ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଜାମିନ୍

The Sakala Picture
Published On

ଲକ୍ଷ୍ନୌ: ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମିଳିଛି ଜାମିନ୍। କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ମାନହାନିକର ମନ୍ତବ୍ୟ ଦେଇଥିବାରୁ ମାମଲା ରୁଜୁ ହୋଇଥିଲା। ଏହି ଆଧାରରେ ଆଜି ଉତ୍ତରପ୍ରଦେଶ ସୁଲତାନପୁର ଡିଷ୍ଟ୍ରିକ୍ଟ ସିଭିଲ କୋର୍ଟରେ ହାଜର ହୋଇଥିଲେ ରାହୁଲ ଗାନ୍ଧୀ। କୋର୍ଟ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଗତ ୨୦୧୮ ଅଗଷ୍ଟ ୪ ତାରିଖରେ ରାହୁଲଙ୍କ ବିରୋଧରେ ଜଣେ ବିଜେପି ନେତା ମାନହାନି ମାମଲା ଦାୟର କରିଥିଲେ। ବେଙ୍ଗାଳୁରୁରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ କିଛି […]

ଲକ୍ଷ୍ନୌ: ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମିଳିଛି ଜାମିନ୍। କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ମାନହାନିକର ମନ୍ତବ୍ୟ ଦେଇଥିବାରୁ ମାମଲା ରୁଜୁ ହୋଇଥିଲା। ଏହି ଆଧାରରେ ଆଜି ଉତ୍ତରପ୍ରଦେଶ ସୁଲତାନପୁର ଡିଷ୍ଟ୍ରିକ୍ଟ ସିଭିଲ କୋର୍ଟରେ ହାଜର ହୋଇଥିଲେ ରାହୁଲ ଗାନ୍ଧୀ। କୋର୍ଟ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ମିଳିତ ଜାତିସଂଘ ରିପୋର୍ଟକୁ ଖାରଜ କଲା ଭାରତ: ଯୁବ ଆନ୍ଦୋଳନ ସମ୍ପର୍କିତ ଦାବିକୁ 'ଗୁଜବ' ଓ 'ଅସତ୍ୟ' କହିଲା ନୂଆଦିଲ୍ଲୀ

ଗତ ୨୦୧୮ ଅଗଷ୍ଟ ୪ ତାରିଖରେ ରାହୁଲଙ୍କ ବିରୋଧରେ ଜଣେ ବିଜେପି ନେତା ମାନହାନି ମାମଲା ଦାୟର କରିଥିଲେ। ବେଙ୍ଗାଳୁରୁରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ କିଛି ମାନହାନିକର ମନ୍ତବ୍ୟ ଦେଇଥିବାରୁ ରାହୁଲଙ୍କ ବିରୋଧରେ ଏହି ମାମଲା ରୁଜୁ ହୋଇଥିଲା। କୋର୍ଟ ହାଜିରା କାରଣରୁ ଉତ୍ତରପ୍ରଦେଶରେ ଭାରତ ଯୋଡ ନ୍ୟାୟ ଯାତ୍ରା ସାମୟିକ ଭାବେ ବନ୍ଦ ରହିଥିଲା। କୋର୍ଟ ହାଜିରା ପରେ ଆମେଥିର ଫୁରସତଗଞ୍ଜରୁ ପୁଣି ଯାତ୍ରା ଆରମ୍ଭ ହେବ।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଦମ୍ମାମ ବିମାନବନ୍ଦରରେ ହୁଥି ଆକ୍ରମଣ: ଜଣେ ଭାରତୀୟଙ୍କ ମୃତ୍ୟୁ, ୨ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର