ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ପାୱାର

Madhusudan Das Picture
Published On

ମହାରାଷ୍ଟ୍ର: ମହାରାଷ୍ଟ୍ର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ପାୱାର । ଦିବଂଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେଇଛନ୍ତି । ସେ ରାଜ୍ୟ ଇତିହାସରେ ଏହି ପଦବୀ ଅଳଙ୍କୃତ କରିଥିବା ପ୍ରଥମ ମହିଳା ହୋଇପାରିଛନ୍ତି। ନିଜ ସ୍ୱାମୀ ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିୟୋଗର ମାତ୍ର ତିନି ଦିନ ପରେ ସେ ଏହି ଗୁରୁଦାୟିତ୍ୱ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ୨୮ ତାରିଖରେ ଏକ ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କର ଦେହାନ୍ତ ହୋଇଥିଲା।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

ମୁମ୍ବାଇର ଲୋକ ଭବନରେ ଆୟୋଜିତ ଏକ ଗମ୍ଭୀର କାର୍ଯ୍ୟକ୍ରମରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ସୁନେତ୍ରା ପାୱାରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍  ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଉପସ୍ଥିତ ରହିଥିଲେ। ଏନସିପିର ସହଯୋଗୀ ଦଳର ଏହି ଶୀର୍ଷ ନେତାମାନେ ସୁନେତ୍ରାଙ୍କୁ ଶୁଭେଚ୍ଛା ଜଣାଇବା ସହ ସମର୍ଥନ ପ୍ରକାଶ କରିଥିଲେ।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

୬୨ ବର୍ଷୀୟା ସୁନେତ୍ରା ପାୱାର ୨୦୨୪ ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ରାଜନୀତିରେ ସକ୍ରିୟ ଥିଲେ ମଧ୍ୟ ପ୍ରତ୍ୟକ୍ଷ ଭାବେ ସାମ୍ନାକୁ ଆସିନଥିଲେ। ୨୦୨୪ରେ ସେ ବାରାମତୀ ଆସନରୁ ନିଜର ନଣନ୍ଦ ତଥା ଏନସିପି (ଏସପି) ସାଂସଦ ସୁପ୍ରିୟା ସୁଲେଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଥିଲେ, କିନ୍ତୁ ପରାଜିତ ହୋଇଥିଲେ। ପରେ ତାଙ୍କୁ ରାଜ୍ୟସଭାକୁ ମନୋନୀତ କରାଯାଇଥିଲା। 

ଆହୁରି ପଢ଼ନ୍ତୁ: 'ଜଣେ ମାଜିଷ୍ଟ୍ରେଟ୍ ଏପରି ସାହସ କିପରି କଲେ?': ଗ୍ରେଟର ନୋଏଡା ଛାତ୍ରଙ୍କୁ ନୋଟିସ୍ ପ୍ରସଙ୍ଗରେ ବର୍ଷିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ

ଶପଥ ଗ୍ରହଣ ପୂର୍ବରୁ ଏନସିପିର ବରିଷ୍ଠ ନେତାମାନେ ଯଥା ପ୍ରଫୁଲ୍ଲ ପଟେଲ, ସୁନୀଲ ତଟକରେ ଏବଂ ଛଗନ ଭୁଜବଳ ମୁଖ୍ୟମନ୍ତ୍ରୀଙ୍କ ବାସଭବନ 'ବର୍ଷା'ରେ ପହଞ୍ଚିଥିଲେ। ସେଠାରେ ସେମାନେ ସୁନେତ୍ରା ପାୱାରଙ୍କୁ ବିଧାୟକ ଦଳର ନେତା ଭାବେ ନିର୍ବାଚିତ କରାଯାଇଥିବା ନେଇ ଏକ ଚିଠି ମୁଖ୍ୟମନ୍ତ୍ରୀଙ୍କୁ ହସ୍ତାନ୍ତର କରିଥିଲେ। ମୁଖ୍ୟମନ୍ତ୍ରୀ ଫଡନାଭିସ୍ ଏହି ସୁପାରିଶ ପତ୍ରକୁ ରାଜ୍ୟପାଳଙ୍କ ନିକଟକୁ ପଠାଇବା ପରେ ଶପଥ ଗ୍ରହଣ ପାଇଁ ବାଟ ଫିଟିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର