ସାଙ୍ଘାତିକ ସ୍ତିତିରେ ଦିଲ୍ଲୀର ବାୟୁ ପ୍ରଦୂଷଣ; ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ହେଲା ପ୍ରାଇମେରୀ ସ୍କୁଲ

The Sakala Picture
Published On

ନୂଆଦିଲ୍ଲୀ: ଦିନକୁ ଦିନ ଖରାପ ସ୍ତରକୁ ଗତି କରୁଛି ଦିଲ୍ଲୀର ବାୟୁ ପ୍ରଦୂଷଣ । ଧୂଆଁ ଓ ଧୂଳିରେ ଚାଦରରେ ଢ଼ାଙ୍କି ହୋଇଛି ରାଜଧାନୀ ଦିଲ୍ଲୀ। ଆଜି ଦିଲ୍ଲୀର ପ୍ରଦୂଷଣ ମାତ୍ରା ରେକର୍ଡ ଭାଙ୍ଗିଛି। ବାୟୁର ଗୁଣବତ୍ତା ୬୦୦ ପାଖାପାଖି ପହଞ୍ଚିଛି। ପ୍ରଦୂଷଣକୁ ଆଖି ଆଗରେ ରଖି କାଲିଠୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ନୋଏଡାରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଅନ୍ୟପଟେ ଅନଲାଇନରେ କ୍ଲାସ କରିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ […]

ନୂଆଦିଲ୍ଲୀ: ଦିନକୁ ଦିନ ଖରାପ ସ୍ତରକୁ ଗତି କରୁଛି ଦିଲ୍ଲୀର ବାୟୁ ପ୍ରଦୂଷଣ । ଧୂଆଁ ଓ ଧୂଳିରେ ଚାଦରରେ ଢ଼ାଙ୍କି ହୋଇଛି ରାଜଧାନୀ ଦିଲ୍ଲୀ। ଆଜି ଦିଲ୍ଲୀର ପ୍ରଦୂଷଣ ମାତ୍ରା ରେକର୍ଡ ଭାଙ୍ଗିଛି। ବାୟୁର ଗୁଣବତ୍ତା ୬୦୦ ପାଖାପାଖି ପହଞ୍ଚିଛି। ପ୍ରଦୂଷଣକୁ ଆଖି ଆଗରେ ରଖି କାଲିଠୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ନୋଏଡାରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

ତେବେ ଅନ୍ୟପଟେ ଅନଲାଇନରେ କ୍ଲାସ କରିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ୯ମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କର ମଧ୍ୟ ଅନଲାଇନରେ କ୍ଲାସ କରିବାକୁ ପରାମର୍ଶ ଦିଆଯାଇଛି । ଆଜି ସକାଳୁ ଗୁରଗ୍ରାମରେ AQI ୫୩୫ ପାର କରିଥିବା ବେଳେ ନୋଏଡାରେ ପ୍ରଦୂଷଣ ସ୍ତର ୫୬୦ ପାର କରିଛି ।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଅଲ୍ଟିମେଟମ୍: 'ଲଦାଖ ବିଲ୍' ପାଇଁ ଦେଲେ ଏକ ବର୍ଷର ମହଲତ

ପ୍ରଦୂଷଣ ଅତିମାତ୍ରାରେ ବଢିଯାଇଥିବାରୁ ବୟସ୍କ ଓ ଛାତ୍ରଛାତ୍ରୀଙ୍କୁ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଲୋକମାନଙ୍କୁ କମ୍ ଗାଡ଼ି ବ୍ୟବହାର କରିବା ସହ ୱାର୍କ ଫ୍ରମ ହୋମ କରିବାକୁ ଅପିଲ କରିଛନ୍ତି। ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି କିଛି ଦିନ ହେବ ଦିଲ୍ଲୀରେ ବାୟୁ ପ୍ରଦୁଷଣ ଲଗାତାର ବୃଦ୍ଧି ପାଉଛି। ପଡୋଶୀ ରାଜ୍ୟମାନେ ନଡ଼ା ପୋଡିବା ଯୋଗୁଁ ଦିଲ୍ଲୀର ସ୍ଥିତି ବିଗୁଡିଥିବା ଅଭିଯୋଗ କରିଛନ୍ତି । ସଫର ଇଣ୍ଡିଆ ଏୟାର କ୍ୱାଲିଟି ସର୍ଭିସର ରିପୋର୍ଟ ଅନୁସାରେ ରାଜଧାନୀର ବାୟୁ ଗୁଣବତ୍ତା ବିଗୁଡୁଛି । ଏୟାର ଇଣ୍ଡେକ୍ସ କ୍ୱାଲିଟି ୩୭୩ରେ ପହଁଚିଲାଣି ।

ଆହୁରି ପଢ଼ନ୍ତୁ: ପ୍ରତିରକ୍ଷା ବାହିନୀ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର ଓ ଉପକରଣ କ୍ରୟ ପ୍ରସ୍ତାବକୁ DACର ମଞ୍ଜୁରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର