ବାତ୍ୟା ‘ୟଶ୍’ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ

The Sakala Picture
Published On

ବଙ୍ଗୋପସାଗରରେ ଆସୁଥିବା ବାତ୍ୟା ‘ୟଶ୍’ ନେଇ ପ୍ରଧାନମନ୍ତ୍ରୀ ମୋଦି ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି  । ସମୀକ୍ଷା ବୈଠକରେ ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ରାଜ୍ୟର ଅଧିକାରୀଙ୍କ ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ଏଜେନ୍ସି ଭାଗ ନେଇଥିଲେ । ପାଣିପାଗ ବିଭାଗର ଆକଳନ ଅନୁସାରେ, ବାତ୍ୟା ‘ୟଶ୍’ ୨୬ ତାରିଖ ସନ୍ଧ୍ୟାରେ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ଅତିକ୍ରମ କରିବ  । ପବନର ବେଗ ଘଣ୍ଟାପ୍ରତି ୧୫୫ରୁ ୧୬୫ କିଲୋମିଟର ଏବଂ ଝଟକା […]

ବଙ୍ଗୋପସାଗରରେ ଆସୁଥିବା ବାତ୍ୟା ‘ୟଶ୍’ ନେଇ ପ୍ରଧାନମନ୍ତ୍ରୀ ମୋଦି ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି  । ସମୀକ୍ଷା ବୈଠକରେ ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ରାଜ୍ୟର ଅଧିକାରୀଙ୍କ ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ଏଜେନ୍ସି ଭାଗ ନେଇଥିଲେ । ପାଣିପାଗ ବିଭାଗର ଆକଳନ ଅନୁସାରେ, ବାତ୍ୟା ‘ୟଶ୍’ ୨୬ ତାରିଖ ସନ୍ଧ୍ୟାରେ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ଅତିକ୍ରମ କରିବ  । ପବନର ବେଗ ଘଣ୍ଟାପ୍ରତି ୧୫୫ରୁ ୧୬୫ କିଲୋମିଟର ଏବଂ ଝଟକା ପବନର ବେଗ ଘଣ୍ଟା ପ୍ରତି ୧୮୫ କିଲୋମିଟର ରହିବ ।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ରାଜ୍ୟ ସହ ୨୪ ଘଣ୍ଟା କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସମ୍ପର୍କରେ ରହିଛି । ଆବଶ୍ୟକତା ଅନୁସାରେ ରାଜ୍ୟଗୁଡ଼ିକୁ ଏସଡିଆରଏଫ୍ ଟିମ୍ ପଠାଯାଇଛି । ଏନଡିଆରଏଫର ୪୬ଟି ବୋଟ୍, ଗଛ କାଟିବା ମେସିନ୍, ଟେଲିକମ୍ ଯନ୍ତ୍ରପାତି ସହ ମୁତୟନ ହୋଇଛନ୍ତି । ୧୦ ଗୋଟି ଟିମକୁ ଷ୍ଟାଣ୍ଡବାଏରେ ରଖା ଯାଇଛି  ।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

ଭାରତୀୟ ତଟରକ୍ଷୀ ବାହିନୀ ଓ ନୌସେନା ଜାହାଜ ଓ ହେଲିକପ୍ଟରକୁ ରିଲିଫ୍, ସର୍ଚ୍ଚ ଏବଂ ଉଦ୍ଧାର କାର୍ଯ୍ୟରେ ସାମିଲ୍ କରାଯିବ  । ଏୟାର ଫୋର୍ସ ଏବଂ ସେନାର ଇଞ୍ଜିନିୟର ଟାସ୍କ ଫୋର୍ସ ୟୁନିଟ୍ ବୋଟ୍ ଓ ଉଦ୍ଧାର ସାମଗ୍ରୀ ସହ ପ୍ରସ୍ତୁତ ଅଛନ୍ତି । ରାଜ୍ୟ ସହ ନିରନ୍ତର ଭାବେ ଯୋଗାଯୋଗରେ ରହି ସୁରକ୍ଷିତ ସ୍ଥାନାନ୍ତରଣ ତଦାରଖ ପାଇଁ ପ୍ରଧାନମନ୍ତ୍ରୀ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ୟେମେନରେ ହୁଥି ବିଦ୍ରୋହୀଙ୍କ ବଡ଼ ବିଜୟ: ରଣନୀତିକ ମୋଚା ସହର ଦଖଲ ପରେ ବିଶ୍ୱ ବାଣିଜ୍ୟ ପାଇଁ ବଢିଲା ବିପଦ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର