କାଲିଠୁ ସଂସଦର ସ୍ୱତନ୍ତ୍ର ଅଧିବେଶନ : ଆଜି ସର୍ବଦଳୀୟ ବୈଠକରେ ଉଠିଲା ମହିଳା ସଂରକ୍ଷଣ ପ୍ରସଙ୍ଗ

The Sakala Picture
Published On

ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ଆରମ୍ଭ ହେବ ସଂସଦର ସ୍ବତନ୍ତ୍ର ଅଧିବେଶନ । ୨୨ ତାରିଖ ଯାଏ ଚାଲିବାକୁ ଥିବା ଏହି ସ୍ବତନ୍ତ୍ର ଅଧିବେଶନରେ ସଂସଦର ୭୫ ବର୍ଷର ଇତିହାସ ସମ୍ପର୍କରେ ଆଲୋଚନା ହେବ । ବିଭିନ୍ନ ସଫଳତା, ଅଭିଜ୍ଞତା, ସ୍ମୃତି, ଅନୁଭୂତି ଆଦି ସମ୍ପର୍କରେ ଆଲୋଚନା ହେବ । ଏହା ସହ ଏହି ଅଧିବେଶନରେ ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟାନ୍ୟ ନିର୍ବାଚନ କମିଶନର ନିଯୁକ୍ତି ବିଲ୍, ଆଇନଜୀବୀ ସଂଶୋଧନ ବିଲ୍, ପ୍ରେସ ଓ ପଞ୍ଜିକରଣ ବିଲ୍, ଡାକଘର […]

ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ଆରମ୍ଭ ହେବ ସଂସଦର ସ୍ବତନ୍ତ୍ର ଅଧିବେଶନ । ୨୨ ତାରିଖ ଯାଏ ଚାଲିବାକୁ ଥିବା ଏହି ସ୍ବତନ୍ତ୍ର ଅଧିବେଶନରେ ସଂସଦର ୭୫ ବର୍ଷର ଇତିହାସ ସମ୍ପର୍କରେ ଆଲୋଚନା ହେବ । ବିଭିନ୍ନ ସଫଳତା, ଅଭିଜ୍ଞତା, ସ୍ମୃତି, ଅନୁଭୂତି ଆଦି ସମ୍ପର୍କରେ ଆଲୋଚନା ହେବ । ଏହା ସହ ଏହି ଅଧିବେଶନରେ ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟାନ୍ୟ ନିର୍ବାଚନ କମିଶନର ନିଯୁକ୍ତି ବିଲ୍, ଆଇନଜୀବୀ ସଂଶୋଧନ ବିଲ୍, ପ୍ରେସ ଓ ପଞ୍ଜିକରଣ ବିଲ୍, ଡାକଘର ବିଲ୍, ଉଚ୍ଛେଦ ଓ ସଂଶୋଧନ ବିଲ୍ ସମ୍ପର୍କରେ ଆଲୋଚନା ହେବ ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ୩୨ ଘଣ୍ଟା ପରେ ମୁମ୍ବାଇ-ପୁଣେ ଏକ୍ସପ୍ରେସୱେରେ ସ୍ୱାଭାବିକ ହେଲା ଯାତାୟାତ; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ତେବେ ସଂସଦର ସ୍ବତନ୍ତ୍ର ଅଧିବେଶନ ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ। ଆସନ୍ତାକାଲିଠାରୁ ଆରମ୍ଭ ହେବାକୁୁଥିବା ସ୍ବତନ୍ତ୍ର ଅଧିବେଶନକୁ ସୁଚାରୂ ରୂପେ ସମ୍ପାଦନ ଲାଗି ସର୍ବଦଳୀୟ ବୈଠକରେ ହୋଇଛି ଆଲୋଚନା। ଏଥି ସହିତ ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ୍ ଆଣିବାକୁ ବିଜେଡି ସମେତ ଅନ୍ୟାନ୍ୟ ରାଜନୈତିକ ଦଳ ଦାବି କରିଛନ୍ତି । ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଏହି ଦାବି ଉଠାଇଛନ୍ତି ବିଜେଡି ସାଂସଦ । ବିଜେଡିର ସସ୍ମିତ ପାତ୍ର ଓ ପିନାକୀ ମିଶ୍ର ଏହି ବୈଠକରେ ଯୋଗଦେଇ ଦଳର ଦାବି ଉପସ୍ଥାପନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଚୀନ୍ ତିଆରି କଲା 'ଷ୍ଟାରଲିଙ୍କ କିଲର୍': ମହାକାଶରେ ଉପଗ୍ରହକୁ ଅଚଳ କରିବ ଶକ୍ତିଶାଳୀ ମାଇକ୍ରୋୱେଭ୍ ଅସ୍ତ୍ର

ଆଜିର ଏହି ବୈଠକରେ ଏନଡିଏ ଓ ଇଣ୍ଡିଆ ମେଣ୍ଟର ନେତାମାନେ ସାମିଲ ହୋଇଥିଲେ । ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ତଥା ଲୋକସଭାରେ ଉପନେତା ରାଜନାଥ ସିଂ, କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ, ଟିଏମସି ନେତା ଡେରେକ ଓ ବ୍ରିଏନ, ଏନସିପି ନେତା ବନ୍ଦନା ଚଭନ, ନ୍ୟାସନାଲ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲା, ଡିଏମକେ ନେତା ଟି. ଶିବା, ଏମଡିଏମକେ ନେତା ଭାଇକୋ ପ୍ରମୁଖ ଉପସ୍ଥିତ ଥିଲେ । ଏହା ସହ ଓ୍ବାଇଆସିପି ନେତା ଭି. ରେଡୀ, ସମାଜବାଦୀ ପାର୍ଟି ନେତା ଏସଟି ହାସନ ବି ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: Viral Video: ଲିଫ୍ଟ ଭିତରେ ଫାଟିଲା ଗ୍ୟାସ ବେଲୁନ୍, ଜଳିଗଲେ ଯୁବକ ଓ ମହିଳା

ତେବେ ଆସନ୍ତା ୧୯ ତାରିଖରୁ ପୁରୁଣା ସଂସଦ ଭବନ ବଦଳରେ ନୂଆ ସଂସଦ ଭବନର ଚାଲିବ ଅଧିବେଶନ । ସଂସଦ ଅଧିବେଶନରେ ଯୋଗ ଦେବା ଲାଗି ସମ୍ମତ ହୋଇଛନ୍ତି ଇଣ୍ଡିଆ ମେଣ୍ଟର ୨୪ଟି ଦଳ । ସେହିପରି ଜାତି ଗଣନା, ମଣିପୁର ହିଂସା, ସାମ୍ପ୍ରଦାୟିକ ହିଂସା, ମୁଦ୍ରାସ୍ଫୀତି ଆଦି ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ସଂସଦର ସ୍ବତନ୍ତ୍ର ଅଧିବେଶନର କାରଣ ସ୍ପଷ୍ଟ କରିବା ଲାଗି ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ କଂଗ୍ରେସ ସଂସଦୀୟ ଦଳ ନେତ୍ରୀ ସୋନିଆ ଗାନ୍ଧୀ ।ସାଧାରଣତଃ ସଂସଦର ବଜେଟ ଅଧିବେଶନ, ମୌସୁମୀ ଅଧିବେଶନ ଓ ଶୀତ ଅଧିବେଶନ ବସୁଥିବାବେଳେ କାହିଁକି ସ୍ବତନ୍ତ୍ର ଅଧିବେଶନର ଆବଶ୍ୟକତା ପଡିଲା ତାହାକୁ ନେଇ ସରକାରଙ୍କୁ ଘେରିଥିଲେ ବିରୋଧୀ । ଅଦିନିଆ ଅଧିବେଶନକୁ ନେଇ ସରକାରଙ୍କୁ ବିରୋଧୀ ଦଳ ଘେରିଥିବାବେଳେ ଏହି ଅଧିବେଶନର କାର୍ଯ୍ୟକ୍ରମ ନେଇ ପୂର୍ବରୁ ସ୍ପଷ୍ଟ କରିଥିଲେ ସରକାର । ଶେଷ ଥର ଲାଗି ଗତ ୨୦୧୭ ଜୁନ ୩୦ରେ ଏକ ସ୍ବତନ୍ତ୍ର ଅଧିବେଶନରେ ଲାଗୁ କରାଯାଇଥିଲା ଜିଏସଟି । ଏଣୁ ଏଥର ସ୍ବତନ୍ତ୍ର ଅଧିବେଶନରେ କିଛି ବଡ଼ ନିଷ୍ପତ୍ତି ହୋଇପାରେ ବୋଲି ଆଶାକରାଯାଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp