ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ: ୭ଜୀବନ୍ତ ଦଗ୍ଧ, ୪୦ରୁ ଊର୍ଦ୍ଧ୍ୱ ଗୁରୁତର

The Sakala Picture
Published On

ନୂଆଦିଲ୍ଲୀ: ମୁମ୍ବାଇର ଗୁରଗାଁଓରେ ଶୁକ୍ରବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇଛନ୍ତି। ଆଜି ଭୋର ପ୍ରାୟ ୩ଟା ବେଳେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ କାବୁ କରିଥିବା ବେଳେ ଭିତରେ ପଶି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।  ଆପାର୍ଟମେଣ୍ଟର ବିଭିନ୍ନ ମହଲାରୁ […]

ନୂଆଦିଲ୍ଲୀ: ମୁମ୍ବାଇର ଗୁରଗାଁଓରେ ଶୁକ୍ରବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇଛନ୍ତି। ଆଜି ଭୋର ପ୍ରାୟ ୩ଟା ବେଳେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ କାବୁ କରିଥିବା ବେଳେ ଭିତରେ ପଶି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।  ଆପାର୍ଟମେଣ୍ଟର ବିଭିନ୍ନ ମହଲାରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ସେମାନେ ଜୀବନ୍ତ ଦଗ୍ଧ ହୋଇ ପଡ଼ିଥିବା ଜଣାଯାଇଛି। ଏଥିସହ ଗୁରୁତର ଅବସ୍ଥାରେ ୪୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ପ୍ରଥମେ ଆପାର୍ଟମେଣ୍ଟର ପାର୍କିଂ ଏରିଅରେ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ ଆପାର୍ଟମେଣ୍ଟ ତଳେ ପାର୍କ ହୋଇଥିବା ବହୁ କାର୍‌ ଓ ବାଇକ୍‌ ହୁତୁହୁତୁ ହୋଇ ଜଳିଥିଲା। ଏହାପରେ ନିଆଁ କ୍ରମଶଃ ଉପରକୁ ବ୍ୟାପିଥିଲା।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର