କୋଲକାତାରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୬ ରେକର୍ଡ଼...

କୋଲକାତା: କୋଲକାତାରେ ଭୂକମ୍ପର ଝଟକା।  ସକାଳ ୧୦ଟା ୧୦ ମିନିଟରେ ଦୋହଲିଗଲା କୋଲକାତା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୬ ରହିଥିବା ସୂଚନା।  ଶୁକ୍ରବାର ସକାଳେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଏକ ଭୂମିକମ୍ପ ଅନୁଭୂତ ହୋଇଛି। ଏହାର କେନ୍ଦ୍ରସ୍ଥଳ ବାଂଲାଦେଶର ଟୁଙ୍ଗିରେ ହୋଇଥିବା ଜଣାପଡ଼ିଛି। ତେବେ ଭୂମିକମ୍ପ ପରେ ଭୟଭୀତ ହୋଇ କୋଲାକାତାର ବାସିନ୍ଦାମାନେ ଘରୁ ବାହାରକୁ ବାହାରି ଆସିଥିଲେ ।କୋଲକାତା, ଆଖପାଖ ଜିଲ୍ଲା ଏବଂ ଉତ୍ତର ବଙ୍ଗରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। କୁଚବିହାର ଏବଂ ଦିନାଜପୁରରେ ମଧ୍ୟ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି।

About The Author: Deviprasad Mohanty