ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ, କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି

The Sakala Picture
Published On

ଇମ୍ଫାଲ: ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଗତ ୯ରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ବୀରେନ ସିଂହ । ମଣିପୁରରେ ଜାତିଆଣ ହିଂସା ଆରମ୍ଭ ହେବାର ପ୍ରାୟ ୨ ବର୍ଷ ପରେ ଗତ ରବିବାର ମୁଖ୍ୟମନ୍ତ୍ରୀ ପଦରୁ ଏନ୍. ବୀରେନ୍ ସିଂ ଇସ୍ତଫା ଦେଇଥିଲେ । ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ସଂପ୍ରଦାୟ ମଧ୍ୟରେ ବିବାଦ ତୁଟି ନଥିଲା ବେଳେ ସ୍ଥିତି […]

ଇମ୍ଫାଲ: ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଗତ ୯ରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ବୀରେନ ସିଂହ । ମଣିପୁରରେ ଜାତିଆଣ ହିଂସା ଆରମ୍ଭ ହେବାର ପ୍ରାୟ ୨ ବର୍ଷ ପରେ ଗତ ରବିବାର ମୁଖ୍ୟମନ୍ତ୍ରୀ ପଦରୁ ଏନ୍. ବୀରେନ୍ ସିଂ ଇସ୍ତଫା ଦେଇଥିଲେ ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ସଂପ୍ରଦାୟ ମଧ୍ୟରେ ବିବାଦ ତୁଟି ନଥିଲା ବେଳେ ସ୍ଥିତି ସମ୍ପୂର୍ଣ୍ଣ ସ୍ବାଭାବିକ ହୋଇ ନାହିଁ। ଏହାସତ୍ତ୍ବେ ନିରବ ରହିଥିବା ମୁଖ୍ୟମନ୍ତ୍ରୀ ବୀରେନ ସିଂ ଅପ୍ରତ୍ୟାଶିତ ଭାବେ ଗତ ରବିବାର ନିଜ ପଦରୁ ଇସ୍ତଫା ଦେବା ଘଟଣା ବିଭିନ୍ନ ମହଲରେ ପ୍ରଶ୍ନ ସୃଷ୍ଟି ହୋଇଥିଲା। ପ୍ରଶାସନିକ ବିଫଳତା ସତ୍ତ୍ୱେ ବିଜେପି ବୀରେନଙ୍କୁ କାହିଁକି ମୁଖ୍ୟମନ୍ତ୍ରୀ ପଦରୁ ହଟାଉ ନଥିଲା ତାହା କିଛି ମହଲରେ ପ୍ରଶ୍ନ ଉଠିଥିଲା ।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

ସୂଚନାଯୋଗ୍ୟ, ମଣିପୁରରେ ଦୀର୍ଘ ଦିନ ଧରି ଦୁଇ ଗୋଷ୍ଠୀ ମଧ୍ୟରେ ହିଂସା ଏକ ଗମ୍ଭୀର ପ୍ରସଙ୍ଗ ହୋଇଆସୁଥିଲା। ରାଜ୍ୟରେ ମୈତୈ ଏବଂ କୁକି ସମ୍ପ୍ରଦାୟ ମଧ୍ୟରେ ତିକ୍ତତା ବୃଦ୍ଧି ପାଇବା ସହିତ ଅନେକ ହିଂସାତ୍ମକ ସଂଘର୍ଷ ଘଟିଛି, ଯାହାଦ୍ୱାରା ଶହ ଶହ ଲୋକ ପ୍ରାଣ ହରାଇଛନ୍ତି ଏବଂ ହଜାର ହଜାର ଲୋକଙ୍କୁ ଘରୁ ପଳାଇବାକୁ ବାଧ୍ୟ କରିଛନ୍ତି। ଗତ କିଛି ମାସ ମଧ୍ୟରେ ରାଜ୍ୟରେ ବଡ଼ ଧରଣର ସଂଘର୍ଷ ଘଟି ଅନେକ ଆହତ ହୋଇଥିଲେ ଏବଂ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଅତିରିକ୍ତ ସୁରକ୍ଷା ବାହିନୀ ନିୟୋଜିତ କରିଛନ୍ତି।

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର