G-20 ସମ୍ମିଳନୀରେ ଯୋଗ ଦେଇପାରିବେ ନାହିଁ ପୁଟିନ, ଫୋନ ଯୋଗେ ମୋଦୀଙ୍କୁ ଜଣାଇଲେ ରୁଷ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ନିକଟରେ ବ୍ରିକ୍ସର ସମ୍ପ୍ରସାରଣ ସମେତ ଦକ୍ଷିଣ ଆଫ୍ରିକାରେ ବ୍ରିକ୍ସ ଶିଖର ସମ୍ମିଳନୀରେ ହୋଇଥିବା ବୁଝାମଣାର ଗୁରୁତ୍ୱ ଉପରେ ମଧ୍ୟ ଦୁଇ ନେତା ଆଲୋଚନା କରିଥିଲେ । ଏହି ଆଲୋଚନା ସମୟରେ ଭାରତରେ ହେବାକୁ ଥିବା ଜି-୨୦ ବୈଠକରେ ଯୋଗ ଦେଇପାରିବେ ନାହିଁ ବୋଲି ରୁଷ ରାଷ୍ଟ୍ରପତି କହିଛନ୍ତି। ତାଙ୍କ ବଦଳରେ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ […]

ନୂଆଦିଲ୍ଲୀ: ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ନିକଟରେ ବ୍ରିକ୍ସର ସମ୍ପ୍ରସାରଣ ସମେତ ଦକ୍ଷିଣ ଆଫ୍ରିକାରେ ବ୍ରିକ୍ସ ଶିଖର ସମ୍ମିଳନୀରେ ହୋଇଥିବା ବୁଝାମଣାର ଗୁରୁତ୍ୱ ଉପରେ ମଧ୍ୟ ଦୁଇ ନେତା ଆଲୋଚନା କରିଥିଲେ । ଏହି ଆଲୋଚନା ସମୟରେ ଭାରତରେ ହେବାକୁ ଥିବା ଜି-୨୦ ବୈଠକରେ ଯୋଗ ଦେଇପାରିବେ ନାହିଁ ବୋଲି ରୁଷ ରାଷ୍ଟ୍ରପତି କହିଛନ୍ତି। ତାଙ୍କ ବଦଳରେ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ ରୁଷର ପ୍ରତିନିଧିତ୍ବ କରିବେ ବୋଲି ପୁଟିନ ଜଣାଇଛନ୍ତି ।

କିଛିଦିନ ପୂର୍ବେ ରୁଷରାଷ୍ଟ୍ରପତିଙ୍କ ମୁଖପାତ୍ର ଦିମିତ୍ରୀ ପେସ୍କୋଭ କହିଥିଲେ ଯେ, ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପୁଟିନ୍ ବ୍ୟକ୍ତିଗତ ଭାବେ ନୂଆଦିଲ୍ଲୀ ଯିବେ ନାହିଁ। ୟୁକ୍ରେନରେ ଚାଲିଥିବା ସ୍ବତନ୍ତ୍ର ସାମରିକ ଅପରେସନ ଉପରେ ନଜର ରଖିବାକୁ ସେ ଭାରତ ଆସିବେ ନାହିଁ ବୋଲି ପେସ୍କୋଭ କହିଥିଲେ । ଏହା ପୂର୍ବରୁ ପୁଟିନ ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀକୁ ମଧ୍ୟ ଯାଇନଥିଲେ।

About The Author: The Sakala