ତେଲେଙ୍ଗାନାର ରଙ୍ଗରେଡ୍ଡୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଯାତ୍ରୀବାହୀ ବସ୍‌କୁ ପିଟିଲା ଟ୍ରକ, ୧୯ମୃତ

Madhusudan Das Picture
Published On

ତେଲେଙ୍ଗାନା: ତେଲେଙ୍ଗାନାର ରଙ୍ଗରେଡ୍ଡୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସରକାରୀ ଯାତ୍ରୀବାହୀ ବସ ସହ ଟ୍ରିପର ଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୧୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏକାଧିକ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ରଙ୍ଗାରେଡ୍ଡି ଜିଲ୍ଲାର ଚେଭେଲା ମଣ୍ଡଳ ଅଞ୍ଚଳର ମିର୍ଜାଗୁଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି। ହାଇଦ୍ରାବାଦ-ବିଜାପୁର ରାଜପଥରେ ଏକ ଦ୍ରୁତଗାମୀ ଟ୍ରକ ଏକ ଯାତ୍ରୀବାହୀ ବସ୍ ସହିତ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରରେ ଥିଲା ଯେ ଟ୍ରକଟି ଓଲଟି ପଡ଼ି ବସ୍ ଉପରେ ପଡ଼ିଗଲା, ଟ୍ରକରେ ବୋଝେଇ ପଥର ତଳେ ଅନେକ ଯାତ୍ରୀ ଫସି ଯାଇଥିଲେ। ବସରେ ୪୦ ଜଣ ଯାତ୍ରୀ ଥିବା ବେଳେ ୧୯ ଜଣଙ୍କର ମୃତ୍ୟୁ ହୋଇଛି । ଏକାଧିକ ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି । ଟ୍ରକଟି ଓଭରଟେକ କରିବାରୁ ଦୁର୍ଘଟଣା ଘଟିଥିବା ଆଶଙ୍କା କରାଯାଉଛି । 

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

ଦୁର୍ଘଟଣା ଯୋଗୁଁ ଚେଭେଲା ଏବଂ ଭିକାରାବାଦ ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଆହତମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଅଧିକାରୀମାନେ ଆଶଙ୍କା କରୁଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର