରେଡ୍‌ରେ ‘ନ୍ୟୁ ଇଣ୍ଡିଆର’ର ଝଲକ ଦେଖିବାକୁ ମିଳିଛି। ଦିଲ୍ଲୀ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହୋଇଛି ନାରୀ ଶକ୍ତି । ବିଏସଏଫ କଣ୍ଟିଜେଣ୍ଟରେ ସାମିଲ ହୋଇଛନ୍ତି ମହିଳା ଯବାନ। ନାଭାଲ କଣ୍ଟିଜେଣ୍ଟରକୁ ଲିଡ୍ ନେଇଛନ୍ତି ମହିଳା ଅଫିସର। ଆତ୍ମନିର୍ଭର ଭାରତକୁ ଫୋକସ କରାଯାଇଛି। ରାଜ୍ୟ ଗୁଡିକର ପ୍ରଜ୍ଞାପନ ମେଢରେ ସଂସ୍କୃତିର ବିବିଧତା ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ: ପ୍ରତିରକ୍ଷା ବାହିନୀ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର ଓ ଉପକରଣ କ୍ରୟ ପ୍ରସ୍ତାବକୁ DACର ମଞ୍ଜୁରୀ

ଆଜିର ଦିନରେ ଦେଶକୁ ମିଳିଥିଲା ବିଶ୍ୱ ସବୁଠାର ବଡ଼ ସମ୍ବିଧାନ । ବ୍ରିଟିଶ ସମ୍ବିଧାନିକ ବ୍ୟବସ୍ଥା ଅପସାରଣ ପରେ ୧୯୫୦ ଜାନୁଆରୀ ୨୬ ତାରିଖରେ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରାରେ ପରିଣତ ହୋଇଥିଲା ଭାରତ । ଏହା ସହିତ ଦେଶରେ ଆରମ୍ଭ ହୋଇଥିଲା ଲିଖିତ ସାମ୍ବିଧାନିକ ବ୍ୟବସ୍ଥା ।

ଆହୁରି ପଢ଼ନ୍ତୁ: ମୋବାଇଲରେ 'ରିଲ୍ସ' ଦେଖିବାକୁ କେନ୍ଦ୍ର କରି ସ୍ତ୍ରୀକୁ ନିର୍ମମ ଭାବେ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର