ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପାର୍ସୀ ରୀତିନୀତିରେ ରତନ ଟାଟାଙ୍କ ଶେଷକୃତ୍ୟ ସମ୍ପନ୍ନ

The Sakala Picture
Published On

ମୁମ୍ୱାଇ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ରତନ ଟାଟାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମୁମ୍ବାଇ ଓର୍ଲିରେ ହଜାର ହଜାର ଶୋକାକୁଳ ଜନତାଙ୍କ ଗହଣରେ ପାର୍ସୀ ରୀତିନୀତି ଅନୁସାରେ ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ଶେଷକୃତ୍ଯ ସମ୍ପନ୍ନ ହୋଇଛି। ଶେଷକୃତ୍ଯବେଳେ ଉପସ୍ଥିତ ଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ବହୁ ରାଜନେତା। ଶେଷକୃତ୍ୟ ପୂର୍ବରୁ ରତନ ଟାଟାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ରତନ ଟାଟାଙ୍କ ଅନ୍ତିମ ସଂସ୍କାର କରିବାକୁ ମହାରାଷ୍ଟ୍ର […]

ମୁମ୍ୱାଇ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ରତନ ଟାଟାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମୁମ୍ବାଇ ଓର୍ଲିରେ ହଜାର ହଜାର ଶୋକାକୁଳ ଜନତାଙ୍କ ଗହଣରେ ପାର୍ସୀ ରୀତିନୀତି ଅନୁସାରେ ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ଶେଷକୃତ୍ଯ ସମ୍ପନ୍ନ ହୋଇଛି। ଶେଷକୃତ୍ଯବେଳେ ଉପସ୍ଥିତ ଥିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ବହୁ ରାଜନେତା। ଶେଷକୃତ୍ୟ ପୂର୍ବରୁ ରତନ ଟାଟାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ରତନ ଟାଟାଙ୍କ ଅନ୍ତିମ ସଂସ୍କାର କରିବାକୁ ମହାରାଷ୍ଟ୍ର ସରକାର ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'

ଆଜି ସାରା ଦେଶ ଏହି ମହାନ ଆତ୍ମାକୁ ଅଶ୍ରୁଳ ବିଦାୟ ଜଣାଇଛି । ବୁଧବାର ରାତିରେ ୮୬ ବର୍ଷ ବୟସରେ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ ରତନ ଟାଟା। ବୟସାଧିକ ସମସ୍ୟା ପାଇଁ ଗତ ସୋମବାର ତାଙ୍କୁ ବ୍ରିଚ୍ କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ବହୁ ବିଶିଷ୍ଟ ବ୍ୟକ୍ତି ରତନଙ୍କୁ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଥିଲେ। ପରେ ମରଶରୀରକୁ ତାଙ୍କ ବାସଭବନରୁ ସାଉଥ ମୁମ୍ଵାଇର NCPA କୁ ନିଆଯାଇଥିଲା। ସେଠାରେ ସାଧାରଣ ଲୋକେ ମଧ୍ୟ ଦେଶର ଏହି ରତ୍ନଙ୍କୁ ଶେଷ ସମ୍ମାନ ଜଣାଇଥିଲେ। ରତନ ଟାଟାଙ୍କ ଅନ୍ତିମ ସଂସ୍କାରରେ ଉଦ୍ୟୋଗ, ରାଜନୀତି, ସିନେମା, କ୍ରୀଡ଼ା ସହ ସବୁ କ୍ଷେତ୍ରର ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ । ଗୃହମନ୍ତ୍ରୀ ଅମିତ୍ ଶାହ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସନ୍ଦେ, ଗୁଜାରଟ ସିଏମ୍ ଭୂପେନ୍ଦ୍ର ପଟେଲ, ଦେବେନ୍ଦ୍ର ଫଡଣଭିସ, କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲ ମଧ୍ୟ ଉପସ୍ଥିତ ରହିଥିଲେ ।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର