ମହାରାଷ୍ଟ୍ର ରାଜନୈତିକ ସଙ୍କଟ: ଉଭୟ ପକ୍ଷଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ, ଜୁଲାଇ ୧୧ରେ ପରବର୍ତ୍ତୀ ଶୁଣାଣି

ମୁମ୍ବାଇ: ମହାରାଷ୍ଟ୍ର ରାଜନୈତିକ ସଙ୍କଟ।  ଶିବସେନାର ବିଦ୍ରୋହୀମାନଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନ ଉପରେ ଆଜି ଶୁଣାଣି କରିଥିଲେ ସୁପ୍ରିମକୋର୍ଟ। ୧୬ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ଶିବସେନାର ଉଦ୍ୟମ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ଏକନାଥ ସିନ୍ଦେ । ଏହି ଶୁଣାଣି ସମୟରେ ଆପଣମାନେ ପ୍ରଥମେ ହାଇକୋର୍ଟକୁ କାହିଁକି ଗଲେନାହିଁ ବୋଲି ସୁପ୍ରିମକୋର୍ଟ ପଚାରିବାରୁ ବିଦ୍ରୋହୀ ନେତା ଏକନାଥ ସିନ୍ଦେ ଓ ଅନ୍ୟ ବିଧାୟକଙ୍କ ପକ୍ଷରୁ ହାଜର ହୋଇଥିବା ଓକିଲ ନୀରଜ କେ […]

ମୁମ୍ବାଇ: ମହାରାଷ୍ଟ୍ର ରାଜନୈତିକ ସଙ୍କଟ।  ଶିବସେନାର ବିଦ୍ରୋହୀମାନଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନ ଉପରେ ଆଜି ଶୁଣାଣି କରିଥିଲେ ସୁପ୍ରିମକୋର୍ଟ। ୧୬ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ପାଇଁ ଶିବସେନାର ଉଦ୍ୟମ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ଏକନାଥ ସିନ୍ଦେ । ଏହି ଶୁଣାଣି ସମୟରେ ଆପଣମାନେ ପ୍ରଥମେ ହାଇକୋର୍ଟକୁ କାହିଁକି ଗଲେନାହିଁ ବୋଲି ସୁପ୍ରିମକୋର୍ଟ ପଚାରିବାରୁ ବିଦ୍ରୋହୀ ନେତା ଏକନାଥ ସିନ୍ଦେ ଓ ଅନ୍ୟ ବିଧାୟକଙ୍କ ପକ୍ଷରୁ ହାଜର ହୋଇଥିବା ଓକିଲ ନୀରଜ କେ କୌଲ୍‌ କହିଥିଲେ- ମୁମ୍ବାଇରେ ସେମାନଙ୍କ ଜୀବନ ପ୍ରତି ବିପଦ ଅଛି।

ତେବେ ଦୁଇ ପକ୍ଷର ଯୁକ୍ତି ଶୁଣିବା ପରେ ଏବେ ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କ ଆବେଦନକୁ ନେଇ ସୁପ୍ରିମକୋର୍ଟ ପ୍ରାୟ ସମସ୍ତ ପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି। ସମସ୍ତ ପକ୍ଷଙ୍କୁ ପାଞ୍ଚ ଦିନ ମଧ୍ୟରେ ଦିଆଯାଇଥିବା ନୋଟିସର ଜବାବ ଦେବାକୁ କୁହାଯାଇଛି। ତେବେ ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୧ରେ ହେବ ବୋଲି କହିଛନ୍ତି ସୁପ୍ରିମକୋର୍ଟ ।  ଉପବାଚସ୍ପତି, ବିଧାନସଭା ସଚିବ, କେନ୍ଦ୍ର ସରକାର, ମହାରାଷ୍ଟ୍ର ପୁଲିସ, ଶିବସେନା ବିଧାୟକ ଦଳର ନେତା ଅଜୟ ଚୌଧୁରୀ, ସୁନୀଲ ପ୍ରଭୁଙ୍କୁ ନୋଟିସରେ ପକ୍ଷ ଭୁକ୍ତ କରାଯାଇଛି।

 

About The Author: The Sakala