ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି

Madhusudan Das Picture
Published On

ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ । ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ । ସେହିପରି ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ, ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ । ଉପରୋକ୍ତ ଖାଲି ପଦବୀ ପୂରଣ କରିବା ପାଇଁ, ଉପଯୁକ୍ତ ସମୟରେ ସମ୍ପୃକ୍ତ ରାଜ୍ୟରୁ ରାଜ୍ୟ ପରିଷଦ ପାଇଁ ଦ୍ବିବାର୍ଷିକ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ସେଥିପାଇଁ ସଜବାଜ ହୁଅନ୍ତୁ ବୋଲି କମିଶନ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଭୟଙ୍କର ଭୂକମ୍ପ ଝଟକାରେ ଥରିଲା ଜାପାନ: ୭.୫ ତୀବ୍ରତା ରେକର୍ଡ, ସୁନାମି ଆଲର୍ଟ ଜାରି

ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଇଛି ରାଜ୍ୟସଭା ନିର୍ବାଚନ । ସେଥିପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ କରି ଦେଇଛନ୍ତି ନିର୍ବାଚନ କମିଶନ । ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ନିକଟକୁ ଚିଠି ଲେଖି ପ୍ରସ୍ତୁତି ଆରମ୍ଭ କରିବାକୁ ଜାତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଚିଠିରେ ଉଲ୍ଲେଖ ରହିଛି କି ବିଭିନ୍ନ ରାଜ୍ୟସଭା ନିର୍ବାଚନ ନିମନ୍ତେ RO, ARO ନିଯୁକ୍ତି ପାଇଁ ପ୍ରସ୍ତାବ, ମତଦାନ ପ୍ଲାନ ଏବଂ ଭୋଟ ବାକ୍ସର ପ୍ରକାରକୁ ପ୍ରସ୍ତୁତ କରିବା ନିମନ୍ତେ ।

ଆହୁରି ପଢ଼ନ୍ତୁ: ମୋତିହାରୀରେ ହାଇ ଭୋଲଟେଜ୍ ଡ୍ରାମା: ଦେଢଶୁରଙ୍କୁ ଜେଲରୁ ବଞ୍ଚାଇବା ପାଇଁ ଟାୱାର ଉପରେ ଚଢ଼ିଗଲେ ମହିଳା, ଦେଲେ ଆତ୍ମହତ୍ୟା ଧମକ

22 Jan 2026 By Madhusudan Das

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଚିଠି

ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ । ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ । ସେହିପରି ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ, ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ । ଉପରୋକ୍ତ ଖାଲି ପଦବୀ ପୂରଣ କରିବା ପାଇଁ, ଉପଯୁକ୍ତ ସମୟରେ ସମ୍ପୃକ୍ତ ରାଜ୍ୟରୁ ରାଜ୍ୟ ପରିଷଦ ପାଇଁ ଦ୍ବିବାର୍ଷିକ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ସେଥିପାଇଁ ସଜବାଜ ହୁଅନ୍ତୁ ବୋଲି କମିଶନ କହିଛନ୍ତି ।

ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଇଛି ରାଜ୍ୟସଭା ନିର୍ବାଚନ । ସେଥିପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ କରି ଦେଇଛନ୍ତି ନିର୍ବାଚନ କମିଶନ । ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ନିକଟକୁ ଚିଠି ଲେଖି ପ୍ରସ୍ତୁତି ଆରମ୍ଭ କରିବାକୁ ଜାତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଚିଠିରେ ଉଲ୍ଲେଖ ରହିଛି କି ବିଭିନ୍ନ ରାଜ୍ୟସଭା ନିର୍ବାଚନ ନିମନ୍ତେ RO, ARO ନିଯୁକ୍ତି ପାଇଁ ପ୍ରସ୍ତାବ, ମତଦାନ ପ୍ଲାନ ଏବଂ ଭୋଟ ବାକ୍ସର ପ୍ରକାରକୁ ପ୍ରସ୍ତୁତ କରିବା ନିମନ୍ତେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର