କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦ୍ୟୁରପ୍ପାଙ୍କ ଇସ୍ତଫା ପଛର କ’ଣ ରହିଛି କାରଣ ? ଆସନ୍ତୁ ଜାଣିବା…..

The Sakala Picture
Published On

କର୍ଣ୍ଣାଟକ: ଆଜି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବିଏସ୍ ୟେଦ୍ୟୁରପ୍ପା ।ଏନେଇ ସେ ନିଜେ ଘୋଷଣା କରିଛନ୍ତି। ରାଜ୍ୟପାଳଙ୍କୁ ଭେଟି ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ମାତ୍ର ଏବେ ଚର୍ଚ୍ଚା ଜୋର ଲାଗିଛି ଯେ କାହିଁକି ଇସ୍ତଫା ଦେଲେ ୟେଦ୍ୟୁରପ୍ପା । ଇସ୍ତଫା ପଛର କ’ଣ ରହିଛି କାରଣ । କୁହାଯାଉଛି, ରାଜ୍ୟରେ ପ୍ରାଶାସନିକ ସ୍ତରରେ ଦୁର୍ନୀତି, ଦଳର ଆଭ୍ୟନ୍ତରୀଣ ବ୍ୟାପାରରେ ପୁଅ ବିଜୟେନ୍ଦ୍ରଙ୍କ ହସ୍ତକ୍ଷେପ ନେଇ ବେଶ ବିବାଦକୁ ଆସିଥିଲେ ୟେଦ୍ୟୁରପ୍ପା । ଯାହାଫଳରେ […]

କର୍ଣ୍ଣାଟକ: ଆଜି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବିଏସ୍ ୟେଦ୍ୟୁରପ୍ପା ।ଏନେଇ ସେ ନିଜେ ଘୋଷଣା କରିଛନ୍ତି। ରାଜ୍ୟପାଳଙ୍କୁ ଭେଟି ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ମାତ୍ର ଏବେ ଚର୍ଚ୍ଚା ଜୋର ଲାଗିଛି ଯେ କାହିଁକି ଇସ୍ତଫା ଦେଲେ ୟେଦ୍ୟୁରପ୍ପା । ଇସ୍ତଫା ପଛର କ’ଣ ରହିଛି କାରଣ । କୁହାଯାଉଛି, ରାଜ୍ୟରେ ପ୍ରାଶାସନିକ ସ୍ତରରେ ଦୁର୍ନୀତି, ଦଳର ଆଭ୍ୟନ୍ତରୀଣ ବ୍ୟାପାରରେ ପୁଅ ବିଜୟେନ୍ଦ୍ରଙ୍କ ହସ୍ତକ୍ଷେପ ନେଇ ବେଶ ବିବାଦକୁ ଆସିଥିଲେ ୟେଦ୍ୟୁରପ୍ପା । ଯାହାଫଳରେ ତାଙ୍କ ଉପରେ ଦଳୀୟ ଚାପ ଥିଲା । ସେହିଭଳି ଇସ୍ତଫା ଦେବା ନେଇ ସଙ୍କେତ ଦେଇଥିଲେ ବିଜେପି ହାଇକମାଣ୍ଡ । ଗତ ୨୬ ଜୁଲାଇ ୨୦୧୯ରେ ସେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ସମ୍ଭାଳିଥିଲେ । ଠିକ୍ ଦୁଇ ବର୍ଷ ପରେ ସେ କ୍ଷମତାରୁ ଅନ୍ତର ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଅନିଶ୍ଚିତତାରେ ଆମେରିକା-ଇରାନ ଶାନ୍ତି ଆଲୋଚନା: ଟ୍ରମ୍ପଙ୍କ ବୋମାମାଡ଼ ଚେତାବନୀ ଓ ଇରାନର 'ନୂଆ କାର୍ଡ' ଧମକ

ସେ ୨୦୦୭, ୨୦୦୮, ୨୦୧୮ ଓ ୨୦୧୯ରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ହୋଇଥିଲେ । ୨୦୦୮ରେ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ ସେ ଦ୍ୱିତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ହୋଇଥିଲେ । ପୂର୍ବରୁ ସେ ୨୦୦୭ରେ ମାତ୍ର ୭ ଦିନ ଲାଗି ସିଏମ ଦାୟିତ୍ବ ସମ୍ଭାଳିଥିଲେ । ଦୁର୍ନୀତି ମାମଲାରେ ସେ ୨୦୧୧ରେ ଇସ୍ତଫା ଦେଇଥିଲେ । ବିଜେପି ହାଇକମାଣ୍ଡ ସହ ମତପାର୍ଥକ୍ୟ ପରେ ସେ ବିଜେପିରୁ ଇସ୍ତଫା ଦେଇ କର୍ଣ୍ଣାଟକ ଜନତା ପକ୍ଷ ନାମକ ଏକ ଦଳ ଗଠନ କରିଥିଲେ । ମାତ୍ର ୨୦୧୪ରେ ସେ ପୁଣି ବିଜେପିରେ ସାମିଲ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡ: ଆଇଆରଏସ୍ ଅଫିସରଙ୍କ ଝିଅକୁ ଦୁଷ୍କର୍ମ ପରେ ହତ୍ୟା, ଗିରଫ ହେଲା ପୂର୍ବତନ ଚାକର

26 Jul 2021 By The Sakala

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦ୍ୟୁରପ୍ପାଙ୍କ ଇସ୍ତଫା ପଛର କ’ଣ ରହିଛି କାରଣ ? ଆସନ୍ତୁ ଜାଣିବା…..

କର୍ଣ୍ଣାଟକ: ଆଜି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବିଏସ୍ ୟେଦ୍ୟୁରପ୍ପା ।ଏନେଇ ସେ ନିଜେ ଘୋଷଣା କରିଛନ୍ତି। ରାଜ୍ୟପାଳଙ୍କୁ ଭେଟି ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ମାତ୍ର ଏବେ ଚର୍ଚ୍ଚା ଜୋର ଲାଗିଛି ଯେ କାହିଁକି ଇସ୍ତଫା ଦେଲେ ୟେଦ୍ୟୁରପ୍ପା । ଇସ୍ତଫା ପଛର କ’ଣ ରହିଛି କାରଣ । କୁହାଯାଉଛି, ରାଜ୍ୟରେ ପ୍ରାଶାସନିକ ସ୍ତରରେ ଦୁର୍ନୀତି, ଦଳର ଆଭ୍ୟନ୍ତରୀଣ ବ୍ୟାପାରରେ ପୁଅ ବିଜୟେନ୍ଦ୍ରଙ୍କ ହସ୍ତକ୍ଷେପ ନେଇ ବେଶ ବିବାଦକୁ ଆସିଥିଲେ ୟେଦ୍ୟୁରପ୍ପା । ଯାହାଫଳରେ ତାଙ୍କ ଉପରେ ଦଳୀୟ ଚାପ ଥିଲା । ସେହିଭଳି ଇସ୍ତଫା ଦେବା ନେଇ ସଙ୍କେତ ଦେଇଥିଲେ ବିଜେପି ହାଇକମାଣ୍ଡ । ଗତ ୨୬ ଜୁଲାଇ ୨୦୧୯ରେ ସେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ସମ୍ଭାଳିଥିଲେ । ଠିକ୍ ଦୁଇ ବର୍ଷ ପରେ ସେ କ୍ଷମତାରୁ ଅନ୍ତର ହୋଇଛନ୍ତି ।

ସେ ୨୦୦୭, ୨୦୦୮, ୨୦୧୮ ଓ ୨୦୧୯ରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ହୋଇଥିଲେ । ୨୦୦୮ରେ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ପରେ ସେ ଦ୍ୱିତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ହୋଇଥିଲେ । ପୂର୍ବରୁ ସେ ୨୦୦୭ରେ ମାତ୍ର ୭ ଦିନ ଲାଗି ସିଏମ ଦାୟିତ୍ବ ସମ୍ଭାଳିଥିଲେ । ଦୁର୍ନୀତି ମାମଲାରେ ସେ ୨୦୧୧ରେ ଇସ୍ତଫା ଦେଇଥିଲେ । ବିଜେପି ହାଇକମାଣ୍ଡ ସହ ମତପାର୍ଥକ୍ୟ ପରେ ସେ ବିଜେପିରୁ ଇସ୍ତଫା ଦେଇ କର୍ଣ୍ଣାଟକ ଜନତା ପକ୍ଷ ନାମକ ଏକ ଦଳ ଗଠନ କରିଥିଲେ । ମାତ୍ର ୨୦୧୪ରେ ସେ ପୁଣି ବିଜେପିରେ ସାମିଲ ହୋଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର