ଆନ୍ଧ୍ରପ୍ରଦେଶର ଏକ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ୬ମୃତ, ୧୨ ଆହତ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ଏକ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତରଭାବେ ଆହତ ହୋଇଛନ୍ତି । ବୁଧବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଗୁରୁତର ଆହତମାନଙ୍କୁ ବିଜୟଓ୍ଵାଡା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଦୁଃଖ ପ୍ରକାଶ କରି ସମସ୍ତ ମୃତକଙ୍କ ପରିବାରକୁ ୨୫ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି । ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ୫ଲକ୍ଷ […]

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ଏକ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତରଭାବେ ଆହତ ହୋଇଛନ୍ତି । ବୁଧବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଗୁରୁତର ଆହତମାନଙ୍କୁ ବିଜୟଓ୍ଵାଡା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଦୁଃଖ ପ୍ରକାଶ କରି ସମସ୍ତ ମୃତକଙ୍କ ପରିବାରକୁ ୨୫ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି । ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ୫ଲକ୍ଷ ଟଙ୍କା ଲେଖାଏଁ ଦିଆଯିବ ଏବଂ ସାମାନ୍ୟ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୨ଲକ୍ଷ ଲେଖାଏଁ ଦେବାକୁ ଘୋଷଣା କରାଯାଇଛି ।

ସୂଚନା ଅନୁସାରେ, ରାତି ପ୍ରାୟ ୧୨ଟା ପରେ ଫାର୍ମାସିଟ୍ୟୁକାଲ ପ୍ଲାଣ୍ଟର ୟୁନିଟ ୪ରେ କାମ ଚାଲିଥିବା ବେଳେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଏହି ସମୟରେ ୟୁନିଟରେ ମୋଟ ୧୮ ଜଣ ଲୋକ କାମ କରୁଥିଲେ। ନିଆଁ ଏତେ ଜୋର୍‌ରେ ବ୍ୟାପିଥିଲା ଯେ କେହି ବି ବାହାରକୁ ଆସିବାକୁ ସକ୍ଷମ ହୋଇ ପାରି ନଥିଲେ। ଖବର ପାଇ ଅଗ୍ନିଶମ ‍ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। କର୍ମଚାରୀମାନେ ନିଆଁକୁ ଆୟତ୍ତ କରିବା ସହ ଏହା ମଧ୍ୟରେ ଫସିଥିବା ଲୋକଙ୍କୁ ଉଦ୍ଧାର କରିଥିଲେ।

ଦୀର୍ଘ ୨ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାକୁ ସକ୍ଷମ ହୋଇଥିଲା। କିନ୍ତୁ ଏଯାଏ କ୍ଷୟକ୍ଷତିର ଆକଳନ କରାଯାଇନି। ସେହିପରି ଅଗ୍ନିକାଣ୍ଡର ପ୍ରକୃତ କାରଣ ମଧ୍ୟ ଜଣାପଡ଼ିନି। ତଥାପି ଗ୍ୟାସ ଲିକ୍‌ରୁ ପ୍ଲାଣ୍ଟରେ ନିଆଁ ଲାଗିଥିବା କୁହାଯାଉଛି। ଗ୍ୟାସ୍‌ ଲିକ ପରେ ଗୋଟିଏ ରିୟାକ୍ଟରରେ ବିସ୍ଫୋରଣ ହୋଇଥିଲା। ଏହାପରେ ୟୁନିଟ୍‌ରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

About The Author: The Sakala