କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଗିରଫ

The Sakala Picture
Published On

ନୂଆଦିଲ୍ଲୀ: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ  ଗିରଫ କରିଛି ଉତ୍ତର ପ୍ରଦେଶ ପୁଲିସ। ସୋମବାର ଭୋରରୁ ସେ ହିଂସାରେ ପ୍ରାଣ ହରାଇଥିବା ଚାଷୀ ପରିବାକୁ ଭେଟିବାକୁ ଲକ୍ଷ୍ମୀପୁର ଖେରୀ ଯାଉଥିଲେ। ଏହି ସମୟରେ ପୁଲିସ ତାଙ୍କୁ ସୀତାରପୁର ଠାରେ ଥିବା ଗେଷ୍ଟ ହାଉସରେ ଅଟକ ରଖିଥିଲା। ପରେ ପ୍ରିୟଙ୍କାଙ୍କୁ ହେପାଜତକୁ ନେଇଥଇଲା ଉତ୍ତରପ୍ରଦେଶ ପୁଲିସ। ଉତ୍ତରପ୍ରଦେଶ ପୁଲିସ ଓ ପ୍ରିୟଙ୍କା ଗାନ୍ଧିଙ୍କ ଭିତରେ ଛକାପଞ୍ଝା ଚାଲିଥିଲା। ବିନା ଓ୍ୱାରେଣ୍ଟରେ ଗିରଫ କରିବା ଅଭିଯୋଗରେ ପୁଲିସ ସହ […]

ନୂଆଦିଲ୍ଲୀ: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ  ଗିରଫ କରିଛି ଉତ୍ତର ପ୍ରଦେଶ ପୁଲିସ। ସୋମବାର ଭୋରରୁ ସେ ହିଂସାରେ ପ୍ରାଣ ହରାଇଥିବା ଚାଷୀ ପରିବାକୁ ଭେଟିବାକୁ ଲକ୍ଷ୍ମୀପୁର ଖେରୀ ଯାଉଥିଲେ। ଏହି ସମୟରେ ପୁଲିସ ତାଙ୍କୁ ସୀତାରପୁର ଠାରେ ଥିବା ଗେଷ୍ଟ ହାଉସରେ ଅଟକ ରଖିଥିଲା। ପରେ ପ୍ରିୟଙ୍କାଙ୍କୁ ହେପାଜତକୁ ନେଇଥଇଲା ଉତ୍ତରପ୍ରଦେଶ ପୁଲିସ। ଉତ୍ତରପ୍ରଦେଶ ପୁଲିସ ଓ ପ୍ରିୟଙ୍କା ଗାନ୍ଧିଙ୍କ ଭିତରେ ଛକାପଞ୍ଝା ଚାଲିଥିଲା। ବିନା ଓ୍ୱାରେଣ୍ଟରେ ଗିରଫ କରିବା ଅଭିଯୋଗରେ ପୁଲିସ ସହ ପ୍ରିୟଙ୍କା ଗାନ୍ଧିଙ୍କ କଥା କଟାକଟି ହୋଇଥିଲା।  ଏହାପରେ ପୁଲିସ୍ ତାଙ୍କୁ ପିଏସି ଗେଷ୍ଟ ହାଉସର ଗୋଟିଏ ରୁମରେ ଅଟକ ରଖିଥିଲା। ସୋମବାର ଭୋର ୪.୩୦ରେ ପୁଲିସ ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। ଏ ସମ୍ପର୍କରେ କଂଗ୍ରେସ ନେତା ପି ଚିଦାମ୍ୱରମ ସୂଚନା ଦେଇଛନ୍ତି। ବର୍ତ୍ତମାନ ଅସ୍ଥାୟୀ ଭାବେ ତାଙ୍କୁ ପୁଲିସ ସୀତାପୁର ଗେଷ୍ଟ ହାଉସ ଜେଲ୍‌ରେ ରଖିଛି। ଚିଦାମ୍ବରମ କହିଛନ୍ତି, ତାଙ୍କୁ ଭୋର ସମୟରୁ ଗିରଫ କରାଯାଇଥିଲେ ମଧ୍ୟ ଏଯାଏ କୋର୍ଟ ଚାଲାଣ କରାଯାଇନାହିଁ। ଦୀର୍ଘ ୩୦ ଘଣ୍ଟାରୁ ଅଧିକ ସମୟ ହେଲା ପ୍ରିୟଙ୍କାଙ୍କୁ ଗେଷ୍ଟ ହାଉସରେ ବନ୍ଦୀ କରି ରଖାଯାଇଥିବା ସେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି


ସୂଚନାଯୋଗ୍ୟ, ରବିବାର ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରୀରେ ଚାଷୀମାନେ ବିକ୍ଷୋଭ କରୁଥିଲେ। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ର ସେମାନଙ୍କ ଉପରେ ଗାଡ଼ି ଚଢ଼ାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିରେ ୪ ଜଣ ଚାଷୀଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ଘଟିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର